Matthew 13:17 — Compare Translations

7 translations compared side by side

Odia - 1840
"ମୁଁ ତୁମ୍ଭକୁ ସତ୍ଯ କହୁଛି। ତୁମ୍ଭେ ଏବେ ଯାହା ଦେଖୁଛ, ତାହା ଦେଖିବାକୁ କେତେ ଭବିଷ୍ଯଦ୍ବକ୍ତା ଓ ସାଧୂମାନେ ଗ୍ଭହିଁଥିଲେ। କିନ୍ତୁ ସମାନେେ ତାହା ଦେଖି ପାରି ନଥିଲେ। ତୁମ୍ଭେ ଏବେ ଯାହା ଶୁଣୁଛ, ତାହା ଶିଣିବା ପାଇଁ ସମାନେେ ଗ୍ଭହିଁଥିଲେ, କିନ୍ତୁ ସମାନେେ ତାହା ଶୁଣି ପାରି ନଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ତୁମ୍ଭେମାନେ ଯାହା ଯାହା ଦେଖୁଅଛ, ସେହିସବୁ ଅନେକ ଭାବବାଦୀ ଓ ଧାର୍ମିକ ଲୋକ ଦେଖିବାକୁ ବାଞ୍ଛା କଲେ, କିନ୍ତୁଦେଖିଲେ ନାହିଁ; ପୁଣି, ତୁମ୍ଭେମାନେ ଯାହା ଯାହା ଶୁଣୁଅଛ, ସେହିସବୁ ସେମାନେ ଶୁଣିବାକୁ ବାଞ୍ଛା କଲେ, କିନ୍ତୁ ଶୁଣିଲେ ନାହିଁ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଏକଥା ନିଶ୍ଚିତଭାବେ ତୁମ୍ଭମାନଙ୍କୁ କହୁଛି, ଅନେକ ଭାବବାଦୀ ଓ ଈଶ୍ୱରପରାୟଣ ଲୋକ, ତୁମ୍ଭେମାନେ ଯାହା ଦେଖୁଛ; ତାହା ଦେଖିବା ପାଇଁ ଓ ଯାହା ଶଉଣୁଛ; ତାହା ଶଉଣିବା ପାଇଁ ଓ ଇଚ୍ଛା କରୁଥିଲେ, କିନ୍ତୁ ପାରିଲେ ନାହିଁ।
Odia Bible ERV 2004 (ପବିତ୍ର ବାଇବଲ)
ମୁଁ ତୁମ୍ଭକୁ ସତ୍ୟ କହୁଛି, ତୁମ୍ଭେ ଏବେ ଯାହା ଦେଖୁଛ, ତାହା ଦେଖିବାକୁ କେତେ ଭବିଷ୍ୟ‌‌‌‌‌‌‌ଦ୍‌‌ବକ୍ତା ଓ ସାଧୂମାନେ ଗ୍ଭହିଁଥିଲେ। କିନ୍ତୁ ସେମାନେ ତାହା ଦେଖି ପାରି ନ ଥିଲେ। ତୁମ୍ଭେ ଏବେ ଯାହା ଶୁଣୁଛ, ତାହା ଶୁଣିବା ପାଇଁ ସେମାନେ ଗ୍ଭହିଁଥିଲେ, କିନ୍ତୁ ସେମାନେ ତାହା ଶୁଣି ପାରି ନ ଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ତୁମ୍ଭେମାନେ ଯାହା ଯାହା ଦେଖୁଅଛ, ସେହିସବୁ ଅନେକ ଭାବବାଦୀ ଓ ଧାର୍ମିକ ଲୋକ ଦେଖିବାକୁ ଇଚ୍ଛା କଲେ, କିନ୍ତୁ ଦେଖିଲେ ନାହିଁ; ପୁଣି, ତୁମ୍ଭେମାନେ ଯାହା ଶୁଣୁଅଛ, ସେହିସବୁ ସେମାନେ ଶୁଣିବାକୁ ଇଚ୍ଛା କଲେ, କିନ୍ତୁ ଶୁଣିଲେ ନାହିଁ।”
Odia IRV 2017 (ଓଡିଆ ବାଇବେଲ)
କାରଣ ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ତୁମ୍ଭେମାନେ ଯାହା ଯାହା ଦେଖୁଅଛ, ସେହି ସବୁ ଅନେକ ଭାବବାଦୀ ଓ ଧାର୍ମିକ ଲୋକ ଦେଖିବାକୁ ଇଚ୍ଛା କଲେ, କିନ୍ତୁ ଦେଖିଲେ ନାହିଁ; ପୁଣି, ତୁମ୍ଭେମାନେ ଯାହା ଶୁଣୁଅଛ, ସେହି ସବୁ ସେମାନେ ଶୁଣିବାକୁ ଇଚ୍ଛା କଲେ, କିନ୍ତୁ ଶୁଣିଲେ ନାହିଁ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಮಿಯಾ ತುಮ್ಕಾ ಖರೆಚ್ ಸಾಂಗ್ತಾ, ಲೈ ಪ್ರವಾದ್ಯಾಕ್ನಿ ಅನಿ ದೆವಾಚ್ಯಾ ಲೊಕಾಕ್ನಿ, ತುಮಿ ಬಗಟಲ್ಲೆ ಬಗುಕ್ ಅನಿ ಆಯ್ಕುಕ್ ಮನ್ ಹೊತ್ತೊ. ಖರೆ ತೆಂಕಾ ಬಗುಕ್ ಅನಿ ಆಯ್ಕುಕ್ ಹೊವ್ಕ್ ನಾ.” ಮಟ್ಲ್ಯಾನ್.