Luke 8:14 — Compare Translations
7 translations compared side by side
Odia - 1840
"ଯେଉଁ ବୀଜ କଣ୍ଟା ବୁଦା ରେ ପଡିଥିଲା, ତାହା ସହେି ଲୋକମାନଙ୍କ ଭଳି, ଯେଉଁମାନେ ପରମେଶ୍ବରଙ୍କ ବାକ୍ଯ ଶୁଣନ୍ତି କିନ୍ତୁ ଚିନ୍ତା, ଧନ, ସମ୍ପତ୍ତି, ଜୀବନର ଭୋଗ ବିଳାସ ଆଦି ସମାନଙ୍କେୁ ବଢିବାରୁ ବାଧାଦିଏ। ତା' ଫଳ ରେ ସେଥିରୁ ଭଲ ଫଳ ମିଳି ପା ରନୋହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ, କଣ୍ଟାଗଛଗୁଡ଼ାକ ମଧ୍ୟରେ ଯାହା ପଡ଼ିଲା, ତାହା ଏହିପରି ଲୋକେ, ଯେଉଁମାନେ ଶୁଣି ସାଂସାରିକ ଚିନ୍ତା, ଧନ ଓ ସୁଖଭୋଗର ବଶବର୍ତ୍ତୀ ହୋଇ ଜୀବନଯାତ୍ରା କରୁ କରୁ ଚାପି ହୋଇଯାଆନ୍ତି, ପୁଣି ପରିପକ୍ଵ ଫଳ ଉତ୍ପନ୍ନ କରନ୍ତି ନାହିଁ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଯେଉଁମାନେ ବାର୍ତ୍ତା ଶୁଣନ୍ତି, କିନ୍ତୁ ସାଂସାରିକ ଚିନ୍ତା, ଧନ ସମ୍ପତ୍ତି ଓ ଭୋଗ ବିଳାସରେ ମଜ୍ଜି ରହନ୍ତି, ସେମାନେ କଣ୍ଟା ବୁଦାରେ ପଡ଼ିଥିବା ବିହନ ପରି। ସେସବୁ ସେମାନଙ୍କ ଜୀବନକୁ ଗ୍ରାସି ପକାଏ ଏବଂ ସେମାନେ ପରିପକ୍ୱ ଫଳ ଉତ୍ପନ୍ନ କରି ପାରନ୍ତି ନାହିଁ।
Odia Bible ERV 2004 (ପବିତ୍ର ବାଇବଲ)
“ଯେଉଁ ବୀଜ କଣ୍ଟା ବୁଦାରେ ପଡ଼ିଥିଲା, ତାହା ସେହି ଲୋକମାନଙ୍କ ଭଳି, ଯେଉଁମାନେ ପରମେଶ୍ୱରଙ୍କ ବାକ୍ୟ ଶୁଣନ୍ତି କିନ୍ତୁ ଚିନ୍ତା, ଧନ, ସମ୍ପତ୍ତି, ଜୀବନର ଭୋଗ ବିଳାସ ଆଦି ସେମାନଙ୍କୁ ବଢ଼ିବାରୁ ବାଧାଦିଏ। ତା’ ଫଳରେ ସେଥିରୁ ଭଲ ଫଳ ମିଳି ପାରେ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ, କଣ୍ଟାଗଛଗୁଡ଼ାକ ମଧ୍ୟରେ ଯାହା ପଡ଼ିଲା, ତାହା ଏପରି ଲୋକେ, ଯେଉଁମାନେ ଶୁଣି ସାଂସାରିକ ଚିନ୍ତା, ଧନ ଓ ସୁଖଭୋଗର ବଶବର୍ତ୍ତୀ ହୋଇ ଜୀବନ ଯାତ୍ରା କରୁ କରୁ ଚାପି ହୋଇଯାନ୍ତି, ପୁଣି, ପରିପକ୍ୱ ଫଳ ଉତ୍ପନ୍ନ କରନ୍ତି ନାହିଁ।
Odia IRV 2017 (ଓଡିଆ ବାଇବେଲ)
ଆଉ, କଣ୍ଟାଗଛଗୁଡ଼ାକ ମଧ୍ୟରେ ଯାହା ପଡ଼ିଲା, ତାହା ଏପରି ଲୋକେ, ଯେଉଁମାନେ ଶୁଣି ସାଂସାରିକ ଚିନ୍ତା, ଧନ ଓ ସୁଖଭୋଗର ବସବର୍ତ୍ତୀ ହୋଇ ଜୀବନ ଯାତ୍ରା କରୁ କରୁ ଚାପି ହୋଇଯାନ୍ତି, ପୁଣି, ପରିପକ୍ୱ ଫଳ ଉତ୍ପନ୍ନ କରନ୍ତି ନାହିଁ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಕಾಟ್ಯಾಂಚ್ಯಾ ಝಿಳಿತ್ ಪಡಲ್ಲೆ ಭ್ಹಿಂಯ್ ಮಟ್ಲ್ಯಾರ್, ಜಿ ಲೊಕಾ ದೆವಾಚ್ಯಾ ಗೊಸ್ಟಿಯಾ ಆಯಿಕ್ತ್ಯಾತ್, ಖರೆ ತೆಂಚ್ಯಾ ಯವ್ಜನ್ಯಾ ಅನಿ ಪಯ್ಸ್ಯಾಂಚಿ ಆಶಾ, ಅನಿ ಹ್ಯಾ ಜಿವನಾಚ್ಯಾ ಯವ್ಜನ್ಯಾ, ತ್ಯಾ ಗೊಸ್ಟಿಯಾಕ್ನಿ ದಡ್ಪುನ್ ಧರ್ತ್ಯಾತ್, ಅನಿ ತೆಂಕಾ ಫಳ್ ದಿವ್ಕ್ ದಿನ್ಯಾತ್.