Luke 18:11 — Compare Translations

7 translations compared side by side

Odia - 1840
"ଫାରୂଶୀଜଣକ କରଆଦାୟକାରୀଙ୍କଠାରୁ ଦୂର ରେ ଅଲଗା ଠିଆ ହାଇେଥିଲେ। ଫାରୂଶୀ ଜଣକ ପ୍ରାର୍ଥନା କଲାବାଳେ କହିଲେ, ' ହେ ପରମେଶ୍ବର, ମୁଁ ଅନ୍ୟ ଲୋକଙ୍କ ଭଳି ଖରାପ ହାଇନେଥିବାରୁ ତୁମ୍ଭକୁ କୃତଜ୍ଞତା ଜଣାଉଛି। ମୁଁ ଚୋରି, ଠକାମି, ବ୍ଯଭିଚାର, ପାପ କରୁଥିବା ଲୋକମାନଙ୍କ ଭଳି ନୁହେଁ।ମୁଁ ଏହି କରଆଦାୟକାରୀ ଅପେକ୍ଷା ଭଲ ହାଇେଥିବାରୁ ତୁମ୍ଭ ପାଖ ରେ କୃତଜ୍ଞତା ଜଣାଉଛି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଫାରୂଶୀ ଦଣ୍ତାୟମାନ ହୋଇ ଆପଣା ନିକଟରେ ଏହି ପ୍ରକାର ପ୍ରାର୍ଥନା କରିବାକୁ ଲାଗିଲା, ହେ ଈଶ୍ଵର, ମୁଁ ତୁମ୍ଭକୁ ଧନ୍ୟବାଦ ଦେଉଅଛି ଯେ, ମୁଁ ଅନ୍ୟ ସମସ୍ତ ଲୋକଙ୍କ ପରି ଅତ୍ୟାଚାରୀ, ଅଧାର୍ମିକ, ବ୍ୟଭିଚାରୀ କିମ୍ଵା ଏହି କରଗ୍ରାହୀ ପରି ସୁଦ୍ଧା ନୁହେଁ;
Odia BSI (ପବିତ୍ର ବାଇବଲ (CL) NT (BSI))
“ଫାରୁଶୀ ପୃଥକ ଭାବରେ ଏକାକୀ ଛିଡ଼ା ହୋଇ ପ୍ରାର୍ଥନା କଲା, ‘ପ୍ରଭୁ! ମୁଁ ତୁମକୁ ଧନ୍ୟବାଦ ଦେଉଅଛି ଯେ ମୁଁ ଅନ୍ୟମାନଙ୍କ ପରି ଲୋଭୀ, ଦୁର୍ନୀତିଗ୍ରସ୍ତ ବା ବ୍ୟଭିଚାରୀ ନୁହେଁ। ମୁଁ ତୁମକୁ ଧନ୍ୟବାଦ ଦେଉଅଛି ଯେ ମୁଁ ସେଠାରେ ଥିବା ସେହି କରଆଦାୟକାରୀ ପରି ନୁହେଁ।
Odia Bible ERV 2004 (ପବିତ୍ର ବାଇବଲ)
ଫାରୂଶୀଜଣକ କରଆଦାୟକାରୀଙ୍କଠାରୁ ଦୂରରେ ଅଲଗା ଠିଆ ହୋଇଥିଲେ। ଫାରୂଶୀ ଜଣକ ପ୍ରାର୍ଥନା କଲାବେଳେ କହିଲେ, ‘ହେ ପରମେଶ୍ୱର, ମୁଁ ଅନ୍ୟ ଲୋକଙ୍କ ଭଳି ଖରାପ ହୋଇ ନ ଥିବାରୁ ତୁମ୍ଭକୁ କୃତଜ୍ଞତା ଜଣାଉଛି। ମୁଁ ଗ୍ଭେରି, ଠକାମି, ବ୍ୟଭିଗ୍ଭର, ପାପ କରୁଥିବା ଲୋକମାନଙ୍କ ଭଳି ନୁହେଁ। ମୁଁ ଏହି କରଆଦାୟକାରୀ ଅପେକ୍ଷା ଭଲ ହୋଇଥିବାରୁ ତୁମ୍ଭ ପାଖରେ କୃତଜ୍ଞତା ଜଣାଉଛି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଫାରୂଶୀ ଠିଆ ହୋଇ ଆପଣା ନିକଟରେ ଏହି ପ୍ରକାର ପ୍ରାର୍ଥନା କରିବାକୁ ଲାଗିଲେ, ‘ହେ ଈଶ୍ବର, ମୁଁ ତୁମ୍ଭକୁ ଧନ୍ୟବାଦ ଦେଉଅଛି ଯେ, ମୁଁ ଅନ୍ୟ ସମସ୍ତ ଲୋକଙ୍କ ପରି ଅତ୍ୟାଚାରୀ, ଅଧାର୍ମିକ, ବ୍ୟଭିଚାରୀ କିମ୍ବା ଏହି କରଗ୍ରାହୀ ପରି ସୁଦ୍ଧା ନୁହେଁ;
Odia IRV 2017 (ଓଡିଆ ବାଇବେଲ)
ଫାରୂଶୀ ଠିଆ ହୋଇ ଆପଣା ନିକଟରେ ଏହି ପ୍ରକାର ପ୍ରାର୍ଥନା କରିବାକୁ ଲାଗିଲେ, ହେ ଈଶ୍ୱର, ମୁଁ ତୁମ୍ଭକୁ ଧନ୍ୟବାଦ ଦେଉଅଛି ଯେ, ମୁଁ ଅନ୍ୟ ସମସ୍ତ ଲୋକଙ୍କ ପରି ଅତ୍ୟାଚାରୀ, ଅଧାର୍ମିକ, ବ୍ୟଭିଚାରୀ କିମ୍ବା ଏହି କର ଆଦାୟକାରୀ ପରି ସୁଦ୍ଧା ନୁହେଁ;
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಫಾರಿಜೆವ್ ಅಪ್ನಾಚ್ಯಾ ಎವ್ಡ್ಯಾಕ್ ಧುರುಚ್ ಇಬೆ ರ್‍ಹಾಲೊ, ಅನಿ ದೆವಾ ಮಿಯಾ ತುಕಾ ಧನ್ಯವಾದ್ ದಿತಾ. ಮಿಯಾ ಸಗ್ಳ್ಯಾಂಚ್ಯಾ ಸರ್ಕೊ, ಅಸ್‍ಬುರ್ಕೊ, ಸಾಂಗಟಲ್ಲೆ ಕರಿನಸಲ್ಲೊ, ನಾ ಹೊಲ್ಯಾರ್, ಎಕ್ ವೆಭಿಚಾರ್ ಕರ್‍ತಲೊ ಮಾನುಸ್ ನ್ಹಯ್. ಮಿಯಾ ತಬಕ್, ತ್ಯಾ ತೆರ್‍ಗಿ ವಸುಲಿ ಕರ್‍ತಲ್ಯಾ ಪಾಪಿ ಮಾನ್ಸಾ ಸಾರ್ಕೊ ನ್ಹಯ್.