Luke 10:21 — Compare Translations

7 translations compared side by side

Odia - 1840
"ତ'ପରେ ପବିତ୍ରଆତ୍ମା ଯୀଶୁଙ୍କୁ ଅତ୍ଯନ୍ତ ଆନନ୍ଦିତ କରାଇଲେ। ଯୀଶୁ କହିଲେ, ହେ ପରମପିତା! ହେ ସ୍ବର୍ଗ ଓ ପୃଥିବୀର ପ୍ରଭୁ! ମୁଁ ତୁମ୍ଭକୁ ପ୍ରଂଶସା କରୁଛି। କାରଣ ତୁମ୍ଭେ ଏହି କଥାଗୁଡିକୁ ଜ୍ଞାନୀ ଓ ବୁଦ୍ଧିମାନ ଲୋକମାନଙ୍କ ନିକଟରୁ ଲୁଚଇେ ରଖିଥିଲେ ମଧ୍ଯ ଶିଶୁମାନଙ୍କ ପରି ଲୋକମାନଙ୍କୁ ଦଖାଇେଛ। ହେ ପରମ ପିତା! ତୁମ୍ଭେ ଏହା ପ୍ରକୃତ ରେ କରିବାକୁ ଚାହୁଁଥିଲ ବୋଲି ତୁମ୍ଭେ ଏହା କଲ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେହି ଦଣ୍ତରେ ସେ ପବିତ୍ର ଆତ୍ମାଙ୍କଠାରେ ଉଲ୍ଲସିତ ହୋଇ କହିଲେ, ପିତଃ, ସ୍ଵର୍ଗ ଓ ପୃଥିବୀର ପ୍ରଭୋ, ତୁମ୍ଭେ ଜ୍ଞାନୀ ଓ ବୁଦ୍ଧିମାନ ଲୋକମାନଙ୍କଠାରୁ ଏହିସମସ୍ତ ବିଷୟ ଗୁପ୍ତ ରଖି ଶିଶୁମାନଙ୍କ ନିକଟରେ ପ୍ରକାଶ କଲ, ଏନିମନ୍ତେ ତୁମ୍ଭର ସ୍ତୁତିବାଦ କରୁଅଛି; ହଁ, ପିତଃ, କାରଣ ଏହା ତୁମ୍ଭ ଦୃଷ୍ଟିରେ ସନ୍ତୋଷର ବିଷୟ ହେଲା ।
Odia BSI (ପବିତ୍ର ବାଇବଲ (CL) NT (BSI))
ସେହି ସମୟରେ ଯୀଶୁ ପବିତ୍ରଆତ୍ମାଙ୍କ ଦ୍ୱାରା ଆନନ୍ଦରେ ପରିପୂର୍ଣ୍ଣ ହୋଇ କହିଲେ, “ହେ ପିତା, ସ୍ୱର୍ଗ ଓ ପୃଥିବୀର ପ୍ରଭୁ! ମୁଁ ତୁମକୁ ଧନ୍ୟବାଦ ଦେଉଛି, ତୁମେ ବିଜ୍ଞ ଓ ଜ୍ଞାନବାନ ଲୋକମାନଙ୍କଠାରୁ ଯାହା ଗୁପ୍ତ ରଖିଛ, ତାହା ଅଜ୍ଞାନମାନଙ୍କ ନିକଟରେ ପ୍ରକାଶ କରିଛି। ହଁ ପିତା, ଏହା ହିଁ ତୁମର ମହତ୍ ଇଚ୍ଛା।
Odia Bible ERV 2004 (ପବିତ୍ର ବାଇବଲ)
ଯୀଶୁ ପରମପିତାଙ୍କୁ ପ୍ରାର୍ଥନା କଲେ ତ’ପରେ ପବିତ୍ରଆତ୍ମା ଯୀଶୁଙ୍କୁ ଅତ୍ୟନ୍ତ ଆନନ୍ଦିତ କରାଇଲେ। ଯୀଶୁ କହିଲେ, “ହେ ପରମପିତା! ହେ ସ୍ୱର୍ଗ ଓ ପୃଥିବୀର ପ୍ରଭୁ! ମୁଁ ତୁମ୍ଭକୁ ପ୍ରଶଂସା କରୁଛି। କାରଣ ତୁମ୍ଭେ ଏହି କଥାଗୁଡ଼ିକୁ ଜ୍ଞାନୀ ଓ ବୁଦ୍ଧିମାନ ଲୋକମାନଙ୍କ ନିକଟରୁ ଲୁଚେଇ ରଖିଥିଲେ ମଧ୍ୟ ଶିଶୁମାନଙ୍କ ପରି ଲୋକମାନଙ୍କୁ ଦେଖାଇଛ। ହେ ପରମ ପିତା! ତୁମ୍ଭେ ଏହା ପ୍ରକୃତରେ କରିବାକୁ ଗ୍ଭହୁଁଥିଲ ବୋଲି ତୁମ୍ଭେ ଏହା କଲ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେହି ସମୟରେ ସେ ପବିତ୍ର ଆତ୍ମାଙ୍କଠାରେ ଉଲ୍ଲସିତ ହୋଇ କହିଲେ, “ପିତା ସ୍ୱର୍ଗ ଓ ପୃଥିବୀର ପ୍ରଭୁ, ତୁମ୍ଭେ ଜ୍ଞାନୀ ଓ ବୁଦ୍ଧିମାନ ଲୋକମାନଙ୍କଠାରୁ ଏହି ସମସ୍ତ ବିଷୟ ଗୁପ୍ତ ରଖି ଶିଶୁମାନଙ୍କ ନିକଟରେ ପ୍ରକାଶ କଲ, ଏଥିନିମନ୍ତେ ତୁମ୍ଭର ପ୍ରଶଂସା କରୁଅଛି; ହଁ, ପିତା, କାରଣ ଏହା ତୁମ୍ଭ ଦୃଷ୍ଟିରେ ସନ୍ତୋଷର ବିଷୟ ହେଲା।”
Odia IRV 2017 (ଓଡିଆ ବାଇବେଲ)
ସେହି ସମୟରେ ସେ ପବିତ୍ର ଆତ୍ମାଙ୍କଠାରେ ଉଲ୍ଲସିତ ହୋଇ କହିଲେ, ପିତା ସ୍ୱର୍ଗ ଓ ପୃଥିବୀର ପ୍ରଭୁ, ତୁମ୍ଭେ ଜ୍ଞାନୀ ଓ ବୁଦ୍ଧିମାନ ଲୋକମାନଙ୍କଠାରୁ ଏହି ସମସ୍ତ ବିଷୟ ଗୁପ୍ତ ରଖି ଶିଶୁମାନଙ୍କ ନିକଟରେ ପ୍ରକାଶ କଲ, ଏଥି ନିମନ୍ତେ ତୁମ୍ଭର ପ୍ରଶଂସା କରୁଅଛି; ହଁ, ପିତା, କାରଣ ଏହା ତୁମ୍ଭ ଦୃଷ୍ଟିରେ ସନ୍ତୋଷର ବିଷୟ ହେଲା ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಎಗ್ದಾ ಜೆಜು ಪವಿತ್ರ್ ಆತ್ಮ್ಯಾನ್ ಕುಶಿ ಹೊಲೊ ಅನಿ “ಬಾಬಾ ಸರ್‍ಗಾಚ್ಯಾ ಅನಿ ಹ್ಯಾ ಜಗಾಚ್ಯಾ ಧನಿಯಾ ಮಿಯಾ ತುಕಾ ಧನ್ಯವಾದ್ ದಿತಾ, ಕಶ್ಯಾಕ್ ಮಟ್ಲ್ಯಾರ್, ಬುದ್ವಂತಾನಿಕ್ನಾ ಅನಿ ಶಿಕಲ್ಲ್ಯಾನಿಕ್ನಾ ನಿಪ್ವುನ್ ಥವಲ್ಲೆ, ಶಿಕುನಸಲ್ಲ್ಯಾಕ್ನಿ ತಿಯಾ ದಾಕ್ವುನ್ ದಿಲೆ. ಹೊಯ್ ಮಾಜ್ಯಾ ಬಾಬಾ, ಹೆ, ತುಕಾ ಕಶೆ ಪಾಜೆ ತಸೆಚ್ ಹೊಲೆ”.