Judges 20:23 — Compare Translations
4 translations compared side by side
Odia - 1840
"ସଦାପ୍ରଭୁ ସେମାନଙ୍କୁ କହିଲେ, “ସେମାନଙ୍କ ବିରୁଦ୍ଧରେ ଯାଅ।” ଏହିପରି ଇସ୍ରାଏଲମାନେ ଉତ୍ସାହିତ ହେଲେ ଏବଂ ବିନ୍ୟାମୀନ ଲୋକମାନଙ୍କ ବିରୁଦ୍ଧରେ ଯୁଦ୍ଧ କଲେ, ଯେପରି ସେମାନେ ପ୍ରଥମ ଦିନରେ କରିଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ଇସ୍ରାଏଲ-ସନ୍ତାନଗଣ ଉଠି ଯାଇ ସନ୍ଧ୍ୟା ପର୍ଯ୍ୟନ୍ତ ସଦାପ୍ରଭୁଙ୍କ ସମ୍ମୁଖରେ ରୋଦନ କଲେ; ପୁଣି ସେମାନେ ସଦାପ୍ରଭୁଙ୍କୁ ପଚାରି କହିଲେ, ଆମ୍ଭେ କି ଆପଣା ଭାଇ ବିନ୍ୟାମୀନ-ସନ୍ତାନଗଣ ସହିତ ଯୁଦ୍ଧ କରିବାକୁ ନିକଟବର୍ତ୍ତୀ ହେବା? ତହିଁରେ ସଦାପ୍ରଭୁ କହିଲେ, ତାହା ବିରୁଦ୍ଧରେ ଯାଅ ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି ଇସ୍ରାଏଲ-ସନ୍ତାନଗଣ ଉଠିଯାଇ ସନ୍ଧ୍ୟା ପର୍ଯ୍ୟନ୍ତ ସଦାପ୍ରଭୁଙ୍କ ସମ୍ମୁଖରେ ରୋଦନ କଲେ; ପୁଣି ସେମାନେ ସଦାପ୍ରଭୁଙ୍କୁ ପଚାରି କହିଲେ, “ଆମ୍ଭେ କି ଆପଣା ଭାଇ ବିନ୍ୟାମୀନ୍-ସନ୍ତାନଗଣ ସହିତ ଯୁଦ୍ଧ କରିବାକୁ ନିକଟବର୍ତ୍ତୀ ହେବା?” ତହିଁରେ ସଦାପ୍ରଭୁ କହିଲେ, “ତାହା ବିରୁଦ୍ଧରେ ଯାଅ।”
Odia IRV 2017 (ଓଡିଆ ବାଇବେଲ)
ପୁଣି ଇସ୍ରାଏଲ ସନ୍ତାନଗଣ ଉଠି ଯାଇ ସନ୍ଧ୍ୟା ପର୍ଯ୍ୟନ୍ତ ସଦାପ୍ରଭୁଙ୍କ ସମ୍ମୁଖରେ ରୋଦନ କଲେ; ପୁଣି ସେମାନେ ସଦାପ୍ରଭୁଙ୍କୁ ପଚାରି କହିଲେ, ଆମ୍ଭେ କି ଆପଣା ଭାଇ ବିନ୍ୟାମୀନ୍-ସନ୍ତାନଗଣ ସହିତ ଯୁଦ୍ଧ କରିବାକୁ ନିକଟବର୍ତ୍ତୀ ହେବା? ତହିଁରେ ସଦାପ୍ରଭୁ କହିଲେ, ତାହା ବିରୁଦ୍ଧରେ ଯାଅ।