Luke 20:21 — Compare Translations
7 translations compared side by side
Odia - 1840
"ସହେି ଲୋକମାନେ ଯୀଶୁଙ୍କୁ କହିଲେ, ଗୁରୁ, ଆମ୍ଭେ ଜାଣିଛୁ ଯେ ଆପଣ ଯାହା କହୁଛନ୍ତି ଓ ଉପଦେଶ ଦେଉଛନ୍ତି, ସେ ସବୁ ଠିକ୍। ଆପଣ କାହାପ୍ରତି ପକ୍ଷପାତପୂର୍ଣ୍ଣ ଆଚରଣ କରୁନାହାଁନ୍ତି। ଆପଣ ପରମେଶ୍ବରଙ୍କ ମାର୍ଗ ବିଷୟ ରେ ଯେଉଁ ଉପଦେଶ ଦେଉଛନ୍ତି, ତାହା ସତ୍ଯ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେମାନେ ତାହାଙ୍କୁ ପଚାରିଲେ, ହେ ଗୁରୁ, ଆମ୍ଭେମାନେ ଜାଣୁ, ଆପଣ ଯଥାର୍ଥ ରୂପେ କଥା କହନ୍ତି ଓ ଶିକ୍ଷା ଦିଅନ୍ତି, ପୁଣି କାହାରି ମୁଖାପେକ୍ଷା କରନ୍ତି ନାହିଁ, ମାତ୍ର ସତ୍ୟ ରୂପେ ଈଶ୍ଵରଙ୍କ ମାର୍ଗ ଶିକ୍ଷା ଦିଅନ୍ତି ।
Odia BSI (ପବିତ୍ର ବାଇବଲ (CL) NT (BSI))
ଚରମାନେ ଯୀଶୁଙ୍କ ଛିଦ୍ର ଧରିବାକୁ ଆସି ତାଙ୍କୁ ପ୍ରଶ୍ନ କଲେ, “ହେ ଗୁରୁ, ଆପଣ ଯାହା କହନ୍ତି ଓ ଶିକ୍ଷା ଦିଅନ୍ତି, ତାହା ଯଥାର୍ଥ ବୋଲି ଆମେ ଜାଣୁ। ଆମେ ଜାଣୁ ଯେ ଆପଣ ମନୁଷ୍ୟର ମୁଖାପେକ୍ଷା କରନ୍ତି ନାହିଁ, କିନ୍ତୁ ମନୁଷ୍ୟ ଜୀବନ ପାଇଁ ଈଶ୍ୱରଙ୍କର ଇଚ୍ଛା ବିଷୟରେ ସ୍ପଷ୍ଟ ଶିକ୍ଷା ଦିଅନ୍ତି।
Odia Bible ERV 2004 (ପବିତ୍ର ବାଇବଲ)
ସେହି ଲୋକମାନେ ଯୀଶୁଙ୍କୁ କହିଲେ, “ଗୁରୁ, ଆମ୍ଭେ ଜାଣିଛୁ ଯେ ଆପଣ ଯାହା କହୁଛନ୍ତି ଓ ଉପଦେଶ ଦେଉଛନ୍ତି, ସେ ସବୁ ଠିକ୍। ଆପଣ କାହାପ୍ରତି ପକ୍ଷପାତପୂର୍ଣ୍ଣ ଆଚରଣ କରୁ ନାହାନ୍ତି। ଆପଣ ପରମେଶ୍ୱରଙ୍କ ମାର୍ଗ ବିଷୟରେ ଯେଉଁ ଉପଦେଶ ଦେଉଛନ୍ତି, ତାହା ସତ୍ୟ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେମାନେ ତାହାଙ୍କୁ ପଚାରିଲେ, ହେ ଗୁରୁ, ଆମ୍ଭେମାନେ ଜାଣୁ, ଆପଣ ଠିକ୍ କଥା କହନ୍ତି ଓ ଶିକ୍ଷା ଦିଅନ୍ତି, ପୁଣି, କାହାରି ମୁଖାପେକ୍ଷା କରନ୍ତି ନାହିଁ, ମାତ୍ର ସତ୍ୟ ରୂପେ ଈଶ୍ବରଙ୍କ ପଥ ବିଷୟରେ ଶିକ୍ଷା ଦିଅନ୍ତି।
Odia IRV 2017 (ଓଡିଆ ବାଇବେଲ)
ସେମାନେ ତାହାଙ୍କୁ ପଚାରିଲେ, ହେ ଗୁରୁ, ଆମ୍ଭେମାନେ ଜାଣୁ, ଆପଣ ଠିକ୍ କଥା କହନ୍ତି ଓ ଶିକ୍ଷା ଦିଅନ୍ତି, ପୁଣି, କାହାରି ମୁଖାପେକ୍ଷା କରନ୍ତି ନାହିଁ, ମାତ୍ର ସତ୍ୟ ରୂପେ ଈଶ୍ୱରଙ୍କ ପଥ ବିଷୟରେ ଶିକ୍ଷା ଦିଅନ୍ତି ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತ್ಯಾ ಖಾಯ್ದೆ ಶಿಕ್ವುತಲ್ಯಾನಿ, ಅನಿ ಯಾಜಕಾಂಚ್ಯಾ ಮುಖಂಡಾನಿ ಶಿಕ್ವುನ್ ಧಾಡಲ್ಲ್ಯಾ ಲೊಕಾನಿ ಜೆಜುಕ್ ಗುರುಜಿ, ತಿಯಾ ಸಾಂಗ್ತಲೆ, ಅನಿ ತಿಯಾ ಸಿಕ್ವುತಲೆ ಸಗ್ಳೆ ಬರಬ್ಬರ್ ಹಾಯ್, ತೆ ಅಮ್ಕಾ ಗೊತ್ತ್ ಅಸಲ್ಲೆ ವಿಶಯ್, ಅನಿ ತಿಯಾ ಕೊನಾಚಿ ಪದ್ವಿ-ಗಿದ್ವಿ ಬಗಿನಸ್ತಾನಾ ದೆವಾಚ್ಯಾ ಯವ್ಜನಿ ಸರ್ಕೆ ಕಾಯ್ ಹಾಯ್ ತೆಚ್ ಅಮ್ಕಾ ಶಿಕ್ವುತೆ,