Luke 2:24 — Compare Translations

7 translations compared side by side

Odia - 1840
"ପ୍ରଭୁଙ୍କ ନିୟମ ରେ ଆହୁରି ମଧ୍ଯ ଲଖାେଅଛି: ତୁମ୍ଭକୁ ଦୁଇଟି କପୋତ କିମ୍ବା ଦୁଇଟି ପାରାଛୁଆ ମଧ୍ଯ ବଳି ଦବୋକୁ ହବେ। ତେଣୁ ଏହି ବ୍ଯବସ୍ଥା ଅନୁସାରେ ବଳି ଦବୋ ନିମନ୍ତେ ୟୋ ସଫେ ଓ ମରିୟମ ୟିରୂଶାଲମକୁ ଗଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପ୍ରଭୁଙ୍କ ବ୍ୟବସ୍ଥାଶାସ୍ତ୍ରରେ ଲିଖିତ ଏହି ଆଜ୍ଞାନୁସାରେ ସେମାନେ ତାଙ୍କୁ ପ୍ରଭୁଙ୍କ ଉଦ୍ଦେଶ୍ୟରେ ଉତ୍ସର୍ଗ କରିବା ନିମନ୍ତେ ଓ ପ୍ରଭୁଙ୍କ ବ୍ୟବସ୍ଥାଶାସ୍ତ୍ରରେ ଉଲ୍ଲିଖିତ ଉକ୍ତି ଅନୁସାରେ ଦୁଇଟି ଘୁଘୁ ବା ଦୁଇଟି କାପ୍ତାଛୁଆ ବଳିଦାନ କରିବା ସକାଶେ ତାହାଙ୍କୁ ଯିରୂଶାଲମକୁ ଘେନିଗଲେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ପୁଣି ସେହି ବ୍ୟବସ୍ଥା ଅନୁଯାୟୀ ସେମାନଙ୍କୁ ଦୁଇଟି କାପ୍ତା ବା ଦୁଇଟି ପାରା ବଳି ଉତ୍ସର୍ଗ କରିବାକୁ ପଡ଼ିଲା।
Odia Bible ERV 2004 (ପବିତ୍ର ବାଇବଲ)
ପ୍ରଭୁଙ୍କ ନିୟମରେ ଆହୁରି ମଧ୍ୟ ଲେଖାଅଛି: “ତୁମ୍ଭକୁ ଦୁଇଟି କପୋତ କିମ୍ବା ଦୁଇଟି ପାରାଛୁଆ ମଧ୍ୟ ବଳି ଦେବାକୁ ହେବ।” ତେଣୁ ଏହି ବ୍ୟବସ୍ଥା ଅନୁସାରେ ବଳି ଦେବା ନିମନ୍ତେ ଯୋଷେଫ ଓ ମରିୟମ ଯିରୁଶାଲମକୁ ଗଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପ୍ରଭୁଙ୍କ ବ୍ୟବସ୍ଥାରେ ଲିଖିତ ଏହି ଆଜ୍ଞାନୁସାରେ ସେମାନେ ତାହାଙ୍କୁ ପ୍ରଭୁଙ୍କ ଉଦ୍ଦେଶ୍ୟରେ ଉତ୍ସର୍ଗ କରିବା ନିମନ୍ତେ ଓ ପ୍ରଭୁଙ୍କ ବ୍ୟବସ୍ଥାରେ ଲେଖାଯାଇଥିବା ଅନୁସାରେ ଦୁଇଟି ଘୁଘୁ ବା ଦୁଇଟି କାପ୍ତାଛୁଆ ବଳିଦାନ କରିବା ସକାଶେ ତାହାଙ୍କୁ ଯିରୂଶାଲମ ସହରକୁ ନେଇଗଲେ।
Odia IRV 2017 (ଓଡିଆ ବାଇବେଲ)
ପ୍ରଭୁଙ୍କ ବ୍ୟବସ୍ଥାରେ ଲିଖିତ ଏହି ଆଜ୍ଞାନୁସାରେ ସେମାନେ ତାହାଙ୍କୁ ପ୍ରଭୁଙ୍କ ଉଦ୍ଦେଶ୍ୟରେ ଉତ୍ସର୍ଗ କରିବା ନିମନ୍ତେ ଓ ପ୍ରଭୁଙ୍କ ବ୍ୟବସ୍ଥାରେ ଲେଖାଯାଇଥିବା ଅନୁସାରେ ଦୁଇଟି ଘୁଘୁ ବା ଦୁଇଟି କାପ୍ତାଛୁଆ ବଳିଦାନ କରିବା ସକାଶେ ତାହାଙ୍କୁ ଯିରୂଶାଲମକୁ ନେଇଗଲେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ದೆವಾಚ್ಯಾ ಖಾಯ್ದ್ಯಾಂಚ್ಯಾ ಸರ್ಕೆ, ಎಕ್ ಜೊಡಿ ಪಾರಿವಾಳಾ ನಾ ತರ್ ದೊನ್ ಕೊವ್ಡ್ಯಾಚಿ ಪಿಲ್ಲಾ, ತೆನಿ ದೆವಾಕ್ ಬಲಿ ಕರುನ್ ದಿತಲಿ ಹೊತ್ತಿ, ತೆ ಬಿ ಕರುನ್ ಯವ್ಕ್ ಮನುನ್ ತೆನಿ ಜೆರುಜಲೆಮಾಕ್ ಗೆಲ್ಲೆ.