John 13:1 — Compare Translations

7 translations compared side by side

Odia - 1840
"ସେତବେେଳେ ଯିହୂଦୀମାନଙ୍କର ନିସ୍ତାର ପର୍ବ ସମୟ ପ୍ରାୟ ହାଇଯୋଇଥିଲା। ଯୀଶୁ ଜାଣିଥିଲେ, ତାହାଙ୍କୁ ଜଗତକୁ ଛାଡି ୟିବାର ସମୟ ଉପସ୍ଥିତ ହାଇଗେଲାଣି। ବର୍ତ୍ତମାନ ସେ ତାହାଙ୍କ ପରମପିତାଙ୍କ ନିକଟକୁ ଫରେିଯିବେ। ସେ ସବୁବେଳେ ଏହି ଜଗତ ରେ ଥିବା ତାହାଙ୍କ ନିଜର ହାଇଯୋଇଥିବା ଲୋକମାନଙ୍କୁ ଭଲ ପାଉଥିଲେ। ସେ ସମାନଙ୍କେ ପ୍ରତି ତାହାଙ୍କର ଗଭୀର ଓ ଚୁଡାନ୍ତ ପ୍ ରମେ ଦଖାଇେଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ନିସ୍ତାର ପର୍ବ ହେବା ପୂର୍ବରୁ ଯୀଶୁ ଏହି ଜଗତରୁ ପିତାଙ୍କ ନିକଟକୁ ଆପଣାର ପ୍ରୟାଣ କରିବାର ସମୟ ଉପସ୍ଥିତ ଜାଣି, ଜଗତରେ ଥିବା ନିଜର ଯେଉଁ ଲୋକମାନଙ୍କୁ ସେ ପ୍ରେମ କରି ଆସୁଥିଲେ, ସେମାନଙ୍କ ପ୍ରତି ଚୂଡ଼ା; ପ୍ରେମ ପ୍ରକାଶ କଲେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ନିସ୍ତାର ପର୍ବ ପୂର୍ବ ଦିନର ଘଟଣା। ଯୀଶୁ ଜାଣିଥିଲେ, ଏହି ଜଗତ ଛାଡ଼ି ପିତା ଈଶ୍ୱରଙ୍କ ନିକଟକୁ ଯିବା ପାଇଁ ତାଙ୍କର ସମୟ ଉପସ୍ଥିତ। ଜଗତରେ ଥିବା ତାଙ୍କର ଅନୁଗତ ପ୍ରିୟଜନମାନଙ୍କୁ ସେ ସବୁବେଳେ ପ୍ରେମ କରୁଥିଲେ। ସେମାନଙ୍କ ପ୍ରତି ଚୂଡ଼ାନ୍ତ ପ୍ରେମ ସେ ପ୍ରକାଶ କରିଥିଲେ।
Odia Bible ERV 2004 (ପବିତ୍ର ବାଇବଲ)
ଯୀଶୁ ତାହାଙ୍କ ଶିଷ୍ୟମାନଙ୍କର ପାଦ ଧୋଇଲେ ସେତେବେଳେ ଯିହୂଦୀମାନଙ୍କର ନିସ୍ତାରପର୍ବ ସମୟ ପ୍ରାୟ ହୋଇଯାଇଥିଲା। ଯୀଶୁ ଜାଣିଥିଲେ, ତାହାଙ୍କୁ ଜଗତକୁ ଛାଡ଼ିଯିବାର ସମୟ ଉପସ୍ଥିତ ହୋଇଗଲାଣି। ବର୍ତ୍ତମାନ ସେ ତାହାଙ୍କ ପରମପିତାଙ୍କ ନିକଟକୁ ଫେରିଯିବେ। ସେ ସବୁବେଳେ ଏହି ଜଗତରେ ଥିବା ତାହାଙ୍କ ନିଜର ହୋଇଯାଇଥିବା ଲୋକମାନଙ୍କୁ ଭଲ ପାଉଥିଲେ। ସେ ସେମାନଙ୍କ ପ୍ରତି ତାହାଙ୍କର ଗଭୀର ଓ ଚୁଡ଼ାନ୍ତ ପ୍ରେମ ଦେଖାଇଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ନିସ୍ତାର ପର୍ବ ହେବା ପୂର୍ବରୁ ଯୀଶୁ ଏହି ଜଗତରୁ ପିତାଙ୍କ ନିକଟକୁ ଆପଣାର ପ୍ରୟାଣ କରିବାର ସମୟ ଉପସ୍ଥିତ ଜାଣି, ଜଗତରେ ଥିବା ନିଜର ଯେଉଁ ଲୋକମାନଙ୍କୁ ସେ ପ୍ରେମ କରି ଆସୁଥିଲେ, ସେମାନଙ୍କ ପ୍ରତି ଚୂଡ଼ାନ୍ତ ପ୍ରେମ ପ୍ରକାଶ କଲେ।
Odia IRV 2017 (ଓଡିଆ ବାଇବେଲ)
ନିସ୍ତାର ପର୍ବ ହେବା ପୂର୍ବରୁ ଯୀଶୁ ଏହି ଜଗତରୁ ପିତାଙ୍କ ନିକଟକୁ ଆପଣାର ପ୍ରୟାଣ କରିବାର ସମୟ ଉପସ୍ଥିତ ଜାଣି, ଜଗତରେ ଥିବା ନିଜର ଯେଉଁ ଲୋକମାନଙ୍କୁ ସେ ପ୍ରେମ କରି ଆସୁଥିଲେ, ସେମାନଙ୍କ ପ୍ରତି ଚୂଡ଼ାନ୍ତ ପ୍ରେମ ପ୍ରକାଶ କଲେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಪಾಸ್ಕಾಚ್ಯಾ ಸನಾಚ್ಯಾ ಅದ್ಲೊ ದಿಸ್ ತೊ, ಜೆಜುಕ್ ಅನಿ ಜುವಾಂವ್ ಅಪ್ನಿ ಹ್ಯೊ ಜಗ್ ಸೊಡುನ್ ಬಾಬಾಕ್ಡೆ ಜಾತಲೊ ಎಳ್ ಯೆಲೊ ಮನುನ್ ಗೊತ್ತ್ ಹೊತ್ತೆ, ಹ್ಯಾ ಜಗಾತ್ ಅಪ್ನಾಚೆ ಸ್ವತಾಚೆ ಮನುನ್ ಹೊತ್ತ್ಯಾಂಚೊ ತೆನಿ ಲೈ ಪ್ರೆಮ್ ಕರ್‍ತಲೊ ತೆನಿ ಸೊಡುಕ್ನಾ.