John 8:44 — Compare Translations

7 translations compared side by side

Odia - 1840
"ଶୟତାନ ହେଉଛି ତୁମ୍ଭର ପିତା। ତୁମ୍ଭେ ତାହାର ଅଟ। ତୁମ୍ଭେ ତାର ଇଚ୍ଛା ଅନୁସାରେ କାର୍ୟ୍ଯ କରୁଛ। ପ୍ରଥମରୁ ସେ ଜଣେ ଖୁନି। ସେ ସର୍ବଦା ସତ୍ଯର ବିରୁଦ୍ଧ। ତା' ଭିତ ରେ କୌଣସି ସତ୍ଯତା ନାହିଁ। ସେ ତାର ସ୍ବଭାବରୁ ମିଛୁଆ। ସେ ମିଥ୍ଯାବାଦୀ, ସେ ମିଥ୍ଯାର ଜନ୍ମଦାତା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେମାନେ ତୁମ୍ଭମାନଙ୍କର ପିତା ଶୟତାନଠାରୁ ଉତ୍ପନ୍ନ, ଆଉ ତୁମ୍ଭମାନଙ୍କ ପିତାର କାମନା ସାଧନ କରିବା ତୁମ୍ଭମାନଙ୍କର ଇଚ୍ଛା । ସେ ଆଦ୍ୟରୁ ନରଘାତକ, ଆଉ ସେ ସତ୍ୟରେ ରହେ ନାହିଁ, କାରଣ ତାହାଠାରେ ସତ୍ୟ ନାହିଁ । ଯେତେବେଳେ ସେ ମିଥ୍ୟା କହେ, ସେତେବେଳେ ସେ ନିଜଠାରୁ କହେ; କାରଣ ସେ ମିଥ୍ୟାବାଦୀ ଓ ମିଥ୍ୟା-ବାଦୀର ପିତା ।
Odia BSI (ପବିତ୍ର ବାଇବଲ (CL) NT (BSI))
ତୁମ୍ଭେମାନେ ତୁମ୍ଭମାନଙ୍କର ପିତା ଶୟତାନର ସନ୍ତାନ; ତାହାର ଇଚ୍ଛା ଅନୁସାରେ କାର୍ଯ୍ୟ କରିବାକୁ ଲାଳାୟିତ। ସୃଷ୍ଟିର ଆରମ୍ଭରୁ ସେ ଥିଲା ନରହନ୍ତା। ସେ କେବେ ସତ୍ୟର ପକ୍ଷପାତୀ ନ ଥିଲା କାରଣ ତା’ଠାରେ ଲେଶମାତ୍ର ସତ୍ୟ ନାହିଁ। ମିଥ୍ୟା କହିବା ତା’ ପକ୍ଷରେ ସ୍ୱାଭାବିକ। କାରଣ ସେ ନିଜେ ମିଥ୍ୟାବାଦୀ ଓ ସକଳ ମିଥ୍ୟାର ଜନକ।
Odia Bible ERV 2004 (ପବିତ୍ର ବାଇବଲ)
ଶୟତାନ ହେଉଛି ତୁମ୍ଭର ପିତା। ତୁମ୍ଭେ ତାହାର ଅଟ। ତୁମ୍ଭେ ତା’ର ଇଚ୍ଛା ଅନୁସାରେ କାର୍ଯ୍ୟ କରୁଛ। ପ୍ରଥମରୁ ସେ ଜଣେ ଖୁନି। ସେ ସର୍ବଦା ସତ୍ୟର ବିରୁଦ୍ଧ। ତା’ ଭିତରେ କୌଣସି ସତ୍ୟତା ନାହିଁ। ସେ ତା’ର ସ୍ୱଭାବରୁ ମିଛୁଆ। ସେ ମିଥ୍ୟାବାଦୀ, ସେ ମିଥ୍ୟାର ଜନ୍ମଦାତା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭେମାନେ ତୁମ୍ଭମାନଙ୍କର ପିତା ଶୟତାନଠାରୁ ଉତ୍ପନ୍ନ, ଆଉ ତୁମ୍ଭମାନଙ୍କ ପିତାର କାମନା ସାଧନ କରିବା ତୁମ୍ଭମାନଙ୍କର ଇଚ୍ଛା। ସେ ଆଦ୍ୟରୁ ନରଘାତକ, ଆଉ ସେ ସତ୍ୟରେ ରହେ ନାହିଁ, କାରଣ ତାହାଠାରେ ସତ୍ୟ ନାହିଁ। ଯେତେବେଳେ ସେ ମିଥ୍ୟା କହେ, ସେତେବେଳେ ସେ ନିଜଠାରୁ କହେ; କାରଣ ସେ ମିଥ୍ୟାବାଦୀ ଓ ମିଥ୍ୟାବାଦୀର ପିତା।
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭେମାନେ ତୁମ୍ଭମାନଙ୍କର ପିତା ଶୟତାନଠାରୁ ଉତ୍ପନ୍ନ, ଆଉ ତୁମ୍ଭମାନଙ୍କ ପିତାର କାମନା ସାଧନ କରିବା ତୁମ୍ଭମାନଙ୍କର ଇଚ୍ଛା । ସେ ଆଦ୍ୟରୁ ନରଘାତକ, ଆଉ ସେ ସତ୍ୟରେ ରହେ ନାହିଁ, କାରଣ ତାହାଠାରେ ସତ୍ୟ ନାହିଁ । ଯେତେବେଳେ ସେ ମିଥ୍ୟା କହେ, ସେତେବେଳେ ସେ ନିଜଠାରୁ କହେ; କାରଣ ସେ ମିଥ୍ୟାବାଦୀ ଓ ମିଥ୍ୟାବାଦୀର ପିତା ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತುಮಿ ತುಮ್ಚ್ಯಾ ಬಾಬಾ ಗಿರೊ ಪೊರಾ, ತುಮಿ ತುಮ್ಚ್ಯಾ ಬಾಬಾಕ್ ಕಶೆ ಪಾಜೆ ತಶೆಚ್ ಚಲ್ತ್ಯಾಶಿ. ಪಯ್ಲೆಚ್ಯಾನುಚ್ ತೊ ಎಕ್ ಜಿವಾನಿ ಮಾರ್‍ತಲೊ, ಅನಿ ತೊ ಕನ್ನಾಚ್ ಖರೆ ಹಾಯ್ ಥೈ ಯೆಯ್ನಾ, ಕಶ್ಯಾಕ್ ಮಟ್ಲ್ಯಾರ್ ತ್ಯೆಚ್ಯಾ ಭುತ್ತುರ್ ಖರೆ ಮನ್ತಲೆಚ್ ನಾ. ತೊ ಝುಟೆ ಬೊಲ್ತಾನಾ, ಅಪ್ನಾಕ್ ಬರೆ ದಿಸ್ತಾ ತಶೆ ತೊ ಬೊಲ್ತಾ. ಕಶ್ಯಾಕ್ ಮಟ್ಲ್ಯಾರ್ ತೊ ಎಕ್ ಝುಟೊ ಅನಿ ಝುಟೆ ಬೊಲ್ತಲ್ಯಾಂಚೊ ಬಾಬಾ.