John 21:15 — Compare Translations

7 translations compared side by side

Odia - 1840
"ସମାନେେ ଖାଇବା ପରେ ଯୀଶୁ ଶିମାନେ ପିତରଙ୍କୁ କହିଲେ, ଯୋହନଙ୍କର ପୁତ୍ର ଶିମାନେ। ତୁମ୍ଭେ କ'ଣ ମାେତେ ଏମାନଙ୍କ ଅପେକ୍ଷା ଅଧିକ ପ୍ ରମେ କର?"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେମାନେ ଭୋଜନ କଲା ଉତ୍ତାରେ ଯୀଶୁ ଶିମୋନ ପିତରଙ୍କୁ ପଚାରିଲେ, ହେ ଯୋହନଙ୍କ ପୁତ୍ର ଶିମୋନ, ତୁମ୍ଭେ କଅଣ ମୋତେ ଏମାନଙ୍କଠାରୁ ଅଧିକ ପ୍ରେମ କରୁଅଛ? ସେ ତାହାଙ୍କୁ କହିଲେ, ହଁ, ପ୍ରଭୁ, ମୁଁ ଯେ ଆପଣଙ୍କୁ ସ୍ନେହ କରୁଅଛି, ତାହା ଆପଣ ଜାଣନ୍ତି । ସେ ତାଙ୍କୁ କହିଲେ, ମୋହର ମେଷଶାବକମାନଙ୍କୁ ଚରାଅ ।
Odia BSI (ପବିତ୍ର ବାଇବଲ (CL) NT (BSI))
ସମସ୍ତେ ଖାଇ ସାରିବା ପରେ ଯୀଶୁ ଶିମୋନ ପିତରଙ୍କୁ ପଚାରିଲେ, “ଯୋହନଙ୍କ ପୁତ୍ର ଶିମୋନ, ତୁମେ କ’ଣ ଏମାନଙ୍କଠାରୁ ମୋତେ ଅଧିକ ପ୍ରେମ କରୁଛ?” ଶିମୋନ କହିଲେ, “ହଁ ପ୍ରଭୁ ଆପଣ ଜାଣନ୍ତି, ମୁଁ ଆପଣଙ୍କୁ ପ୍ରେମ କରେ।” ଯୀଶୁ ତାହାଙ୍କୁ କହିଲେ, “ତା’ହେଲେ ମୋର ମେଷଶାବକଙ୍କୁ ଖୁଆଅ।”
Odia Bible ERV 2004 (ପବିତ୍ର ବାଇବଲ)
ପିତରଙ୍କ ସହିତ ଯୀଶୁ କଥା ହେଲେ ସେମାନେ ଖାଇବା ପରେ ଯୀଶୁ ଶିମୋନ ପିତରଙ୍କୁ କହିଲେ, “ଯୋହନଙ୍କର ପୁତ୍ର ଶିମୋନ। ତୁମ୍ଭେ କ’ଣ ମୋତେ ଏମାନଙ୍କ ଅପେକ୍ଷା ଅଧିକ ପ୍ରେମ କର?” ପିତର ଉତ୍ତର ଦେଲେ, “ହଁ ପ୍ରଭୁ, ଆପଣ ଜାଣନ୍ତି ଯେ, ମୁଁ ଆପଣଙ୍କୁ ପ୍ରେମ କରେ।’’ ଯୀଶୁ ତାହାଙ୍କୁ କହିଲେ, “ମୋର ମେଷମାନଙ୍କୁ ଚରାଅ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେମାନେ ଭୋଜନ କଲା ଉତ୍ତାରେ ଯୀଶୁ ଶିମୋନ ପିତରଙ୍କୁ ପଚାରିଲେ, “ହେ ଯୋହନଙ୍କ ପୁତ୍ର ଶିମୋନ, ତୁମ୍ଭେ କଅଣ ମୋତେ ଏମାନଙ୍କଠାରୁ ଅଧିକ ପ୍ରେମ କରୁଅଛ?” ସେ ତାହାଙ୍କୁ କହିଲେ, ହଁ, ପ୍ରଭୁ, ମୁଁ ଯେ ଆପଣଙ୍କୁ ସ୍ନେହ କରୁଅଛି, ତାହା ଆପଣ ଜାଣନ୍ତି। ସେ ତାହାଙ୍କୁ କହିଲେ, “ମୋହର ମେଷଶାବକମାନଙ୍କୁ ଚରାଅ।”
Odia IRV 2017 (ଓଡିଆ ବାଇବେଲ)
ସେମାନେ ଭୋଜନ କଲା ଉତ୍ତାରେ ଯୀଶୁ ଶିମୋନ ପିତରଙ୍କୁ ପଚାରିଲେ, ହେ ଯୋହନଙ୍କ ପୁତ୍ର ଶିମୋନ, ତୁମ୍ଭେ କ'ଣ ମୋତେ ଏମାନଙ୍କଠାରୁ ଅଧିକ ପ୍ରେମ କରୁଅଛ? ସେ ତାହାଙ୍କୁ କହିଲେ, ହଁ, ପ୍ରଭୁ, ମୁଁ ଯେ ଆପଣଙ୍କୁ ସ୍ନେହ କରୁଅଛି, ତାହା ଆପଣ ଜାଣନ୍ତି । ସେ ତାଙ୍କୁ କହିଲେ, ମୋହର ମେଷଶାବକମାନଙ୍କୁ ଚରାଅ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತೆಂಚೆ ಖಾವ್ನ್ ಹೊಲ್ಲ್ಯಾ ತನ್ನಾ ಜೆಜುನ್ ಸಿಮಾವ್ ಪೆದ್ರುಕ್, “ಸಿಮಾವ್ ಜುವಾಂವಾಚ್ಯಾ ಲೆಕಾ ತಿಯಾ ಸಗ್ಳ್ಯಾಚ್ಯಾನ್ಕಿ ಜಾಸ್ತಿ ಮಾಜೊ ಪ್ರೆಮ್ ಕರ್‍ತೆ ಕಾಯ್?” ಮಟ್ಲ್ಯಾನ್. ತನ್ನಾ ಪೆದ್ರುನ್ “ಹೊಯ್ ಧನಿಯಾ, ಮಿಯಾ ತುಜೊ ಪ್ರೆಮ್ ಕರ್‍ತಾ ಮನುನ್ ತುಕಾಚ್ ಗೊತ್ತ್ ಹಾಯ್‍” ಮನುನ್ ಜಬಾಬ್ ದಿಲ್ಯಾನ್. ಜೆಜುನ್ ತೆಕಾ, “ಮಾಜ್ಯಾ ಬೊಕ್ಡಾಕ್ನಿ ಚಾರ್‍ವು” ಮಟ್ಲ್ಯಾನ್.