John 1:45 — Compare Translations

7 translations compared side by side

Odia - 1840
"ଫିଲିପ୍ପ ନିଥନିଯଲଙ୍କେର ଦଖାେ ପାଇ କହିଲେ, ମାଶାେ ବ୍ଯବସ୍ଥା ରେ ଯାହା ଲେଖିଥିଲେ, ତାହା ମନେ ପକାଅ। ମାଶାେ ଜଣେ ବ୍ଯକ୍ତିଙ୍କ ଆଗମନ ବିଷୟ ରେ ଲେଖିଥିଲେ। ଭବିଷ୍ଯଦ୍ବକ୍ତାମାନେ ମଧ୍ଯ ତାହାଙ୍କ ବିଷୟ ରେ ଲେଖିଥିଲେ। ଆମ୍ଭେ ତାହାଙ୍କୁ ଭଟେିଛୁ। ତାହାଙ୍କ ନାମ ଯୀଶୁ। ସେ ୟୋ ସଫଙ୍କେର ପୁତ୍ର। ସେ ନାଜରିତରୁ ଆସିଛନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଫିଲିପ୍ପ ନିଥନିୟେଲଙ୍କ ଦେଖା ପାଇ ତାଙ୍କୁ କହିଲେ, ଯାହାଙ୍କ ବିଷୟରେ ମୋଶା ବ୍ୟବସ୍ଥାରେ ଲେଖିଅଛନ୍ତି, ପୁଣି ଭାବବାଦୀମାନେ ମଧ୍ୟ ଲେଖିଅଛନ୍ତି, ଆମ୍ଭେମାନେ ତାହାଙ୍କର ଦେଖା ପାଇଅଛୁ; ସେ ଯୋଷେଫଙ୍କ ପୁତ୍ର ନାଜରିତୀୟ ଯୀଶୁ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଫିଲିପ୍ ନିଥ୍ନିୟେଲଙ୍କୁ ଭେଟି କହିଲେଏ “ଯାହାଙ୍କ ବିଷୟରେ ମୋଶା ତାଙ୍କ ବ୍ୟବସ୍ଥା ପୁସ୍ତକରେ ଉଲ୍ଲେଖ କରିଛନ୍ତି ଓ ଭାବବାଦୀମାନେ ଲେଖି ଯାଇଛନ୍ତି, ଆମେ ତାଙ୍କର ପରିଚୟ ପାଇଛୁ। ସେ ହେଉଛନ୍ତି ନାଜରିତ ଗ୍ରାମର ଯୋଷେଫଙ୍କ ପୁତ୍ର ଯୀଶୁ।”
Odia Bible ERV 2004 (ପବିତ୍ର ବାଇବଲ)
ଫିଲି‌ପ୍‌ପ ନିଥନିୟେଲଙ୍କର ଦେଖା ପାଇ କହିଲେ, “ମୋଶା ବ୍ୟବସ୍ଥାରେ ଯାହା ଲେଖିଥିଲେ, ତାହା ମନେ ପକାଅ। ମୋଶା ଜଣେ ବ୍ୟକ୍ତିଙ୍କ ଆଗମନ ବିଷୟରେ ଲେଖିଥିଲେ। ଭବିଷ୍ୟ‌‌‌ଦ୍‌‌‌ବକ୍ତାମାନେ ମଧ୍ୟ ତାହାଙ୍କ ବିଷୟରେ ଲେଖିଥିଲେ। ଆମ୍ଭେ ତାହାଙ୍କୁ ଭେଟିଛୁ, ତାହାଙ୍କ ନାମ ଯୀଶୁ। ସେ ଯୋଷେଫଙ୍କର ପୁତ୍ର। ସେ ନାଜରିତରୁ ଆସିଛନ୍ତି।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଫିଲିପ୍ପ ନିଥନିୟେଲଙ୍କୁ ଦେଖା ପାଇ ତାହାଙ୍କୁ କହିଲେ, ଯାହାଙ୍କ ବିଷୟରେ ମୋଶା ବ୍ୟବସ୍ଥାରେ ଲେଖିଅଛନ୍ତି, ପୁଣି, ଭାବବାଦୀମାନେ ମଧ୍ୟ ଲେଖିଅଛନ୍ତି, ଆମ୍ଭେମାନେ ତାହାଙ୍କର ଦେଖା ପାଇଅଛୁ; ସେ ଯୋଷେଫଙ୍କ ପୁତ୍ର ନାଜରିତୀୟ ଯୀଶୁ।
Odia IRV 2017 (ଓଡିଆ ବାଇବେଲ)
ଫିଲିପ୍ପ ନିଥନିୟେଲଙ୍କ ଦେଖା ପାଇ ତାଙ୍କୁ କହିଲେ, ଯାହାଙ୍କ ବିଷୟରେ ମୋଶା ମୋଶାଙ୍କ ବ୍ୟବସ୍ଥାରେ ଲେଖିଅଛନ୍ତି, ପୁଣି, ଭାବବାଦୀମାନେ ମଧ୍ୟ ଲେଖିଅଛନ୍ତି, ଆମ୍ଭେମାନେ ତାହାଙ୍କର ଦେଖା ପାଇଅଛୁ; ସେ ଯୋଷେଫଙ୍କ ପୁତ୍ର ନାଜରିତୀୟ ଯୀଶୁ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಫಿಲಿಪಾಕ್ ನಾಥಾನಾಯೆಲ್ ಗಾವ್ಲೊ, ತನ್ನಾ ಫಿಲಿಪಾನ್ ತೆಕಾ, “ಮೊಯ್ಜೆನ್ ಅಪ್ನಾಚ್ಯಾ ಖಾಯ್ದ್ಯಾತ್ನಿ ಅನಿ ಪ್ರವಾದ್ಯಾನಿ ಅಪ್ನಾಚ್ಯಾ ಪುಸ್ತಕಾತ್ನಿ ಕೊನಾಚ್ಯಾ ವಿಶಯಾತ್ ಲಿವಲ್ಲ್ಯಾನಾತ್ ತೊ ಅಮ್ಕಾ ಗಾವ್ಲೊ. ತೊ ನಜರೆತಾತ್ಲೊ ಜೆಜು ಜುಜೆಚೊ ಲೆಕ್” ಮನುನ್ ಸಾಂಗಟ್ಲ್ಯಾನ್.