John 21:16 — Compare Translations
7 translations compared side by side
Odia - 1840
"ତା'ପରେ ଯୀଶୁ ପୁଣି ତାହାଙ୍କୁ କହିଲେ, ଯୋହନଙ୍କ ପୁତ୍ର ଶିମାନେ, ତୁମ୍ଭେ କ'ଣ ମାେତେ ପ୍ ରମେ କର?"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେ ପୁନର୍ବାର ଦ୍ଵିତୀୟ ଥର ତାଙ୍କୁ ପଚାରିଲେ, ହେ ଯୋହନଙ୍କ ପୁତ୍ର ଶିମୋନ, ତୁମ୍ଭେ କଅଣ ମୋତେ ପ୍ରେମ କରୁଅଛ? ସେ ତାହାଙ୍କୁ କହିଲେ, ହଁ, ପ୍ରଭୁ, ମୁଁ ଯେ ଆପଣଙ୍କୁ ସ୍ନେହ କରୁଅଛି, ତାହା ଆପଣ ଜାଣନ୍ତି । ସେ ତାଙ୍କୁ କହିଲେ, ମୋହର ମେଷମାନଙ୍କୁ ପ୍ରତିପାଳନ କର ।
Odia BSI (ପବିତ୍ର ବାଇବଲ (CL) NT (BSI))
ଯୀଶୁ ଦ୍ୱିତୀୟ ଥର ପଚାରିଲେ, “ଯୋହନଙ୍କ ପୁତ୍ର ଶିମୋନ, ତୁମେ କ’ଣ ମୋତେ ପ୍ରେମ କର?” ଶିମୋନ ଉତ୍ତର ଦେଲେ, “ହଁ ପ୍ରଭୁ, ଆପଣ ଜାଣନ୍ତି, ମୁଁ ଆପଣଙ୍କୁ ଭଲ ପାଏ।” ଯୀଶୁ ତାଙ୍କୁ କହିଲେ, “ମୋ’ ମେଷମାନଙ୍କର ତତ୍ତ୍ୱ ନିଅ।”
Odia Bible ERV 2004 (ପବିତ୍ର ବାଇବଲ)
ତା’ପରେ ଯୀଶୁ ପୁଣି ତାହାଙ୍କୁ କହିଲେ, “ଯୋହନଙ୍କ ପୁତ୍ର ଶିମୋନ, ତୁମ୍ଭେ କ’ଣ ମୋତେ ପ୍ରେମ କର?” ପିତର ଉତ୍ତର ଦେଲେ, “ହଁ ପ୍ରଭୁ, ଆପଣ ଜାଣନ୍ତି, ମୁଁ ଆପଣଙ୍କୁ ପ୍ରେମ କରେ।” ତା’ପରେ ଯୀଶୁ କହିଲେ, “ମୋର ମେଷମାନଙ୍କୁ ପ୍ରତିପାଳନ କର।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେ ପୁନର୍ବାର ଦ୍ୱିତୀୟ ଥର ତାହାଙ୍କୁ ପଚାରିଲେ, “ହେ ଯୋହନଙ୍କ ପୁତ୍ର ଶିମୋନ, ତୁମ୍ଭେ କଅଣ ମୋତେ ପ୍ରେମ କରୁଅଛ?” ସେ ତାହାଙ୍କୁ କହିଲେ, ହଁ, ପ୍ରଭୁ, ମୁଁ ଯେ ଆପଣଙ୍କୁ ସ୍ନେହ କରୁଅଛି, ତାହା ଆପଣ ଜାଣନ୍ତି। ସେ ତାହାଙ୍କୁ କହିଲେ, “ମୋହର ମେଷମାନଙ୍କୁ ପ୍ରତିପାଳନ କର।”
Odia IRV 2017 (ଓଡିଆ ବାଇବେଲ)
ସେ ପୁନର୍ବାର ଦ୍ୱିତୀୟ ଥର ତାଙ୍କୁ ପଚାରିଲେ, ହେ ଯୋହନଙ୍କ ପୁତ୍ର ଶିମୋନ, ତୁମ୍ଭେ କ'ଣ ମୋତେ ପ୍ରେମ କରୁଅଛ? ସେ ତାହାଙ୍କୁ କହିଲେ, ହଁ, ପ୍ରଭୁ, ମୁଁ ଯେ ଆପଣଙ୍କୁ ସ୍ନେହ କରୁଅଛି, ତାହା ଆପଣ ଜାଣନ୍ତି । ସେ ତାଙ୍କୁ କହିଲେ, ମୋହର ମେଷମାନଙ୍କୁ ପ୍ରତିପାଳନ କର ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಅನಿ ಎಕ್ ಉಲ್ಲೊ ಎಳ್ ಹೊಲ್ಲ್ಯಾ ತನ್ನಾ, ಜೆಜುನ್ ಪೆದ್ರುಕ್, “ಸಿಮಾವ್ ಜುವಾಂವಾಚ್ಯಾ ಲೆಕಾ ತಿಯಾ ಮಾಜೊ ಪ್ರೆಮ್ ಕರ್ತೆ ಕಾಯ್?” ಮಟ್ಲ್ಯಾನ್. ತನ್ನಾ ತೆನಿ, “ಹೊಯ್, ಮಿಯಾ ತುಜೊ ಪ್ರೆಮ್ ಕರ್ತಾ ಮನುನ್ ತುಕಾ ಗೊತ್ತ್ ಹಾಯ್” ಮನುನ್ ಜಬಾಬ್ ದಿಲ್ಯಾನ್. ಜೆಜುನ್ ತೆಕಾ, “ಮಾಜ್ಯಾ ಬಕ್ರ್ಯಾಕ್ನಿ ಬಗುನ್ ಘೆ” ಮಟ್ಲ್ಯಾನ್.