Mark 8:33 — Compare Translations
7 translations compared side by side
Odia - 1840
"ଯୀଶୁ ପଛ ପଟକୁ ବୁଲି ଶିଷ୍ଯମାନଙ୍କ ଉପରେ ଦୃଷ୍ଟି ପକାଇଲେ ଏବଂ ପିତରଙ୍କୁ ସମାଲୋଚନା କରି କହିଲେ, ଶୟତାନ, ମାଠାରୁେ ଦୂର ହୁଅ। ତୁମ୍ଭ ପରମେଶ୍ବରଙ୍କ ବିଚାର ଭଳି ବିଚାର କରୁନାହିଁ, ଲୋକମାନେ ଯେଉଁ ଭଳି ବିଗ୍ଭର କରୁଛନ୍ତି, ତୁମ୍ଭେ ସହେି ଭଳି ଭାବୁଛ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କିନ୍ତୁ ସେ ବୁଲିପଡ଼ି ଆପଣା ଶିଷ୍ୟମାନଙ୍କୁ ଦେଖି ପିତରଙ୍କୁ ଅନୁଯୋଗ କରି କହିଲେ, ମୋʼ ଆଗରୁ ଦୂର ହୁଅ, ଶୟତାନ, କାରଣ ତୁମ୍ଭେ ଈଶ୍ଵରଙ୍କ ବିଷୟ ନ ଭାବି ମନୁଷ୍ୟର ବିଷୟ ଭାବୁଅଛ ।
Odia BSI (ପବିତ୍ର ବାଇବଲ (CL) NT (BSI))
କିନ୍ତୁ ଯୀଶୁ ବୁଲିପଡ଼ି ଶିଷ୍ୟମାନଙ୍କୁ ଚାହିଁଲେ ଏବଂ ପିତରଙ୍କୁ ତିରସ୍କାର କରି କହିଲେ, “ମୋ’ଠାରୁ ଦୂର ହୁଅ ଶୟତାନ, ତୁମର ଚିନ୍ତା କେବଳ ମାନବୀୟ, ଐଶ୍ୱରିକ ନୁହେଁ।”
Odia Bible ERV 2004 (ପବିତ୍ର ବାଇବଲ)
ଯୀଶୁ ପଛ ପଟକୁ ବୁଲି ଶିଷ୍ୟମାନଙ୍କ ଉପରେ ଦୃଷ୍ଟି ପକାଇଲେ ଏବଂ ପିତରଙ୍କୁ ସମାଲୋଚନା କରି କହିଲେ, “ଶୟତାନ, ମୋ’ଠାରୁ ଦୂର ହୁଅ। ତୁମ୍ଭେ ପରମେଶ୍ୱରଙ୍କ ବିଗ୍ଭର ଭଳି ବିଗ୍ଭର କରୁ ନାହଁ, ଲୋକମାନେ ଯେଉଁଭଳି ବିଗ୍ଭର କରୁଛନ୍ତି, ତୁମ୍ଭେ ସେହିଭଳି ଭାବୁଛ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କିନ୍ତୁ ସେ ବୁଲିପଡ଼ି ଆପଣା ଶିଷ୍ୟମାନଙ୍କୁ ଦେଖି ପିତରଙ୍କୁ ଅନୁଯୋଗ କରି କହିଲେ, “ମୋ ଆଗରୁ ଦୂର ହୁଅ, ଶୟତାନ, କାରଣ ତୁମ୍ଭେ ଈଶ୍ବରଙ୍କ ବିଷୟ ନ ଭାବି ମନୁଷ୍ୟର ବିଷୟ ଭାବୁଅଛ।”
Odia IRV 2017 (ଓଡିଆ ବାଇବେଲ)
କିନ୍ତୁ ସେ ବୁଲିପଡ଼ି ଆପଣା ଶିଷ୍ୟମାନଙ୍କୁ ଦେଖି ପିତରଙ୍କୁ ଅନୁଯୋଗ କରି କହିଲେ, ମୋ ଆଗରୁ ଦୂର ହୁଅ, ଶୟତାନ, କାରଣ ତୁମ୍ଭେ ଈଶ୍ୱରଙ୍କ ବିଷୟ ନ ଭାବି ମନୁଷ୍ୟର ବିଷୟ ଭାବୁଅଛ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಖರೆ ಜೆಜುನ್ ಶಿಸಾಂಚ್ಯಾಕ್ಡೆ ಪರ್ತುನ್ ಪೆದ್ರುಕ್ “ಮಾಜ್ಯಾಕ್ನಾ ಧುರ್ ಚಲ್ ಸೈತಾನಾ! ತಿಯಾ ಮಾನ್ಸಾನ್ ಯೆವಜಲ್ಲ್ಯಾ ಬಾಸೆನ್ ಯೆವಜ್ತೆ, ದೆವಾನ್ ಯವಜಲ್ಲ್ಯಾ ಬಾಸೆನ್ ಯೆವ್ಜುನ್” ಮಟ್ಲ್ಯಾನ್.