Judges 20:28 — Compare Translations

5 translations compared side by side

Odia - 1840
"ସଠାେରେ ଜଣେ ଯାଜକ ଥିଲେ ତାଙ୍କର ନାମ ଥିଲା ପୀନହସ୍। ସେ ଇଲିଯାସରର ବଂଶଧର ଥିଲେ। ଇଲିଯାସର ଥିଲା ହାରୋଣଙ୍କର ପକ୍ସ୍ଟତ୍ର। ଇଶ୍ରାୟେଲର ଲୋକମାନେ ପଚାରିଲେ, ବିନ୍ଯାମୀନର ଲୋକମାନେ ଆମର ସଐର୍କୀଯ। ଆମ୍ଭର ତାଙ୍କ ସହିତ ୟକ୍ସ୍ଟଦ୍ଧ କରିବା ଉଚିତ ନା ୟକ୍ସ୍ଟଦ୍ଧ ବନ୍ଦ କରିବା ଉଚିତ୍?"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏହେତୁ ଇସ୍ରାଏଲ-ସନ୍ତାନଗଣ ସଦାପ୍ରଭୁଙ୍କୁ ପଚାରି କହିଲେ, ଆମ୍ଭେ ଆପଣା ଭାଇ ବିନ୍ୟାମୀନ-ସନ୍ତାନଗଣ ବିରୁଦ୍ଧରେ ଯୁଦ୍ଧ କରିବା ପାଇଁ ଏବେହେଁ କି ପୁନର୍ବାର ଯିବା, ଅବା କ୍ଷା; ହେବା? ସଦାପ୍ରଭୁ କହିଲେ, ଯାଅ; ଆମ୍ଭେ କାଲି ତୁମ୍ଭ ହସ୍ତରେ ତାହାକୁ ସମର୍ପଣ କରିବା ।
Odia Bible ERV 2004 (ପବିତ୍ର ବାଇବଲ)
ସେଠାରେ ଜଣେ ଯାଜକ ଥିଲେ ତାଙ୍କର ନାମ ଥିଲା ପୀନହସ୍। ସେ ଇଲିୟାସରର ବଂଶଧର ଥିଲେ। ଇଲିୟାସର ଥିଲା ହାରୋଣଙ୍କର ପୁତ୍ର। ଇସ୍ରାଏଲର ଲୋକମାନେ ପଗ୍ଭରିଲେ, “ବିନ୍ୟାମୀନର ଲୋକମାନେ ଆମ୍ଭର ସମ୍ପର୍କୀୟ। ଆମ୍ଭର ତାଙ୍କ ସହିତ ଯୁଦ୍ଧ କରିବା ଉଚିତ୍ ନା ଯୁଦ୍ଧ ବନ୍ଦ କରିବା ଉଚିତ୍?” ସଦାପ୍ରଭୁ କହିଲେ, “ଆସନ୍ତା କାଲି ଯାଅ ଓ ସେମାନଙ୍କୁ ପରାସ୍ତ କର। ସେମାନଙ୍କୁ ପରାସ୍ତ କରିବା ପାଇଁ ମୁଁ ତୁମ୍ଭମାନଙ୍କୁ ସହାୟ ହେବି।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏହେତୁ ଇସ୍ରାଏଲ-ସନ୍ତାନଗଣ ସଦାପ୍ରଭୁଙ୍କୁ ପଚାରି କହିଲେ, “ଆମ୍ଭେ ଆପଣା ଭାଇ ବିନ୍ୟାମୀନ୍-ସନ୍ତାନଗଣ ବିରୁଦ୍ଧରେ ଯୁଦ୍ଧ କରିବା ପାଇଁ ଏବେ ହେଁ କି ପୁନର୍ବାର ଯିବା, ଅବା କ୍ଷାନ୍ତ ହେବା?” ସଦାପ୍ରଭୁ କହିଲେ, ଯାଅ; “ଆମ୍ଭେ କାଲି ତୁମ୍ଭ ହସ୍ତରେ ତାହାକୁ ସମର୍ପଣ କରିବା।”
Odia IRV 2017 (ଓଡିଆ ବାଇବେଲ)
ଏହେତୁ ଇସ୍ରାଏଲ ସନ୍ତାନଗଣ ସଦାପ୍ରଭୁଙ୍କୁ ପଚାରି କହିଲେ, ଆମ୍ଭେ ଆପଣା ଭାଇ ବିନ୍ୟାମୀନ୍-ସନ୍ତାନଗଣ ବିରୁଦ୍ଧରେ ଯୁଦ୍ଧ କରିବା ପାଇଁ ଏବେହେଁ କି ପୁନର୍ବାର ଯିବା, ଅବା କ୍ଷାନ୍ତ ହେବା? ସଦାପ୍ରଭୁ କହିଲେ, ଯାଅ; ଆମ୍ଭେ କାଲି ତୁମ୍ଭ ହସ୍ତରେ ତାହାକୁ ସମର୍ପଣ କରିବା।