Luke 20:19 — Compare Translations

7 translations compared side by side

Odia - 1840
"ଧର୍ମଶାସ୍ତ୍ରୀ ଓ ମୁଖ୍ଯ ଯାଜକମାନେ ଯୀଶୁଙ୍କଠାରୁ ଏହି ଦୃଷ୍ଟାନ୍ତଟି ଶୁଣିଲେ। ସମାନେେ ଜାଣି ପାରିଲେ ଯେ, ଏହି ଦୃଷ୍ଟାନ୍ତଟି ସମାନଙ୍କେ ଉଦ୍ଦେଶ୍ଯ ରେ କୁହାୟାଇଛି। ତେଣୁ ସମାନେେ ଯୀଶୁଙ୍କୁ ଠିକ୍ ସତେିକି ବେଳେ ବନ୍ଦୀ କରିବାକୁ ଚାହିଁଲେ। କିନ୍ତୁ ଲୋକମାନେ କାଳେ କ'ଣ କିଛି କରିପକାଇବେ, ସେଥିପାଇଁ ସମାନେେ ଡରୁଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଥିରେ ଶାସ୍ତ୍ରୀ ଓ ପ୍ରଧାନ ଯାଜକମାନେ ସେହି ଦଣ୍ତରେ ତାହାଙ୍କୁ ଧରିବାକୁ ଚେଷ୍ଟା କଲେ, କିନ୍ତୁ ସେମାନେ ଲୋକମାନଙ୍କୁ ଭୟ କଲେ, କାରଣ ସେ ସେହି ଦୃଷ୍ଟାନ୍ତ ସେମାନଙ୍କୁ ଲକ୍ଷ୍ୟ କରି କହିଥିଲେ ବୋଲି ସେମାନେ ବୁଝିଲେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଧର୍ମଗୁରୁ ଓ ମୁଖ୍ୟ ଯାଜକମାନେ ଯୀଶୁଙ୍କୁ ଘଟଣା ସ୍ଥଳରେ ଗିରଫ କରିବାକୁ ଚେଷ୍ଟା କଲେ, କାରଣ ସେମାନେ ଜାଣିଥିଲେ ଯେ ଯୀଶୁ ସେମାନଙ୍କ ବିରୁଦ୍ଧରେ ଏହି ଦୃଷ୍ଟାନ୍ତ କଥା କହିଥିଲେ; କିନ୍ତୁ ସେମାନେ ଲୋକମାନଙ୍କୁ ଭୟ କରୁଥିଲେ।
Odia Bible ERV 2004 (ପବିତ୍ର ବାଇବଲ)
ଧର୍ମଶାସ୍ତ୍ରୀ ଓ ମୁଖ୍ୟ ଯାଜକମାନେ ଯୀଶୁଙ୍କଠାରୁ ଏହି ଦୃଷ୍ଟାନ୍ତଟି ଶୁଣିଲେ। ସେମାନେ ଜାଣି ପାରିଲେ ଯେ, ଏହି ଦୃଷ୍ଟାନ୍ତଟି ସେମାନଙ୍କ ଉଦ୍ଦେଶ୍ୟରେ କୁହାଯାଇଛି। ତେଣୁ ସେମାନେ ଯୀଶୁଙ୍କୁ ଠିକ୍ ସେତିକିବେଳେ ବନ୍ଦୀ କରିବାକୁ ଗ୍ଭହିଁଲେ। କିନ୍ତୁ ଲୋକମାନେ କାଳେ କ’ଣ କିଛି କରିପକାଇବେ, ସେଥିପାଇଁ ସେମାନେ ଡରୁଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିରେ ଶାସ୍ତ୍ରୀ ଓ ପ୍ରଧାନ ଯାଜକମାନେ ସେହି ମୁହୂର୍ତ୍ତରେ ତାହାଙ୍କୁ ଧରିବାକୁ ଚେଷ୍ଟା କଲେ, କିନ୍ତୁ ସେମାନେ ଲୋକମାନଙ୍କୁ ଭୟ କଲେ, କାରଣ ସେ ସେହି ଦୃଷ୍ଟାନ୍ତ ସେମାନଙ୍କୁ ଲକ୍ଷ୍ୟ କରି କହିଥିଲେ ବୋଲି ସେମାନେ ବୁଝିଲେ।
Odia IRV 2017 (ଓଡିଆ ବାଇବେଲ)
ଏଥିରେ ଶାସ୍ତ୍ରୀ ଓ ପ୍ରଧାନ ଯାଜକମାନେ ସେହି ମୁହୁର୍ତ୍ତରେ ତାହାଙ୍କୁ ଧରିବାକୁ ଚେଷ୍ଟା କଲେ, କିନ୍ତୁ ସେମାନେ ଲୋକମାନଙ୍କୁ ଭୟ କଲେ, କାରଣ ସେ ସେହି ଦୃଷ୍ଟାନ୍ତ ସେମାନଙ୍କୁ ଲକ୍ଷ୍ୟ କରି କହିଥିଲେ ବୋଲି ସେମାନେ ବୁଝିଲେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಖಾಯ್ದೆ ಶಿಕ್ವುತಲ್ಯಾ ಲೊಕಾನಿ, ಅನಿ ಮುಖ್ಯ ಯಾಜಕಾನಿ, ಜೆಜುಕ್ ತ್ಯಾಚ್ ಜಾಗ್ಯಾರ್ ಧರುಚೆ ಮನುನ್ ಖಟ್ಪಟ್ಲ್ಯಾನಿ, ಕಶ್ಯಾಕ್ ಮಟ್ಲ್ಯಾರ್ ಹಿ ಕಾನಿ ತೆನಿ ತೆಂಚ್ಯಾಚ್ ವೈಲಿ ಸಾಂಗ್ಲ್ಯಾನ್ ಮನುನ್ ತೆಂಕಾ ಕಳಲ್ಲೆ, ಖರೆ ತೆಂಚೆನ್ ಹೊವ್ಕ್ ನಾ, ಕಶ್ಯಾಕ್ ಮಟ್ಲ್ಯಾರ್ ತೆನಿ ಲೊಕಾಕ್ನಿ ಭಿಂಯಾಲ್ಯಾನಿ.