Matthew 6:24 — Compare Translations
7 translations compared side by side
Odia - 1840
"'ଜଣେ କବେେ ହେଲେ ଏକା ବେଳେ ଦୁଇଜଣ ମାଲିକଙ୍କ ସବେକ ହାଇେ ପାରିବ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କୌଣସି ଲୋକ ଦୁଇ ପ୍ରଭୁଙ୍କର ଦାସ ହୋଇ ପାରେ ନାହିଁ; କାରଣ ସେ ଜଣଙ୍କୁ ଘୃଣା କରିବ ଓ ଅନ୍ୟ ଜଣଙ୍କୁ ପ୍ରେମ କରିବ, ଅଥବା ଜଣଙ୍କ ପ୍ରତି ଅନୁରକ୍ତ ହେବ ଓ ଅନ୍ୟ ଜଣଙ୍କୁ ଅବଜ୍ଞା କରିବ । ତୁମ୍ଭେମାନେ ଈଶ୍ଵର ଓ ଧନ, ଉଭୟର ଦାସ ହୋଇ ପାର ନାହିଁ।
Odia BSI (ପବିତ୍ର ବାଇବଲ (CL) NT (BSI))
“ଜଣେ ଲୋକ ଦୁଇଜଣ ମାଲିକଙ୍କର କ୍ରୀତଦାସ ହୋଇ ପାରିବ ନାହିଁ। ସେ ଜଣକୁ ଆଦର କଲେ ଅପରକୁ ଘୃଣା କରିବ, ଜଣକ ପ୍ରତି ଅନୁଗତ ହେଲେ ଅନ୍ୟକୁ ଅବଜ୍ଞା କରିବ। ତୁମେ ଏକା ସଙ୍ଗେ ଈଶ୍ୱର ଓ ଧନସମ୍ପତ୍ତି ପ୍ରତି ଆସକ୍ତ ହୋଇ ରହି ପାରିବ ନାହିଁ।
Odia Bible ERV 2004 (ପବିତ୍ର ବାଇବଲ)
“ଜଣେ କେବେ ହେଲେ ଏକା ବେଳେ ଦୁଇଜଣ ମାଲିକଙ୍କ ସେବକ ହୋଇ ପାରିବ ନାହିଁ। କାରଣ ସେ ଜଣକୁ ଘୃଣା କରିବ, ଓ ଅନ୍ୟ ଜଣକୁ ପ୍ରେମ କରିବ, କିଅବା ଜଣେ ମାଲିକ ପ୍ରତି ଅନୁରକ୍ତ ରହିବ ଓ ଅନ୍ୟ ଜଣକୁ ହେୟ ଜ୍ଞାନ କରିବ। ତୁମ୍ଭେ ଏକାସାଙ୍ଗରେ ପରମେଶ୍ୱର ଓ ଧନ ଉଭୟଙ୍କ ସେବା କରି ପାରିବ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କୌଣସି ଲୋକ ଦୁଇ ପ୍ରଭୁଙ୍କର ଦାସ ହୋଇପାରେ ନାହିଁ; କାରଣ ସେ ଜଣଙ୍କୁ ଘୃଣା କରିବ ଓ ଅନ୍ୟ ଜଣକୁ ପ୍ରେମ କରିବ, ଅଥବା ଜଣଙ୍କ ପ୍ରତି ଅନୁରକ୍ତ ହେବ ଓ ଅନ୍ୟ ଜଣଙ୍କୁ ଅବଜ୍ଞା କରିବ। ତୁମ୍ଭେମାନେ ଈଶ୍ବର ଓ ଧନ ଉଭୟର ଦାସ ହୋଇପାର ନାହିଁ।
Odia IRV 2017 (ଓଡିଆ ବାଇବେଲ)
କୌଣସି ଲୋକ ଦୁଇ ପ୍ରଭୁଙ୍କର ଦାସ ହୋଇ ପାରେ ନାହିଁ; କାରଣ ସେ ଜଣଙ୍କୁ ଘୃଣା କରିବ ଓ ଅନ୍ୟ ଜଣକୁ ପ୍ରେମ କରିବ, ଅଥବା ଜଣଙ୍କ ପ୍ରତି ଅନୁରକ୍ତ ହେବ ଓ ଅନ୍ୟ ଜଣଙ୍କୁ ଅବଜ୍ଞା କରିବ । ତୁମ୍ଭେମାନେ ଈଶ୍ୱର ଓ ଧନ ଉଭୟର ଦାସ ହୋଇ ପାର ନାହିଁ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
“ಕೊನ್ಬಿ ಎಕ್ಲ್ಯಾನ್ ದೊನ್ ಧನಿಯಾಂಚಿ ಸೆವಾ ಕರುಕ್ ಹೊಯ್ನಾ; ತೊ ಎಕ್ಲ್ಯಾಚೊ ಪ್ರೆಮ್ ಕರ್ತಾ ಅನಿ ಅನಿಎಕ್ಲ್ಯಾಚೊ ರಾಗ್ ಕರ್ತಾ; ಎಕ್ಲ್ಯಾಚಿ ತೊ ಬರಿ ಕರುನ್ ಸೆವಾ ಕರ್ತಾ, ಅನಿ ಅನಿಎಕ್ಲ್ಯಾಚಿ ಬರಬ್ಬರ್ ಸೆವಾ ಕರಿನಾ. ತುಮಿ ದೆವಾಚಿ ಅನಿ ಪೈಸ್ಯಾಂಚಿ ದೊಗ್ಯಾಂಚಿಬಿ ಸೆವಾ ಕರುಕ್ ಹೊಯ್ನಾ”.