Jeremiah 44:25 — Compare Translations
5 translations compared side by side
Odia - 1840
"ସୈନ୍ଯାଧିପତି ସଦାପ୍ରଭୁ ଇଶ୍ରାୟେଲର ପରମେଶ୍ବର ଏହି କଥା କହନ୍ତି, 'ତୁମ୍ଭେ ସ୍ତ୍ରୀ ଲୋକମାନେ କହିଥିଲ, ଆମ୍ଭମାନେେ ଆକାଶ ରାଣୀ ଉଦ୍ଦେଶ୍ଯ ରେ ଧୂପ ଜଳାଇବା ପାଇଁ ଓ ପଯେ ନବୈେଦ୍ଯ ଢ଼ାଳିବା ପାଇଁ ଯେଉଁ ଶପଥ କରିଅଛୁ ତାହା ଅବଶ୍ଯ ସିଦ୍ଧ କରିବୁ। ତେଣୁ ତୁମ୍ଭମାନେେ ଆଗଇେ ଚାଲ, ତୁମ୍ଭମାନଙ୍କର ଶପଥ ଦୃଢ଼ କର ଓ ତୁମ୍ଭମାନଙ୍କର ଶପଥ ସିଦ୍ଧ କର।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସୈନ୍ୟାଧିପତି ସଦାପ୍ରଭୁ ଇସ୍ରାଏଲର ପରମେଶ୍ଵର ଏହି କଥା କହନ୍ତି, ଆମ୍ଭେମାନେ ଆକାଶ-ରାଣୀ ଉଦ୍ଦେଶ୍ୟରେ ଧୂପ ଜ୍ଵଳାଇବା ପାଇଁ ଓ ପେୟ-ନୈବେଦ୍ୟ ଢାଳିବା ପାଇଁ ଯେଉଁ ମାନତ କରିଅଛୁ, ତାହା ଅବଶ୍ୟ ସିଦ୍ଧ କରିବୁ, ଏହି କଥା ତୁମ୍ଭେମାନେ ଓ ତୁମ୍ଭମାନଙ୍କର ସ୍ତ୍ରୀମାନେ ମୁଖରେ କହି ହସ୍ତ ଦ୍ଵାରା ତାହା ସମ୍ପନ୍ନ କରିଅଛ । ତେବେ ତୁମ୍ଭମାନଙ୍କର ମାନତ ଦୃଢ଼ କର ଓ ତୁମ୍ଭମାନଙ୍କର ମାନତ ସିଦ୍ଧ କର ।
Odia Bible ERV 2004 (ପବିତ୍ର ବାଇବଲ)
ସୈନ୍ୟାଧିପତି ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି, ‘ତୁମ୍ଭେ ସ୍ତ୍ରୀଲୋକମାନେ କହିଥିଲ, “ଆମ୍ଭେମାନେ ଆକାଶ ରାଣୀ ଉଦ୍ଦେଶ୍ୟରେ ଧୂପ ଜଳାଇବା ପାଇଁ ଓ ପେୟନୈବେଦ୍ୟ ଢାଳିବା ପାଇଁ ଯେଉଁ ଶପଥ କରିଅଛୁ ତାହା ଅବଶ୍ୟ ସିଦ୍ଧ କରିବୁ।” ତେଣୁ ତୁମ୍ଭେମାନେ ଆଗେଇ ଗ୍ଭଲ, ତୁମ୍ଭମାନଙ୍କର ଶପଥ ଦୃଢ଼ କର ଓ ତୁମ୍ଭମାନଙ୍କର ଶପଥ ସିଦ୍ଧ କର।’
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସୈନ୍ୟାଧିପତି ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି, ଆମ୍ଭେମାନେ ଆକାଶର ରାଣୀ ଉଦ୍ଦେଶ୍ୟରେ ଧୂପ ଜ୍ୱଳାଇବା ପାଇଁ ଓ ପେୟ-ନୈବେଦ୍ୟ ଢାଳିବା ପାଇଁ ଯେଉଁ ମାନତ କରିଅଛୁ, ତାହା ଅବଶ୍ୟ ସିଦ୍ଧ କରିବୁ, ଏହି କଥା ତୁମ୍ଭେମାନେ ଓ ତୁମ୍ଭମାନଙ୍କର ସ୍ତ୍ରୀମାନେ ମୁଖରେ କହି ହସ୍ତ ଦ୍ୱାରା ତାହା ସମ୍ପନ୍ନ କରିଅଛ। ତେବେ ତୁମ୍ଭମାନଙ୍କର ମାନତ ଦୃଢ଼ କର ଓ ତୁମ୍ଭମାନଙ୍କର ମାନତ ସିଦ୍ଧ କର।
Odia IRV 2017 (ଓଡିଆ ବାଇବେଲ)
ସୈନ୍ୟାଧିପତି ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି, ‘ଆମ୍ଭେମାନେ ଆକାଶର ରାଣୀ ଉଦ୍ଦେଶ୍ୟରେ ଧୂପ ଜ୍ୱଳାଇବା ପାଇଁ ଓ ପେୟ ନୈବେଦ୍ୟ ଢାଳିବା ପାଇଁ ଯେଉଁ ମାନତ କରିଅଛୁ, ତାହା ଅବଶ୍ୟ ସିଦ୍ଧ କରିବୁ,’ ଏହି କଥା ତୁମ୍ଭେମାନେ ଓ ତୁମ୍ଭମାନଙ୍କର ସ୍ତ୍ରୀମାନେ ମୁଖରେ କହି ହସ୍ତ ଦ୍ୱାରା ତାହା ସମ୍ପନ୍ନ କରିଅଛ। ତେବେ ତୁମ୍ଭମାନଙ୍କର ମାନତ ଦୃଢ଼ କର ଓ ତୁମ୍ଭମାନଙ୍କର ମାନତ ସିଦ୍ଧ କର।”