Matthew 16:17 — Compare Translations
7 translations compared side by side
Odia - 1840
"ଉତ୍ତର ରେ ଯୀଶୁ କହିଲେ, ହେ ଶିମାନେ! ୟୂନସଙ୍କ ପୁତ୍ର! ତୁମ୍ଭେ ଧନ୍ଯ! ଏକଥା ତୁମ୍ଭକୁ କୌଣସି ମଣିଷ ଶିଖାଇ ନାହିଁ। ମାେ ସ୍ବର୍ଗୀୟ ପିତା ତୁମ୍ଭକୁ ଏକଥା ଶିଖାଇଛନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଥିରେ ଯୀଶୁ ତାଙ୍କୁ ଉତ୍ତର ଦେଲେ, ହେ ଯୂନସର ପୁତ୍ର ଶିମୋନ, ତୁମ୍ଭେ ଧନ୍ୟ, କାରଣ ମନୁଷ୍ୟ ତୁମ୍ଭ ନିକଟରେ ଏହା ପ୍ରକାଶ କରି ନାହିଁ, ବରଂ ମୋହର ସ୍ଵର୍ଗସ୍ଥ ପିତା ପ୍ରକାଶ କରିଅଛନ୍ତି ।
Odia BSI (ପବିତ୍ର ବାଇବଲ (CL) NT (BSI))
ଯୀଶୁ କହିଲେ, “ଧନ୍ୟ ତୁମେ ଯୂନସଙ୍କ ପୁତ୍ର, ପିତର! ଏହି ସତ୍ୟ ତୁମେ କୌଣସି ମନୁଷ୍ୟଠାରୁ ପାଇ ନାହିଁ। ମୋର ସ୍ୱର୍ଗସ୍ଥ ପିତା ନିଜେ ଏହା ତୁମଠାରେ ପ୍ରକାଶ କରିଛନ୍ତି।
Odia Bible ERV 2004 (ପବିତ୍ର ବାଇବଲ)
ଉତ୍ତରରେ ଯୀଶୁ କହିଲେ, “ହେ ଶିମୋନ! ଯୂନସଙ୍କ ପୁତ୍ର! ତୁମ୍ଭେ ଧନ୍ୟ! ଏ କଥା ତୁମ୍ଭକୁ କୌଣସି ମଣିଷ ଶିଖାଇ ନାହିଁ। ମୋ’ ସ୍ୱର୍ଗୀୟ ପିତା ତୁମ୍ଭକୁ ଏ କଥା ଶିଖାଇଛନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିରେ ଯୀଶୁ ତାହାଙ୍କୁ ଉତ୍ତର ଦେଲେ, “ହେ ଯୂନସର ପୁତ୍ର ଶିମୋନ, ତୁମ୍ଭେ ଧନ୍ୟ, କାରଣ ମନୁଷ୍ୟ ତୁମ୍ଭ ନିକଟରେ ଏହା ପ୍ରକାଶ କରି ନାହିଁ, ବରଂ ମୋହର ସ୍ୱର୍ଗସ୍ଥ ପିତା ଈଶ୍ବର ପ୍ରକାଶ କରିଅଛନ୍ତି।
Odia IRV 2017 (ଓଡିଆ ବାଇବେଲ)
ଏଥିରେ ଯୀଶୁ ତାହାଙ୍କୁ ଉତ୍ତର ଦେଲେ, ହେ ଯୂନସର ପୁତ୍ର ଶିମୋନ, ତୁମ୍ଭେ ଧନ୍ୟ, କାରଣ ମନୁଷ୍ୟ ତୁମ୍ଭ ନିକଟରେ ଏହା ପ୍ରକାଶ କରି ନାହିଁ, ବରଂ ମୋହର ସ୍ୱର୍ଗସ୍ଥ ପିତା ପ୍ରକାଶ କରିଅଛନ୍ତି ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತನ್ನಾ ಜೆಜುನ್,“ಸಿಮಾವ್ ಯೊನಾಚ್ಯಾ ಲೆಕಾ ತಿಯಾ ಧನ್ಯ್, ಹೆ ಖರೆ, ತುಜ್ಯಾ ಮನಾಚ್ಯಾ ಭುತ್ತುರ್ ಖಲ್ಯಾಬಿ ರಗ್ತಾ ಮಾಸಾನಿ ಉಪಾಜಲ್ಲ್ಯಾ ಮಾನ್ಸಾಕ್ನಾ ಯೆವ್ಕ್ ನಾ; ಹೆ ಮಾಜ್ಯಾ ಸರ್ಗಾ ವೈಲ್ಯಾ ಬಾಬಾನ್ ತುಜ್ಯಾ ಮನಾತ್ ಘಾಟ್ಲ್ಯಾನಾಯ್.