Joshua 7:1 — Compare Translations

5 translations compared side by side

Odia - 1840
"କିନ୍ତୁ ଇଶ୍ରାୟେଲ ଲୋକମାନେ ସଦାପ୍ରଭୁଙ୍କ ଦ୍ରବ୍ଯ ନଷ୍ଟ ସମ୍ବନ୍ଧୀଯ ଆଦେଶ ମାନିଲେ ନାହିଁ। ସଠାେରେ ଜଣେ ୟିହକ୍ସ୍ଟଦା ଗୋଷ୍ଠୀବର୍ଗୀଯ ଲୋକ ଥିଲେ, ଯାହାର ନାମ ଆଖନ୍। ସେ କର୍ମିର ପକ୍ସ୍ଟତ୍ର ଥିଲା ଏବଂ କର୍ମି ଜିମୀର ପକ୍ସ୍ଟତ୍ର ଥିଲା। ଯାହା ଧ୍ବଂଶ କରିବାର ଥିଲା, ସେଥିରକ୍ସ୍ଟ କିଛି ଆଖନ ରଖିଥିଲା। ଯେଉଁଥିପାଇଁ ସଦାପ୍ରଭୁ ଇଶ୍ରାୟେଲ ଲୋକମାନଙ୍କ ଉପରେ କୋରଧିତ ହେଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମାତ୍ର ଇସ୍ରାଏଲ-ସନ୍ତାନଗଣ ବର୍ଜିତ ବସ୍ତୁ ବିଷୟରେ ସତ୍ୟଲଙ୍ଘନ କଲେ; କାରଣ ଯିହୁଦା ବଂଶୀୟ ସେରହର ପ୍ରପୌତ୍ର, ସଦ୍ଦିର ପୌତ୍ର, କର୍ମିର ପୁତ୍ର ଆଖନ୍ ବର୍ଜିତ ବସ୍ତୁରୁ କିଛି ହରଣ କଲା; ତହିଁରେ ଇସ୍ରାଏଲ-ସନ୍ତାନଗଣ ପ୍ରତି ସଦାପ୍ରଭୁଙ୍କ କ୍ରୋଧ ପ୍ରଜ୍ଵଳିତ ହେଲା ।
Odia Bible ERV 2004 (ପବିତ୍ର ବାଇବଲ)
ଆଖ‌ନ୍‌ର ପାପ କିନ୍ତୁ ଇସ୍ରାଏଲ ଲୋକମାନେ ସଦାପ୍ରଭୁଙ୍କ ଦ୍ରବ୍ୟ ନଷ୍ଟ ସମ୍ବନ୍ଧୀୟ ଆଦେଶ ମାନିଲେ ନାହିଁ। ସେଠାରେ ଜଣେ ଯିହୁଦା ଗୋଷ୍ଠୀୟ ଲୋକ ଥିଲା, ଯାହାର ନାମ ଆଖନ୍। ସେ କର୍ମିର ପୁତ୍ର ଥିଲା ଏବଂ କର୍ମି ଜିମୀର ପୁତ୍ର ଥିଲା। ଯାହା ଧ୍ୱଂସ କରିବାର ଥିଲା, ସେଥିରୁ କିଛି ଆଖନ୍ ରଖିଥିଲା। ଯେଉଁଥିପାଇଁ ସଦାପ୍ରଭୁ ଇସ୍ରାଏଲ ଲୋକମାନଙ୍କ ଉପରେ କ୍ରୋଧିତ ହେଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମାତ୍ର ଇସ୍ରାଏଲ-ସନ୍ତାନଗଣ ବର୍ଜିତ ବସ୍ତୁ ବିଷୟରେ ସତ୍ୟ-ଲଙ୍ଘନ କଲେ; କାରଣ ଯିହୁଦା ବଂଶୀୟ ସେରହର ପ୍ରପୌତ୍ର, ସବ୍‍ଦିର ପୌତ୍ର, କର୍ମିର ପୁତ୍ର ଆଖନ୍‍ ବର୍ଜିତ ବସ୍ତୁରୁ କିଛି ହରଣ କଲା; ତହିଁରେ ଇସ୍ରାଏଲ-ସନ୍ତାନଗଣ ପ୍ରତି ସଦାପ୍ରଭୁଙ୍କ କ୍ରୋଧ ପ୍ରଜ୍ୱଳିତ ହେଲା।
Odia IRV 2017 (ଓଡିଆ ବାଇବେଲ)
ମାତ୍ର ଇସ୍ରାଏଲ ସନ୍ତାନଗଣ ବର୍ଜିତ ବସ୍ତୁ ବିଷୟରେ ସତ୍ୟ-ଲଙ୍ଘନ କଲେ; କାରଣ ଯିହୁଦା ବଂଶୀୟ ସେରହର ପ୍ରପୌତ୍ର, ସବ୍‍ଦିର ପୌତ୍ର, କର୍ମିର ପୁତ୍ର ଆଖନ୍‍ ବର୍ଜିତ ବସ୍ତୁରୁ କିଛି ହରଣ କଲା; ତହିଁରେ ଇସ୍ରାଏଲ ସନ୍ତାନଗଣ ପ୍ରତି ସଦାପ୍ରଭୁଙ୍କ କ୍ରୋଧ ପ୍ରଜ୍ୱଳିତ ହେଲା।