Mark 12:1 — Compare Translations

7 translations compared side by side

Odia - 1840
"ଯୀଶୁ ଦୃଷ୍ଟାନ୍ତ ମାଧ୍ଯମ ରେ ଲୋକମାନଙ୍କୁ ଶିକ୍ଷା ଦେଲେ; ସେ କହିଲେ, ଜଣେ ଲୋକ ଗୋଟିଏ ଦ୍ରାକ୍ଷାକ୍ଷେତ୍ର ଲଗାଇଲା। ତାହାର ଚାରିପଟେ ପାଚରେୀ କରି ଦଲୋ। ଦ୍ରାକ୍ଷାରସ ସଂଗ୍ରହ କରିବା ପାଇଁ ଗୋଟିଏ କୁଣ୍ଡ ତିଆରି କଲା। ସେ ପ୍ରହରୀ ଗୃହଟି ମଧ୍ଯ ତିଆରି କଲା। ସେ କେତକେ କୃଷକଙ୍କୁ ସହେି ବଗିଚାକୁ ଭାଗ ରେ ଦଲୋ, ତା'ପରେ ସେ ପରିଭ୍ରମଣ ଉଦ୍ଦେଶ୍ଯ ରେ ସେ ସ୍ଥାନ ଛାଡି ଚାଲିଗଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଥିଉତ୍ତାରେ ସେ ସେମାନଙ୍କୁ ଦୃଷ୍ଟାନ୍ତରେ କହିବାକୁ ଲାଗିଲେ । ଜଣେ ବ୍ୟକ୍ତି ଗୋଟିଏ ଦ୍ରାକ୍ଷାକ୍ଷେତ୍ର କରି ତାହାର ଚାରିଆଡ଼େ ବାଡ଼ ଦେଲେ ଓ ଦ୍ରାକ୍ଷାକୁଣ୍ତ ଖୋଳି ପ୍ରହରୀଗୃହ ନିର୍ମାଣ କଲେ, ପୁଣି କୃଷକମାନଙ୍କୁ ସେହି କ୍ଷେତ ଭାଗରେ ଦେଇ ବିଦେଶକୁ ଗମନ କଲେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଏହାପରେ ଯୀଶୁ ଦୃଷ୍ଟାନ୍ତ ଦେଇ କହିଲେ, “ଏକଦା ଜଣେ ଲୋକ ଗୋଟିଏ ଦ୍ରାକ୍ଷାକ୍ଷେତ ଆରମ୍ଭ କରି ତା’ ଚାରିପଟେ ବାଡ଼ ଦେଲେ। ଦ୍ରାକ୍ଷାଘଣା ପାଇଁ ଗୋଟିଏ ଗାତ ଖୋଳିଲେ ଏବଂ ଜଗୁଆଳି ପାଇଁ ମଞ୍ଚ ବାନ୍ଧିଲେ। ତା’ପରେ ସେ କ୍ଷେତଟିକୁ ଭାଗଚାଷୀମାନଙ୍କ ହାତରେ ଛାଡ଼ିଦେଇ ଦୂର ସ୍ଥାନକୁ ଯାତ୍ରା କଲେ।
Odia Bible ERV 2004 (ପବିତ୍ର ବାଇବଲ)
ପରମେଶ୍ୱର ନିଜ ପୁତ୍ରଙ୍କୁ ପଠାଇଲେ ଯୀଶୁ ଦୃଷ୍ଟାନ୍ତ ମାଧ୍ୟମରେ ଲୋକମାନଙ୍କୁ ଶିକ୍ଷା ଦେଲେ; ସେ କହିଲେ, “ଜଣେ ଲୋକ ଗୋଟିଏ ଦ୍ରାକ୍ଷାକ୍ଷେତ୍ର ଲଗାଇଲା। ତାହାର ଗ୍ଭରିପଟେ ପାଚେରୀ କରିଦେଲା। ଦ୍ରାକ୍ଷାରସ ସଂଗ୍ରହ କରିବା ପାଇଁ ଗୋଟିଏ କୁଣ୍ଡ ତିଆରି କଲା। ସେ ପ୍ରହରୀ ଗୃହଟି ମଧ୍ୟ ତିଆରି କଲା। ସେ କେତେକ କୃଷକଙ୍କୁ ସେହି ବଗିଗ୍ଭକୁ ଭାଗରେ ଦେଲା, ତା’ପରେ ସେ ପରିଭ୍ରମଣ ଉଦ୍ଦେଶ୍ୟରେ ସେ ସ୍ଥାନ ଛାଡ଼ି ଗ୍ଭଲିଗଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିଉତ୍ତାରେ ଯୀଶୁ ସେମାନଙ୍କୁ ଦୃଷ୍ଟାନ୍ତରେ କହିବାକୁ ଲାଗିଲେ। “ଜଣେ ବ୍ୟକ୍ତି ଗୋଟିଏ ଦ୍ରାକ୍ଷାକ୍ଷେତ୍ର କରି ତାହାର ଚାରିଆଡ଼େ ବାଡ଼ ଦେଲେ ଓ ଦ୍ରାକ୍ଷାକୁଣ୍ଡ ଖୋଳି ପ୍ରହରୀ-ଗୃହ ନିର୍ମାଣ କଲେ, ପୁଣି, କୃଷକମାନଙ୍କୁ ସେହି କ୍ଷେତ ଭାଗରେ ଦେଇ ବିଦେଶକୁ ଗମନ କଲେ।
Odia IRV 2017 (ଓଡିଆ ବାଇବେଲ)
ଏଥିଉତ୍ତାରେ ଯୀଶୁ ସେମାନଙ୍କୁ ଦୃଷ୍ଟାନ୍ତରେ କହିବାକୁ ଲାଗିଲେ । ଜଣେ ବ୍ୟକ୍ତି ଗୋଟିଏ ଦ୍ରାକ୍ଷାକ୍ଷେତ୍ର କରି ତାହାର ଚାରିଆଡ଼େ ବାଡ଼ ଦେଲେ ଓ ଦ୍ରାକ୍ଷାକୁଣ୍ଡ ଖୋଳି ପ୍ରହରୀଗୃହ ନିର୍ମାଣ କଲେ, ପୁଣି, କୃଷକମାନଙ୍କୁ ସେହି କ୍ଷେତ ଭାଗରେ ଦେଇ ବିଦେଶକୁ ଗମନ କଲେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಮಾನಾ ಜೆಜು ತೆಂಚೆಕ್ಡೆ ಕಾನಿಯಾಂಚ್ಯಾ ವೈನಾ ಬೊಲುಕ್ಲಾಗ್ಲೊ. ಎಕ್ ಮಾನ್ಸಾನ್ ದ್ರಾಕ್ಷಿಚೊ ಮ್ಹಳೊ ಕರುನ್, ಭೊತ್ಯಾನಿ ಕುಪ್ ಘಾಟ್ಲ್ಯಾನ್, ದ್ರಾಕ್ಷಿಚೊ ರೊಸ್ ಕಾಡುಕ್ ಘಾನ್ಯಾಚೊ ಖಡ್ಡೊ ಖಂಡ್ಲ್ಯಾನ್, ಅನಿ ಶೆತ್ ರಾಕುಕ್ ಮನುನ್ ಶೆತಾತ್ ಎಕ್ ಬರೊ ಮಾಳೊ ಭಾಂದ್ಲ್ಯಾನ್, ಮಾನಾ ತೆ ಶೆತ್ ರೈತಾಕ್ನಿ ಗುತ್ಕ್ಯಾನಿ ದಿಲ್ಯಾನ್ ಅನಿ ತೊ ಧುರ್‍ಲ್ಯಾ ದೆಸಾಕ್ ಗೆಲೊ.