Mark 8:27 — Compare Translations
7 translations compared side by side
Odia - 1840
"ତା'ପରେ ଯୀଶୁ ଓ ତାହାଙ୍କ ଶିଷ୍ଯମାନେ କାଇସରୀଆ ଫିଲିପ୍ପୀ ଅଞ୍ଚଳର ଗାଁମାନଙ୍କୁ ଗଲେ। ବାଟରେ ସେ ତାହାଙ୍କ ଶିଷ୍ଯମାନଙ୍କୁ ପଚାରିଲେ, ମୁଁ କିଏ ବୋଲି ଲୋକେ କ'ଣ କହୁଛନ୍ତି?"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଥିଉତ୍ତାରେ ଯୀଶୁ ଓ ତାହାଙ୍କ ଶିଷ୍ୟମାନେ କାଇସରୀଆ ଫିଲିପ୍ପୀ ଅଞ୍ଚଳର ଗ୍ରାମମାନଙ୍କୁ ପ୍ରସ୍ଥାନ କଲେ, ଆଉ ପଥ ମଧ୍ୟରେ ସେ ଆପଣା ଶିଷ୍ୟମାନଙ୍କୁ ପଚାରିବାକୁ ଲାଗିଲେ, ମୁଁ କିଏ ବୋଲି ଲୋକେ କଅଣ କହନ୍ତି?
Odia BSI (ପବିତ୍ର ବାଇବଲ (CL) NT (BSI))
ଏହାପରେ ଯୀଶୁ ଓ ତାଙ୍କ ଶିଷ୍ୟମାନେ କାଇସରିଆ ଫିଲିପ୍ପୀ ଅଞ୍ଚଳ ନିକଟବର୍ତ୍ତୀ ଗ୍ରାମମାନଙ୍କୁ ଯିବାବେଳେ ବାଟରେ ଯୀଶୁ ପଚାରିଲେ, “ମୁଁ କିଏ, ଏ ବିଷୟରେ ଲୋକମାନେ କଅଣ କହୁଛନ୍ତି?”
Odia Bible ERV 2004 (ପବିତ୍ର ବାଇବଲ)
ପିତର କହନ୍ତି ଯେ ଯୀଶୁ ହେଉଛନ୍ତି ଖ୍ରୀଷ୍ଟ ତା’ପରେ ଯୀଶୁ ଓ ତାହାଙ୍କ ଶିଷ୍ୟମାନେ କାଇସରୀଆ ଫିଲିପ୍ପୀ ଅଞ୍ଚଳର ଗାଁମାନଙ୍କୁ ଗଲେ। ବାଟରେ ସେ ତାହାଙ୍କ ଶିଷ୍ୟମାନଙ୍କୁ ପଗ୍ଭରିଲେ, “ମୁଁ କିଏ ବୋଲି ଲୋକେ କ’ଣ କହୁଛନ୍ତି?”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିଉତ୍ତାରେ ଯୀଶୁ ଓ ତାହାଙ୍କ ଶିଷ୍ୟମାନେ କାଇସରିୟା ଫିଲିପ୍ପୀ ଅଞ୍ଚଳର ଗ୍ରାମମାନଙ୍କୁ ପ୍ରସ୍ଥାନ କଲେ, ଆଉ ପଥ ମଧ୍ୟରେ ଆପଣା ଶିଷ୍ୟମାନଙ୍କୁ ପଚାରିବାକୁ ଲାଗିଲେ, “ମୁଁ କିଏ ବୋଲି ଲୋକେ କଅଣ କହନ୍ତି?”
Odia IRV 2017 (ଓଡିଆ ବାଇବେଲ)
ଏଥିଉତ୍ତାରେ ଯୀଶୁ ଓ ତାହାଙ୍କ ଶିଷ୍ୟମାନେ କାଇସରିୟା ଫିଲିପ୍ପୀ ଅଞ୍ଚଳର ଗ୍ରାମମାନଙ୍କୁ ପ୍ରସ୍ଥାନ କଲେ, ଆଉ ପଥ ମଧ୍ୟରେ ଆପଣା ଶିଷ୍ୟମାନଙ୍କୁ ପଚାରିବାକୁ ଲାଗିଲେ, ମୁଁ କିଏ ବୋଲି ଲୋକେ କଅଣ କହନ୍ତି?
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತನ್ನಾ ಜೆಜು ಅನಿ ಶಿಸಾ ಸೆಜರಿಯಾ ಫಿಲಿಪ್ಪಿ ಮನ್ತಲ್ಯಾ ಗಾಂವಾಂಚ್ಯಾ ಜಗ್ಗೊಳ್ ಹೊತ್ತ್ಯಾ ಗಾಂವಾತ್ನಿ ಗೆಲ್ಲೆ. ವಾಟೆನ್ ಜಾತಾನಾ ಜೆಜುನ್ “ಲೊಕಾ ಮಿಯಾ ಕೊನ್ ಮನುನ್ ಮನ್ತ್ಯಾತ್?” ಮನುನ್ ಇಚಾರ್ಲ್ಯಾನ್.