Luke 8:28 — Compare Translations
7 translations compared side by side
Odia - 1840
"ଭୂତ ଅନକେ ଥର ଲୋକଟିକୁ କବଳିତ କରୁଥିଲା। ଏହି ସମୟରେ ତା' ହାତ ରେ ହାତକଡି ଓ ଗୋଡ ରେ ବଡେି ପକାଇ ପହରା ଭିତ ରେ ରଖା ଯାଉଥିଲା। କିନ୍ତୁ ସେ ସବୁବେଳେ ସେ ସବୁ ଛିଣ୍ଡାଇ ଦେଉଥିଲା ଓ ତା' ଦହେ ରେ ଥିବା ଭୂତ ତାହାକୁ ଲୋକେ ରହୁ ନଥିବା ନିଛାଟିଆ ଜାଗାକୁ ତଡି ନେଉଥିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେ ଯୀଶୁଙ୍କୁ ଦେଖି ଚିତ୍କାର କରି ତାହାଙ୍କ ଚରଣ ତଳେ ପଡ଼ି ଉଚ୍ଚ ସ୍ଵରରେ କହିଲା, ହେ ପରାତ୍ପର ଈଶ୍ଵରଙ୍କ ପୁତ୍ର ଯୀଶୁ, ତୁମ୍ଭ ସାଙ୍ଗରେ ମୋର କଅଣ ଅଛି,? ମୁଁ ତୁମ୍ଭକୁ ନିବେଦନ କରୁଅଛି, ମୋତେ ଯନ୍ତ୍ରଣା ଦିଅ ନାହିଁ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଯୀଶୁଙ୍କୁ ଦେଖିବା କ୍ଷଣି ସେ ଚିକ୍ରାର କରି, ଯୀଶୁଙ୍କ ଗୋଡ଼ ତଳେ ପଡ଼ିଗଲା ଓ ଉଚ୍ଚ ସ୍ୱରରେ କହିଲା, “ମହାନ୍ ଈଶ୍ୱରଙ୍କ ପୁତ୍ର ଯୀଶୁ! ମୋ’ ସହିତ ଆପଣଙ୍କର କି ସମ୍ପର୍କ? ମୋତେ ଦୟା କରନ୍ତୁ। ଦଣ୍ଡ ଦିଅନ୍ତୁ ନାହିଁ।”
Odia Bible ERV 2004 (ପବିତ୍ର ବାଇବଲ)
ଭୂତ ଅନେକ ଥର ଲୋକଟିକୁ କବଳିତ କରୁଥିଲା। ଏହି ସମୟରେ ତା’ ହାତରେ ହାତକଡ଼ି ଓ ଗୋଡ଼ରେ ବେଡ଼ି ପକାଇ ପହରା ଭିତରେ ରଖା ଯାଉଥିଲା। କିନ୍ତୁ ସେ ସବୁବେଳେ ସେ ସବୁ ଛିଣ୍ଡାଇ ଦେଉଥିଲା ଓ ତା’ ଦେହରେ ଥିବା ଭୂତ ତାହାକୁ ଲୋକେ ରହୁ ନ ଥିବା ନିଛାଟିଆ ଜାଗାକୁ ତଡ଼ି ନେଉଥିଲା। ଯୀଶୁ ଭୂତକୁ ସେହି ଲୋକଟି ଦେହରୁ ବାହାରି ଆସିବାକୁ ଆଜ୍ଞା ଦେଲେ। ଲୋକଟି ଯୀଶୁଙ୍କ ଆଗରେ ପଡ଼ିଯାଇ ଉଚ୍ଚ ସ୍ୱରରେ ପାଟି କରି କହିଲା, “ହେ ସର୍ବୋପରିସ୍ଥଙ୍କ ପୁତ୍ର ଯୀଶୁ! ତୁମ୍ଭେ ମୋ’ଠାରୁ କ’ଣ ଗ୍ଭହୁଁଛ? ମୁଁ ଅନୁରୋଧ କରୁଛି, ମୋତେ ଦଣ୍ଡ ଦିଅ ନାହିଁ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେ ଯୀଶୁଙ୍କୁ ଦେଖି ଚିତ୍କାର କରି ତାହାଙ୍କ ଚରଣ ତଳେ ପଡ଼ି ଉଚ୍ଚସ୍ୱରରେ କହିଲା, ହେ ମହାନ ଈଶ୍ବରଙ୍କ ପୁତ୍ର ଯୀଶୁ, ତୁମ୍ଭ ସାଙ୍ଗରେ ମୋହର କଅଣ ଅଛି? ମୁଁ ତୁମ୍ଭକୁ ନିବେଦନ କରୁଅଛି, ମୋତେ କଷ୍ଟ ଦିଅ ନାହିଁ।
Odia IRV 2017 (ଓଡିଆ ବାଇବେଲ)
ସେ ଯୀଶୁଙ୍କୁ ଦେଖି ଚିତ୍କାର କରି ତାହାଙ୍କ ଚରଣ ତଳେ ପଡ଼ି ଉଚ୍ଚସ୍ୱରରେ କହିଲା, ହେ ମହାନ ଈଶ୍ୱରଙ୍କ ପୁତ୍ର ଯୀଶୁ, ତୁମ୍ଭ ସାଙ୍ଗରେ ମୋହର କ'ଣ ଅଛି? ମୁଁ ତୁମ୍ଭକୁ ନିବେଦନ କରୁଅଛି, ମୋତେ କଷ୍ଟ ଦିଅ ନାହିଁ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತೆನಿ ಜೆಜುಕ್ ಬಗಟಲ್ಲ್ಯಾ ತನ್ನಾ, ಮೊಟ್ಯಾನ್ ಬೊಬ್ ಮಾರ್ಲ್ಯಾನ್, ಅನಿ ಜೆಜುಚ್ಯಾ ಪಾಂಯಾತ್ನಿ ಪಡುನ್ ಜೆಜುಕ್, “ಜೆಜು ಮೊಟ್ಯಾ ದೆವಾಚ್ಯಾ ಲೆಕಾ! ಮಾಜೆಕ್ನಾ ತುಕಾ ಕಾಯ್ ಪಾಜೆ ಹೊಲಾ? ಮಾಕಾ ಶಿಕ್ಷಾ ದಿವ್ನಕೊ ಮನುನ್ ಮಿಯಾ ತುಜೆಕ್ಡೆ ಮಾಗ್ನಿ ಕರ್ತಾ” ಮನುನ್ ಬೊಬ್ ಮಾರುಕ್ ಲಾಗ್ಲೊ.