Luke 13:34 — Compare Translations
7 translations compared side by side
Odia - 1840
"ୟିରୂଶାଲମ! ହେ ୟିରୂଶାଲମ! ତୁମ୍ଭେ ଭବିଷ୍ଯଦ୍ବକ୍ତାମାନଙ୍କୁ ହତ୍ଯା କରୁଛ। ଯେଉଁ ଲୋକମାନଙ୍କୁ ପରମେଶ୍ବର ତୁମ୍ଭ ପାଖକୁ ପଠାଇଥିଲେ, ତୁମ୍ଭେ ତାହାଙ୍କୁ ପଥର ଫୋପାଡି ମାରି ଦଇେଛ। ମୁଁ ଅନକେ ଥର ତୁମ୍ଭ ଲୋକମାନଙ୍କୁ ସାହାୟ୍ଯ କରିବାକୁ ଚାହିଁଛି। ଗୋଟିଏ କୁକୁଡା ତାର ପକ୍ଷତଳେ କୁକୁଡାଛୁଆମାନଙ୍କୁ ଏକାଠି କରିବାଭଳି ମୁଁ ତୁମ୍ଭମାନଙ୍କ ଲୋକମାନଙ୍କୁ ଏକାଠି କରିବାକୁ ଚାହିଁଥିଲି। କିନ୍ତୁ ତୁମ୍ଭମାନେେ ମାେତେ ତାହା କରଇେ ଦଲନୋହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଗୋ ଯିରୂଶାଲମ, ଗୋ ଯିରୂଶାଲମ, ଭାବବାଦୀମାନଙ୍କ ହତ୍ୟାକାରିଣୀ ଓ ଆପଣା ନିକଟକୁ ପ୍ରେରିତମାନଙ୍କ ପ୍ରସ୍ତରାଘାତକାରିଣୀ କୁକ୍କୁଟୀ ଯେପରି ପକ୍ଷ ତଳେ ଆପଣା ଶାବକମାନଙ୍କୁ ଏକତ୍ର କରେ, ସେପରି ମୁଁ କେତେ ଥର ତୋହର ସନ୍ତାନମାନଙ୍କୁ ଏକତ୍ର କରିବାକୁ ଇଚ୍ଛା କଲି, କିନ୍ତୁ ତୁମ୍ଭେମାନେ ଇଚ୍ଛୁକ ହେଲ ନାହିଁ ।
Odia BSI (ପବିତ୍ର ବାଇବଲ (CL) NT (BSI))
“ହେ ଯିରୂଶାଲମ, ହେ ଯିରୂଶାଲମ। ତୁ ଭାବବାଦୀମାନଙ୍କୁ ହତ୍ୟା କରୁ ଏବଂ ଈଶ୍ୱର ତୋ’ ନିକଟକୁ ପଠାଇ ଥିବା ବାର୍ତ୍ତାବହମାନଙ୍କୁ ପ୍ରସ୍ତରାଘାତ କରୁ। କୁକୁଡ଼ା ଯେପରି ପକ୍ଷ ତଳେ ଛୁଆମାନଙ୍କୁ ଏକାଠି କରେ, ସେହିପରି କେତେଥର ମୁଁ ତୋର ସନ୍ତାନମାନଙ୍କୁ ଏକତ୍ର କରିବା ପାଇଁ ଇଚ୍ଛା କରିଛି, କିନ୍ତୁ ତୁ ମୋତେ ତାହା କରିବାକୁ ଦେଇ ନାହୁଁ।
Odia Bible ERV 2004 (ପବିତ୍ର ବାଇବଲ)
“ଯିରୁଶାଲମ, ହେ ଯିରୁଶାଲମ! ତୁମ୍ଭେ ଭବିଷ୍ୟଦ୍ବକ୍ତାମାନଙ୍କୁ ହତ୍ୟା କରୁଛ। ଯେଉଁ ଲୋକମାନଙ୍କୁ ପରମେଶ୍ୱର ତୁମ୍ଭ ପାଖକୁ ପଠାଇଥିଲେ, ତୁମ୍ଭେ ତାହାଙ୍କୁ ପଥର ଫୋପାଡ଼ି ମାରି ଦେଇଛ। ମୁଁ ଅନେକ ଥର ତୁମ୍ଭ ଲୋକମାନଙ୍କୁ ସାହାଯ୍ୟ କରିବାକୁ ଗ୍ଭହିଁଛି। ଗୋଟିଏ କୁକୁଡ଼ା ତା’ର ପକ୍ଷତଳେ କୁକୁଡ଼ା ଛୁଆମାନଙ୍କୁ ଏକାଠି କରିବାଭଳି ମୁଁ ତୁମ୍ଭମାନଙ୍କ ଲୋକମାନଙ୍କୁ ଏକାଠି କରିବାକୁ ଗ୍ଭହିଁଥିଲି। କିନ୍ତୁ ତୁମ୍ଭେମାନେ ମୋତେ ତାହା କରେଇ ଦେଲ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
“ଗୋ ଯିରୂଶାଲମ, ଗୋ ଯିରୂଶାଲମ, ଭାବବାଦୀମାନଙ୍କ ହତ୍ୟାକାରିଣୀ ଓ ଆପଣା ନିକଟକୁ ପ୍ରେରିତମାନଙ୍କ ପ୍ରସ୍ତରାଘାତକାରିଣୀ, କୁକ୍କୁଟୀ ଯେପରି ପକ୍ଷ ତଳେ ଆପଣା ଶାବକମାନଙ୍କୁ ଏକତ୍ର କରେ, ସେହିପରି ମୁଁ କେତେ ଥର ତୋହର ସନ୍ତାନମାନଙ୍କୁ ଏକତ୍ର କରିବାକୁ ଇଚ୍ଛା କଲି, କିନ୍ତୁ ତୁମ୍ଭେମାନେ ଇଚ୍ଛୁକ ହେଲ ନାହିଁ।
Odia IRV 2017 (ଓଡିଆ ବାଇବେଲ)
ଗୋ ଯିରୂଶାଲମ, ଗୋ ଯିରୂଶାଲମ, ଭାବବାଦୀମାନଙ୍କ ହତ୍ୟାକାରିଣୀ ଓ ଆପଣା ନିକଟକୁ ପ୍ରେରିତମାନଙ୍କ ପ୍ରସ୍ତରାଘାତକାରିଣୀ, କୁକ୍କୁଟୀ ଯେପରି ପକ୍ଷତଳେ ଆପଣା ଶାବକମାନଙ୍କୁ ଏକତ୍ର କରେ, ସେହିପରି ମୁଁ କେତେ ଥର ତୋହର ସନ୍ତାନମାନଙ୍କୁ ଏକତ୍ର କରିବାକୁ ଇଚ୍ଛା କଲି, କିନ୍ତୁ ତୁମ୍ଭେମାନେ ଇଚ୍ଛୁକ ହେଲ ନାହିଁ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಜೆರುಜಲೆಮಾ, ಜೆರುಜಲೆಮಾ! ತಿಯಾ ಪ್ರವಾದ್ಯಾಕ್ನಿ ಜಿವಾನಿ ಮಾರ್ತೆ,ದೆವಾನ್ ಧಾಡಲ್ಲ್ಯಾ, ಬರಿ ಖಬರ್ ಸಾಂಗ್ತಲ್ಯಾಕ್ನಿ, ತಿಯಾ ಗುಂಡ್ಯಾನ್ ಮಾರ್ತೆ! ಎಕ್ ಕೊಂಬ್ಡಿನ್ ಅಪ್ನಾಚ್ಯಾ ಪಿಲ್ಲಾಕ್ನಿ ಅಪ್ನಾಚ್ಯಾ ಫಾಕಾಟ್ಯಾತ್ನಿ ನಿಪ್ವುನ್ ಥವ್ನ್ ಘೆಟ್ಲ್ಯಾ ಸರ್ಕೆ,ಅನಿ ಕವ್ಡೆ ಪತರ್ ತುಜ್ಯಾ ಭೊತ್ಯಾನಿ ಮಿಯಾ ಹಾತ್ ಘಾಲುನ್ ಘೆವ್ನ್ ರಾವ್ಚೆ, ತಸೆ ರ್ಹಾಲ್ಯಾರ್ಬಿ ತಿಯಾ ಮಾಕಾ ಸೊಡಿನೆಯ್!