Mark 12:6 — Compare Translations
7 translations compared side by side
Odia - 1840
"ଲୋକଟି ପାଖ ରେ କୃଷକମାନଙ୍କ ପାଖକୁ ପାଠାଇବା ପାଇଁ ଆଉ ଜଣେ ମାତ୍ର ବାକି ଥିଲା। ସେ ଜଣକ ତାହାର ପୁଅ। ସହେି ଲୋକଟି ପୁଅକୁ ଖୁବ୍ ଭଲ ପାଉଥିଲା। କିନ୍ତୁ ସେ କୃଷକମାନଙ୍କ ପାଖକୁ ପୁଅକୁ ପଠାଇବାକୁ ସ୍ଥିର କଲା। କାରଣ କୃଷକମାନଙ୍କ ପାଖକୁ ପଠାଇବା ପାଇଁ ପୁଅ ହିଁ ଶଷେ ବ୍ଯକ୍ତି ଥିଲା। ସେ କହିଲା, 'କୃଷକମାନେ ମାରେ ପୁଅକୁ ନିଶ୍ଚୟ ସମ୍ମାନ ଦବେେ।'"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତାଙ୍କ ନିକଟରେ ଜଣେ ମାତ୍ର ରହିଲେ, ସେ ତାଙ୍କ ପ୍ରିୟ ପୁତ୍ର । ମୋର ପୁଅକୁ ସେମାନେ ମାନ୍ୟ କରିବେ, ଏହା କହି ସେ ଅବଶେଷରେ ତାଙ୍କୁ ସେମାନଙ୍କ ନିକଟକୁ ପଠାଇଲେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଏବେ ମାଲିକଙ୍କ ପାଖରେ କେବଳ ଜଣେ ମାତ୍ର ବାକୀ ରହିଲେ - ତାଙ୍କର ପ୍ରିୟ ପୁତ୍ର। ମାଲିକ ଭାବିଲେ, “ସେମାନେ ମୋ’ ପୁଅକୁ ନିଶ୍ଚୟ ଖାତିର କରିବେ।” ଏହା ଭାବି ଶେଷରେ ଚାଷୀମାନଙ୍କ ପାଖକୁ ନିଜ ପୁତ୍ରକୁ ପଠାଇଲେ।
Odia Bible ERV 2004 (ପବିତ୍ର ବାଇବଲ)
“ଲୋକଟି ପାଖରେ କୃଷକମାନଙ୍କ ପାଖକୁ ପାଠାଇବା ପାଇଁ ଆଉ ଜଣେ ମାତ୍ର ବାକି ଥିଲା। ସେ ଜଣକ ତାହାର ପୁଅ। ସେହି ଲୋକଟି ପୁଅକୁ ଖୁବ୍ ଭଲ ପାଉଥିଲା। କିନ୍ତୁ ସେ କୃଷକମାନଙ୍କ ପାଖକୁ ପୁଅକୁ ପଠାଇବାକୁ ସ୍ଥିର କଲା। କାରଣ କୃଷକମାନଙ୍କ ପାଖକୁ ପଠାଇବା ପାଇଁ ପୁଅ ହିଁ ଶେଷ ବ୍ୟକ୍ତି ଥିଲା। ସେ କହିଲା, ‘କୃଷକମାନେ ମୋର ପୁଅକୁ ନିଶ୍ଚୟ ସମ୍ମାନ ଦେବେ।’
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତାହାଙ୍କ ନିକଟରେ ଆପଣା ପ୍ରିୟ ପୁତ୍ର ମାତ୍ର ରହିଥିଲେ। ମୋହର ପୁଅକୁ ସେମାନେ ମାନ୍ୟ କରିବେ, ଏହା ଭାବି ସେ ଅବଶେଷରେ ତାହାଙ୍କୁ କୃଷକମାନଙ୍କ ନିକଟକୁ ପଠାଇଲେ।
Odia IRV 2017 (ଓଡିଆ ବାଇବେଲ)
ତାଙ୍କ ନିକଟରେ ଜଣେ ମାତ୍ର ରହିଲେ, ସେ ତାଙ୍କ ପ୍ରିୟ ପୁତ୍ର । ମୋର ପୁଅକୁ ସେମାନେ ମାନ୍ୟ କରିବେ, ଏହା କହି ସେ ଅବଶେଷରେ ତାଙ୍କୁ କୃଷକମାନଙ୍କ ନିକଟକୁ ପଠାଇଲେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಅತ್ತಾ ತ್ಯಾ ರೈತಾಂಚಾಕ್ಡೆ ಧಾಡುಕ್ ತ್ಯಾ ಸಾವ್ಕಾರಾಚೊ ಅಪುರ್ಬಾಯೆಚೊ ಲೆಕ್ ಎಕ್ಲೊಚ್ ಹುರಲ್ಲೊ, ರೈತಾ ಅಪ್ನಾಚ್ಯಾ ಲೆಕಾಕ್ ತರ್ಬಿ ಮಾನ್ ದಿತಿಲ್ ಮನುನ್ ಅಪ್ನಾಚ್ಯಾ ಲೆಕಾಕ್ ತೆಂಚೆಕ್ಡೆ ಧಾಡುನ್ ದಿಲ್ಯಾನ್.