John 21:17 — Compare Translations
7 translations compared side by side
Odia - 1840
"ପୁଣି ତୃତୀୟ ଥର ସେ ତାହାଙ୍କୁ ପଚାରିଲେ, ଯୋହନଙ୍କ ପୁତ୍ର ଶିମାନେ, ତୁମ୍ଭେ ମାେତେ ପ୍ ରମେ କର କି?"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେ ତୃତୀୟ ଥର ତାଙ୍କୁ ପଚାରିଲେ, ହେ ଯୋହନଙ୍କ ପୁତ୍ର ଶିମୋନ, ତୁମ୍ଭେ କଅଣ ମୋତେ ସ୍ନେହ କରୁଅଛ? ତୁମ୍ଭେ କଅଣ ମୋତେ ସ୍ନେହ କରୁଅଛ, ଏହା କହି ସେ ତୃତୀୟ ଥର ପିତରଙ୍କୁ ପଚାରିବାରୁ ସେ ଦୁଃଖିତ ହୋଇ ତାହାଙ୍କୁ କହିଲେ, ପ୍ରଭୋ, ଆପଣ ସମସ୍ତ ବିଷୟ ଜାଣନ୍ତି; ମୁଁ ଯେ ଆପଣଙ୍କୁ ସ୍ନେହ କରୁଅଛି, ତାହା ଆପଣ ଜାଣନ୍ତି । ଯୀଶୁ ତାଙ୍କୁ କହିଲେ, ମୋହର ମେଷମାନଙ୍କୁ ଚରାଅ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଯୀଶୁ ଶିମୋନଙ୍କୁ ତୃତୀୟ ଥର ପଚାରିଲେ, “ଯୋହନଙ୍କ ପୁତ୍ର ଶିମୋନ, ତୁମେ ମୋତେ ସ୍ନେହ କରୁଛ?” ଏଥିରେ ପିତର ଦୁଃଖିତ ହେଲେ। କାରଣ ଯୀଶୁ ତାଙ୍କୁ ତୃତୀୟ ଥର ପଚାରିଲେ, “ତୁମେ ମୋତେ ସ୍ନେହ କରୁଛ?” ସେ କହିଲେ, “ପ୍ରଭୁ, ଆପଣ ସବୁ ଜାଣନ୍ତି- ମୁଁ ଯେ ଆପଣଙ୍କୁ ସ୍ନେହ କରେ, ଆପଣ ତାହା ଜାଣନ୍ତି।” ଯୀଶୁ ତାଙ୍କୁ କହିଲେ, “ମୋର ମେଷମାନଙ୍କର ଯତ୍ନ ନିଅ।
Odia Bible ERV 2004 (ପବିତ୍ର ବାଇବଲ)
ପୁଣି ତୃତୀୟ ଥର ସେ ତାହାଙ୍କୁ ପଗ୍ଭରିଲେ, “ଯୋହନଙ୍କ ପୁତ୍ର ଶିମୋନ, ତୁମ୍ଭେ ମୋତେ ପ୍ରେମ କର କି?” ପିତର ଦୁଃଖିତ ହେଲେ, ଯେହେତୁ ଯୀଶୁ ତାହାଙ୍କୁ ତିନିଥର ସେହି କଥା ପଗ୍ଭରିଲେ, “ମୋତେ ପ୍ରେମ କର କି?” ପିତର କହିଲେ, “ପ୍ରଭୁ, ଆପଣ ସବୁ ଜାଣିଛନ୍ତି। ମୁଁ ଆପଣଙ୍କୁ ପ୍ରେମ କରେ ବୋଲି ଆପଣ ଜାଣନ୍ତି।” ଯୀଶୁ ପିତରଙ୍କୁ କହିଲେ, “ମୋ’ ମେଷମାନଙ୍କୁ ଚରାଅ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେ ତୃତୀୟ ଥର ତାହାଙ୍କୁ ପଚାରିଲେ, “ହେ ଯୋହନଙ୍କ ପୁତ୍ର ଶିମୋନ, ତୁମ୍ଭେ କଅଣ ମୋତେ ସ୍ନେହ କରୁଅଛ? ତୁମ୍ଭେ କଅଣ ମୋତେ ସ୍ନେହ କରୁଅଛ,” ଏହା କହି ସେ ତୃତୀୟ ଥର ପିତରଙ୍କୁ ପଚାରିବାରୁ ସେ ଦୁଃଖିତ ହୋଇ ତାହାଙ୍କୁ କହିଲେ, ପ୍ରଭୁ, ଆପଣ ସମସ୍ତ ବିଷୟ ଜାଣନ୍ତି; ମୁଁ ଯେ ଆପଣଙ୍କୁ ସ୍ନେହ କରୁଅଛି, ତାହା ଆପଣ ଜାଣନ୍ତି। ଯୀଶୁ ତାହାଙ୍କୁ କହିଲେ, “ମୋହର ମେଷମାନଙ୍କୁ ଚରାଅ।
Odia IRV 2017 (ଓଡିଆ ବାଇବେଲ)
ସେ ତୃତୀୟ ଥର ତାଙ୍କୁ ପଚାରିଲେ, ହେ ଯୋହନଙ୍କ ପୁତ୍ର ଶିମୋନ, ତୁମ୍ଭେ କ'ଣ ମୋତେ ସ୍ନେହ କରୁଅଛ? ତୁମ୍ଭେ କ'ଣ ମୋତେ ସ୍ନେହ କରୁଅଛ, ଏହା କହି ସେ ତୃତୀୟ ଥର ପିତରଙ୍କୁ ପଚାରିବାରୁ ସେ ଦୁଃଖିତ ହୋଇ ତାହାଙ୍କୁ କହିଲେ, ପ୍ରଭୋ, ଆପଣ ସମସ୍ତ ବିଷୟ ଜାଣନ୍ତି; ମୁଁ ଯେ ଆପଣଙ୍କୁ ସ୍ନେହ କରୁଅଛି, ତାହା ଆପଣ ଜାଣନ୍ତି । ଯୀଶୁ ତାଙ୍କୁ କହିଲେ, ମୋହର ମେଷମାନଙ୍କୁ ଚରାଅ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತಿನ್ವೆಪಟಿ ಜೆಜುನ್, “ಸಿಮಾವ್ ಜುವಾಂವಾಚ್ಯಾ ಲೆಕಾ, ತಿಯಾ ಮಾಜೊ ಪ್ರೆಮ್ ಕರ್ತೆ ಕಾಯ್?” ಮಟ್ಲ್ಯಾನ್. ಜೆಜುನ್ ತಿನ್ವೆಪಟಿ “ತಿಯಾ ಮಾಜೊ ಪ್ರೆಮ್ ಕರ್ತೆ ಕಾಯ್?” ಮನುನ್ ಇಚಾರ್ತಾನಾ ಪೆದ್ರುಕ್ ಜೆಜಾರ್ ದಿಸ್ಲೊ, ಅನಿ ತೆನಿ “ಧನಿಯಾ ತುಕಾ ಸಗ್ಳೆ ಗೊತ್ತ್ ಹಾಯ್, ಮಿಯಾ ತುಜೊ ಪ್ರೆಮ್ ಕರ್ತಾ ಮನುನ್ ತುಕಾ ಗೊತ್ತ್ ಹಾಯ್!” ಮನುನ್ ಮಟ್ಲ್ಯಾನ್ ಜೆಜುನ್ ತೆಕಾ,“ಮಾಜ್ಯಾ ಬಕ್ರ್ಯಾಕ್ನಿ ಚಾರ್ವು,