Joshua 17:16 — Compare Translations

5 translations compared side by side

Odia - 1840
"ଯୋଷେଫ୍ର ଲୋକମାନେ କହିଲେ, ଏହା ସତ୍ଯ ଯେ ଇଫ୍ରଯିମର ପର୍ବତମଯ ଦେଶ ଆମ୍ଭ ପାଇଁ ୟଥେଷ୍ଟ ନକ୍ସ୍ଟ ହେଁ। କିନ୍ତୁ ସଠାେରେ କିଣାନୀଯ ଲୋକମାନେ ଯେଉଁମାନେ ଉପତ୍ୟକା ଅଞ୍ଚଳ ରେ ଅଧିକ ଶକ୍ତିଶାଳୀ ଭାବରେ ବାସ କରୁଛନ୍ତି। ସମାନଙ୍କେର ଲକ୍ସ୍ଟହାର ରଥ ଅଛି। ଏବଂ ସମାନେେ ୟିଷ୍ରିଯଲେ ଉପତ୍ୟକା ତାଙ୍କ ଅଧିନ ରେ ଅଛି। ବୈଥ୍ଶାନି ଏବଂ ତା'ର ଉପସହର ଗକ୍ସ୍ଟଡିକ ସହେି ଅଞ୍ଚଳର ଅଟେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁରେ ଯୋଷେଫର ସନ୍ତାନଗଣ କହିଲେ, ଏହି ପର୍ବତମୟ ଦେଶ ଆମ୍ଭମାନଙ୍କ ନିମନ୍ତେ ଯଥେଷ୍ଟ ନୁହେଁ, ପୁଣି ତଳଭୂମିରେ ବିଶେଷତଃ ବୈଥ୍ଶାନରେ ଓ ତହିଁର ଉପନଗରମାନରେ ଓ ଯିଷ୍ରିୟେଲର ତଳ-ଭୂମିରେ ଯେସବୁ କିଣାନୀୟ ଲୋକ ବାସ କରନ୍ତି, ସେମାନଙ୍କର ଲୌହ-ରଥ ଅଛି ।
Odia Bible ERV 2004 (ପବିତ୍ର ବାଇବଲ)
ଯୋଷେଫଙ୍କର ଲୋକମାନେ କହିଲେ, “ଏହା ସତ୍ୟ ଯେ ଇଫ୍ରୟିମର ପର୍ବତମୟ ଦେଶ ଆମ୍ଭ ପାଇଁ ଯଥେଷ୍ଟ ନୁହେଁ। କିନ୍ତୁ ସେଠାରେ କିଣାନୀୟ ଲୋକମାନେ ଯେଉଁମାନେ ଉପତ୍ୟକା ଅଞ୍ଚଳରେ ଅଧିକ ଶକ୍ତିଶାଳୀ ଭାବରେ ବାସ କରୁଛନ୍ତି। ସେମାନଙ୍କର ଲୁହାର ରଥ ଅଛି। ଏବଂ ଯିଷ୍ରିୟେଲ ଉପତ୍ୟକା ତାଙ୍କ ଅଧୀନରେ ଅଛି। ବୈ‌ଥ୍‌ଶାନି ଏବଂ ତା’ର ଉପସହର ଗୁଡ଼ିକ ସେହି ଅଞ୍ଚଳର ଅଟେ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁରେ ଯୋଷେଫର ସନ୍ତାନଗଣ କହିଲେ, “ଏହି ପର୍ବତମୟ ଦେଶ ଆମ୍ଭମାନଙ୍କ ନିମନ୍ତେ ଯଥେଷ୍ଟ ନୁହେଁ, ପୁଣି ତଳଭୂମିରେ ବିଶେଷତଃ ବେଥ୍-ଶାନରେ ଓ ତହିଁର ଉପନଗରମାନରେ ଓ ଯିଷ୍ରିୟେଲର ତଳଭୂମିରେ ଯେସବୁ କିଣାନୀୟ ଲୋକ ବାସ କରନ୍ତି, ସେମାନଙ୍କର ଲୌହ ରଥ ଅଛି।”
Odia IRV 2017 (ଓଡିଆ ବାଇବେଲ)
ତହିଁରେ ଯୋଷେଫର ସନ୍ତାନଗଣ କହିଲେ, ଏହି ପର୍ବତମୟ ଦେଶ ଆମ୍ଭମାନଙ୍କ ନିମନ୍ତେ ଯଥେଷ୍ଟ ନୁହେଁ, ପୁଣି ତଳ ଭୂମିରେ ବିଶେଷତଃ ବେଥ୍-ଶାନରେ ଓ ତହିଁର ଉପନଗରମାନରେ ଓ ଯିଷ୍ରିୟେଲର ତଳଭୂମିରେ ଯେସବୁ କିଣାନୀୟ ଲୋକ ବାସ କରନ୍ତି, ସେମାନଙ୍କର ଲୌହରଥ ଅଛି।