John 15:20 — Compare Translations
7 translations compared side by side
Odia - 1840
"ମୁଁ ତୁମ୍ଭକୁ ଯାହା କହିଥିଲି ତାହା ମନରେଖ: ଜଣେ ଚାକର ତାର ମୁନିବଠାରୁ ବଡ ନୁହେଁ। ଯଦି ଲୋକମାନେ ମାେତେ ତାଡନା କରିଛନ୍ତି, ତବେେ ସମାନେେ ତୁମ୍ଭକୁ ମଧ୍ଯ ତାଡନା କରିବେ। ସମାନେେ ମାରେ ଉପଦେଶ ମାନିଛନ୍ତି, ତେଣୁ ତୁମ୍ଭର ଉପଦେଶ ମଧ୍ଯ ମାନିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଦାସ ଆପଣା କର୍ତ୍ତାଠାରୁ ଶ୍ରେଷ୍ଠ ନୁହେଁ, ମୁଁ ତୁମ୍ଭମାନଙ୍କୁ ଏହି ଯେଉଁ ବାକ୍ୟ କହିଅଛି, ତାହା ସ୍ମରଣ କର । ଯଦି ସେମାନେ ମୋତେ ତାଡ଼ନା କରିଅଛନ୍ତି, ତାହାହେଲେ ତୁମ୍ଭମାନଙ୍କୁ ମଧ୍ୟ ତାଡ଼ନା କରିବେ; ଯଦି ସେମାନେ ମୋହର ବାକ୍ୟ ପାଳନ କରିଅଛନ୍ତି, ତାହାହେଲେ ତୁମ୍ଭମାନଙ୍କର ବାକ୍ୟ ମଧ୍ୟ ପାଳନ କରିବେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ମୁଁ ଯାହା କହିଥିଲି; ସ୍ମରଣ କର; “ଦାସ ମାଲିକଠାରୁ ବଡ଼ ନୁହେଁ।” ମୋତେ ଯଦି ସେମାନେ ଉତ୍ପୀଡ଼ନ କରିଛନ୍ତି, ତୁମ୍ଭମାନଙ୍କୁ ମଧ୍ୟ ସେପରି କରିବେ। ସେମାନେ ଯଦି ମୋର ଶିକ୍ଷା ଶୁଣିଛନ୍ତି, ତୁମ କଥା ମଧ୍ୟ ସେମାନେ ଶୁଣିବେ।
Odia Bible ERV 2004 (ପବିତ୍ର ବାଇବଲ)
“ମୁଁ ତୁମ୍ଭକୁ ଯାହା କହିଥିଲି ତାହା ମନେରଖ: ଜଣେ ଗ୍ଭକର ତା’ର ମୁନିବଠାରୁ ବଡ଼ ନୁହେଁ। ଯଦି ଲୋକମାନେ ମୋତେ ତାଡ଼ନା କରିଛନ୍ତି, ତେବେ ସେମାନେ ତୁମ୍ଭକୁ ମଧ୍ୟ ତାଡ଼ନା କରିବେ। ସେମାନେ ମୋର ଉପଦେଶ ମାନିଛନ୍ତି, ତେଣୁ ତୁମ୍ଭର ଉପଦେଶ ମଧ୍ୟ ମାନିବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଦାସ ଆପଣା କର୍ତ୍ତାଠାରୁ ଶ୍ରେଷ୍ଠ ନୁହେଁ, ମୁଁ ତୁମ୍ଭମାନଙ୍କୁ ଏହି ଯେଉଁ ବାକ୍ୟ କହିଅଛି, ତାହା ସ୍ମରଣ କର। ଯଦି ସେମାନେ ମୋତେ ତାଡ଼ନା କରିଅଛନ୍ତି, ତାହାହେଲେ ତୁମ୍ଭମାନଙ୍କୁ ମଧ୍ୟ ତାଡ଼ନା କରିବେ; ଯଦି ସେମାନେ ମୋହର ବାକ୍ୟ ପାଳନ କରିଅଛନ୍ତି, ତାହାହେଲେ ତୁମ୍ଭମାନଙ୍କର ବାକ୍ୟ ମଧ୍ୟ ପାଳନ କରିବେ।
Odia IRV 2017 (ଓଡିଆ ବାଇବେଲ)
ଦାସ ଆପଣା କର୍ତ୍ତାଠାରୁ ଶ୍ରେଷ୍ଠ ନୁହେଁ, ମୁଁ ତୁମ୍ଭମାନଙ୍କୁ ଏହି ଯେଉଁ ବାକ୍ୟ କହିଅଛି, ତାହା ସ୍ମରଣ କର । ଯଦି ସେମାନେ ମୋତେ ତାଡ଼ନା କରିଅଛନ୍ତି, ତାହାହେଲେ ତୁମ୍ଭମାନଙ୍କୁ ମଧ୍ୟ ତାଡ଼ନା କରିବେ; ଯଦି ସେମାନେ ମୋହର ବାକ୍ୟ ପାଳନ କରିଅଛନ୍ତି, ତାହାହେଲେ ତୁମ୍ଭମାନଙ୍କର ବାକ୍ୟ ମଧ୍ୟ ପାଳନ କରିବେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಮಿಯಾ ತುಮ್ಕಾ ಸಾಂಗಲ್ಲೆ ಯಾದ್ ಥವ್ನ್ ಘೆವಾ ಆಳ್ ಅಪ್ನಾಚ್ಯಾ ಧನಿಯಾಚ್ಯಾನ್ಕಿಬಿ ಮೊಟೊ ನ್ಹಯ್ ಜರ್ ತರ್ ಲೊಕಾ ಮಾಕಾ ತರಾಸ್ ದಿತ್ಯಾತ್, ತರ್ ಲೊಕಾ ತುಮ್ಕಾಬಿ ತರಾಸ್ ದಿತ್ಯಾತುಚ್, ತೆನಿ ಮಾಜ್ಯಾ ಶಿಕಾಪಾಕ್ ಖಾಲ್ತಿ ಹೊಲ್ಯಾನಿತರ್, ತುಮ್ಚ್ಯಾಬಿ ಶಿಕಾಪಾಕ್ನಿ ಖಾಲ್ತಿ ಹೊತ್ಯಾತ್.