Mark 10:21 — Compare Translations

7 translations compared side by side

Odia - 1840
"ଯୀଶୁ ତାହାଙ୍କୁ ଚାହିଁଲେ ଓ ସ୍ନହେ କଲେ। ସେ ତାହାଙ୍କୁ କହିଲେ, ତୁମ୍ଭର ଏବେ ବି ଗୋଟିଏ କଥାର ଅଭାବ ଅଛି। ତୁମ୍ଭେ ଯାଅ, ଯାହା କିଛି ତୁମ୍ଭ ପାଖ ରେ ଅଛି ସତକେ ବିକି ଦଇେ ଗରିବଙ୍କୁ ସେ ଧନ ବାଣ୍ଟି ଦିଅ। ସ୍ବର୍ଗ ରେ ତୁମ୍ଭକୁ ଧନ ମିଳିବ। ତା'ପରେ ଆସ ଓ ମାରେ ଅନୁସହରଣ କର।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯୀଶୁ ତାଙ୍କ ପ୍ରତି ଏକଦୃଷ୍ଟିରେ ଚାହିଁ ତାଙ୍କୁ ସ୍ନେହ କଲେ ଓ କହିଲେ, ତୁମ୍ଭର ଗୋଟିଏ ବିଷୟ ଊଣା ଅଛି, ତୁମ୍ଭେ ଯାଇ ଆପଣାର ସର୍ବସ୍ଵ ବିକ୍ରୟ କରି ଦରିଦ୍ରମାନଙ୍କୁ ଦାନ କର, ଆଉ ତୁମ୍ଭେ ସ୍ଵର୍ଗରେ ଧନ ପାଇବ; ପୁଣି, ଆସି ମୋହର ଅନୁଗମନ କର ।
Odia BSI (ପବିତ୍ର ବାଇବଲ (CL) NT (BSI))
ଯୀଶୁ ତା’ ଆଡ଼କୁ ସ୍ନେହଭରା ଦୃଷ୍ଟିରେ ଚାହିଁ କହିଲେ, “ଗୋଟିଏ ବିଷୟ କେବଳ ତୁମର ଅଭାବ ରହିଛି। ଯାଅ, ତୁମର ସମସ୍ତ ସମ୍ପତ୍ତି ବିକ୍ରୟ କରି ସେହି ଧନ, ଗରିବମାନଙ୍କୁ ଦାନ କର, ତା’ହେଲେ ତୁମେ ସ୍ୱର୍ଗରେ ଧନ ପାଇବ। ଏହାପରେ ଆସି ମୋର ଅନୁଗମନ କର।”
Odia Bible ERV 2004 (ପବିତ୍ର ବାଇବଲ)
ଯୀଶୁ ତାହାଙ୍କୁ ଗ୍ଭହିଁଲେ ଓ ସ୍ନେହ କଲେ। ସେ ତାହାଙ୍କୁ କହିଲେ, “ତୁମ୍ଭର ଏବେ ବି ଗୋଟିଏ କଥାର ଅଭାବ ଅଛି। ତୁମ୍ଭେ ଯାଅ, ଯାହାକିଛି ତୁମ୍ଭ ପାଖରେ ଅଛି ସେତକ ବିକି ଦେଇ ଗରିବଙ୍କୁ ସେ ଧନ ବାଣ୍ଟି ଦିଅ। ସ୍ୱର୍ଗରେ ତୁମ୍ଭକୁ ଧନ ମିଳିବ। ତା’ପରେ ଆସ ଓ ମୋର ଅନୁସରଣ କର।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯୀଶୁ ତାହାଙ୍କ ପ୍ରତି ଏକଦୃଷ୍ଟିରେ ଚାହିଁ ତାହାଙ୍କୁ ସ୍ନେହ କଲେ ଓ କହିଲେ, “ତୁମ୍ଭର ଗୋଟିଏ ବିଷୟ ଊଣା ଅଛି, ତୁମ୍ଭେ ଯାଇ ଆପଣାର ସର୍ବସ୍ୱ ବିକ୍ରୟ କରି ଦରିଦ୍ରମାନଙ୍କୁ ଦାନ କର, ଆଉ ତୁମ୍ଭେ ସ୍ୱର୍ଗରେ ଧନ ପାଇବ; ପୁଣି, ଆସି ମୋହର ଅନୁଗମନ କର।”
Odia IRV 2017 (ଓଡିଆ ବାଇବେଲ)
ଯୀଶୁ ତାହାଙ୍କ ପ୍ରତି ଏକଦୃଷ୍ଟିରେ ଚାହିଁ ତାହାଙ୍କୁ ସ୍ନେହ କଲେ ଓ କହିଲେ, ତୁମ୍ଭର ଗୋଟିଏ ବିଷୟ ଊଣା ଅଛି, ତୁମ୍ଭେ ଯାଇ ଆପଣାର ସର୍ବସ୍ୱ ବିକ୍ରୟ କରି ଦରିଦ୍ରମାନଙ୍କୁ ଦାନ କର, ଆଉ ତୁମ୍ଭେ ସ୍ୱର୍ଗରେ ଧନ ପାଇବ; ପୁଣି, ଆସି ମୋହର ଅନୁଗମନ କର ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಜೆಜುನ್ ಪ್ರೆಮಾನ್ ತ್ಯಾ ಮಾನ್ಸಾಕ್ ಬಗಟ್ಲ್ಯಾನ್ ಅನಿ “ತಿಯಾ ಎಕ್ ಕರ್‍ತಲೆ ಹಾಯ್, ಜಾ ಅನಿ ತುಜೆಕ್ಡೆ ಹೊತ್ತೆ ಸಗ್ಳೆ ಇಕ್, ಅನಿ ಯೆಲ್ಲೆ ಪೈಸೆ ಗರಿಬಾಕ್ನಿ ದಿ, ಅನಿ ಸರ್‍ಗಾತ್ ತುಕಾ ಖರಿ ಸಾವ್ಕಾರ್ಕಿ ರ್‍ಹಾತಾ, ಮಾನಾ ಯೆ ಅನಿ ಮಾಜ್ಯಾ ಫಾಟ್ನಾ ಯೆ,” ಮನುನ್ ಸಾಂಗ್ಲ್ಯಾನ್.