Luke 18:14 — Compare Translations

7 translations compared side by side

Odia - 1840
"ମୁଁ ତୁମ୍ଭମାନଙ୍କୁ କହୁଛି, 'ଏହି ଲୋକଟି ଯେତବେେଳେ ତା'ର ପ୍ରାର୍ଥନା ଶଷେ କରି ତା' ଘରକୁ ଫରେିଗଲା, ସେ ପରମେଶ୍ବରଙ୍କ ଦୃଷ୍ଟି ରେ ଧାର୍ମିକ ପରିଗଣତ ହେଲା। କିନ୍ତୁ ଯେଉଁ ଫାରୂଶୀ ଅନୁଭବ କଲା ଯେ ସେ ଅନ୍ୟ ଲୋକମାନଙ୍କ ଅପେକ୍ଷା ଭଲ ଲୋକ, ସେ ପରମେଶ୍ବରଙ୍କ ପ୍ରତି ବିଶ୍ବସ୍ତ ନଥିଲା। ଯେଉଁ ଲୋକ ନିଜକୁ ନିଜେ ମହାନ ବୋଲି ଭାବେ, ତାକୁ ହୀନ କରି ଦିଆୟିବ, କିନ୍ତୁ ଯେଉଁ ଲୋକ ନିଜକୁ ହୀନ କରି ଦିଏ ତାକୁ ମହାନ କରାୟିବ।'"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମୁଁ ତୁମ୍ଭମାନଙ୍କୁ କହୁଅଛି, ସେ ଲୋକ ନୁହେଁ, ବରଂ ଏହି ଲୋକ ଧାର୍ମିକ ଗଣିତ ହୋଇ ଆପଣା ଗୃହକୁ ଚାଲିଗଲା; କାରଣ ଯେକେହି ଆପଣାକୁ ଉନ୍ନତ ବୋଲି ଦେଖାଏ, ତାହାକୁ ନତ କରାଯିବ, କିନ୍ତୁ ଯେ ଆପଣାକୁ ନତ କରେ, ତାହାକୁ ଉନ୍ନତ କରାଯିବ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଯୀଶୁ କହିଲେ, “ମୁଁ କହୁଛି, କରଆଦାୟକାରୀ ଈଶ୍ୱରଙ୍କ ଦୃଷ୍ଟିରେ ଧାର୍ମିକ ବିବେଚିତ ହୋଇ ଘରକୁ ଫେରିଲା, କିନ୍ତୁ ଫାରୁଶୀ ନୁହେଁ। କାରଣ ଯେ କେହି ନିଜକୁ ଉନ୍ନତ ବୋଲି ଦେଖାଏ, ତାକୁ ଅବନତ କରାଯିବ। ଯେ ନିଜକୁ ନ୍ୟୁନ କରେ, ତାକୁ ଉନ୍ନତ କରାଯିବ।”
Odia Bible ERV 2004 (ପବିତ୍ର ବାଇବଲ)
ମୁଁ ତୁମ୍ଭମାନଙ୍କୁ କହୁଛି, ‘ଏହି ଲୋକଟି ଯେତେବେଳେ ତା’ର ପ୍ରାର୍ଥନା ଶେଷ କରି ତା’ ଘରକୁ ଫେରିଗଲା, ସେ ପରମେଶ୍ୱରଙ୍କ ଦୃଷ୍ଟିରେ ଧାର୍ମିକ ପରିଗଣତ ହେଲା। କିନ୍ତୁ ଯେଉଁ ଫାରୂଶୀ ଅନୁଭବ କଲା ଯେ ସେ ଅନ୍ୟ ଲୋକମାନଙ୍କ ଅପେକ୍ଷା ଭଲ ଲୋକ, ସେ ପରମେଶ୍ୱରଙ୍କ ପ୍ରତି ବିଶ୍ୱସ୍ତ ନ ଥିଲା। ଯେଉଁ ଲୋକ ନିଜକୁ ନିଜେ ମହାନ୍ ବୋଲି ଭାବେ, ତାକୁ ହୀନ କରି ଦିଆଯିବ, କିନ୍ତୁ ଯେଉଁ ଲୋକ ନିଜକୁ ହୀନ କରି ଦିଏ ତାକୁ ମହାନ୍ କରାଯିବ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମୁଁ ତୁମ୍ଭମାନଙ୍କୁ କହୁଅଛି, ସେ ଲୋକ ନୁହେଁ, ବରଂ କର ଆଦାୟକାରୀ ଧାର୍ମିକ ଗଣିତ ହୋଇ ନିଜ ଘରକୁ ଚାଲିଗଲା; କାରଣ ଯେ କେହି ଆପଣାକୁ ଉନ୍ନତ ବୋଲି ଦେଖାଏ, ତାହାକୁ ନତ କରାଯିବ, କିନ୍ତୁ ଯେ ଆପଣାକୁ ନତ କରେ, ତାହାକୁ ଉନ୍ନତ କରାଯିବ।”
Odia IRV 2017 (ଓଡିଆ ବାଇବେଲ)
ମୁଁ ତୁମ୍ଭମାନଙ୍କୁ କହୁଅଛି, ସେ ଲୋକ ନୁହେଁ, ବରଂ କର ଆଦାୟକାରୀ ଧାର୍ମିକ ଗଣିତ ହୋଇ ନିଜ ଘରକୁ ଚାଲିଗଲା; କାରଣ ଯେ କେହି ଆପଣାକୁ ଉନ୍ନତ ବୋଲି ଦେଖାଏ, ତାହାକୁ ନତ କରାଯିବ, କିନ୍ତୁ ଯେ ଆପଣାକୁ ନତ କରେ, ତାହାକୁ ଉନ୍ନତ କରାଯିବ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತನ್ನಾ ಜೆಜುನ್, ಮಿಯಾ ತುಮ್ಕಾ ಸಾಂಗ್ತಾ, ತೊ ತೆರ್‍ಗಿ ವಸುಲ್ ಕರ್‍ತಲೊ, ದೆವಾಚ್ಯಾ ನದ್ರೆತ್ ನಿತಿವಂತ್ ಹೊವ್ನ್, ಆಶಿರ್ವಾದ್ ಘೆವ್ನ್ ಗೆಲೊ. ತ್ಯಾ ಫಾರಿಜೆವಾಚಿ ಮಾಗ್ನಿ, ದೆವಾಕ್ ಮಾನುಕ್ ನಾ. ಜೆ ಕೊನ್ ಅಪ್ನಾಕುಚ್ ವರ್‍ತಿ ಕರ್‍ತ್ಯಾತ್, ತೆಂಕಾ ಖಾಲ್ತಿ ಕರುನ್ ಹೊತಾ, ಅನಿ ಜೆ ಕೊನ್ ಅಪ್ನಾಕುಚ್ ಖಾಲ್ತಿ ಕರ್‍ತ್ಯಾತ್, ತೆಂಕಾ ವರ್‍ತಿ ಕರುನ್ ಹೊತಾ, ಮನುನ್ ಸಾಂಗಟ್ಲ್ಯಾನ್.