Matthew 6:5 — Compare Translations

7 translations compared side by side

Odia - 1840
"ତୁମ୍ଭେ ପ୍ରାର୍ଥନା କଲାବାଳେ କପଟୀମାନଙ୍କ ପରି ହୁଅ ନାହିଁ। କାରଣ ସମାନେେ ୟିହୁଦୀ ସମାଜ ଗୃହ ଓଗଳି-ମୁଣ୍ଡ ରେ ଠିଆ ହାଇେ ବଡପାଟି ରେ ପ୍ରାର୍ଥନା କରିବାକୁ ଭଲ ପାଆନ୍ତି, ଯେପରି ଲୋକେ ତାହାଙ୍କୁ ଦେଖି ପାରିବେ। ମୁଁ ତୁମ୍ଭକୁ ସତ୍ଯ କହୁଛି ଯେ ସମାନଙ୍କେୁ ତାର ପୂରା ପ୍ରତିଫଳ ଦିଆଯାଇ ସାରିଲାଣି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପ୍ରାର୍ଥନା କରିବା ସମୟରେ କପଟୀମାନଙ୍କ ପରି ହୁଅ ନାହିଁ, କାରଣ ସେମାନେ ଲୋକ ଦେଖାଇବା ପାଇଁ ସମାଜଗୃହ ଓ ଛକକୋଣରେ ଠିଆ ହୋଇ ପ୍ରାର୍ଥନା କରିବାକୁ ଭଲ ପାଆନ୍ତି; ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ସେମାନେ ଆପଣା ଆପଣା ପୁରସ୍କାର ପାଇଅଛନ୍ତି ।
Odia BSI (ପବିତ୍ର ବାଇବଲ (CL) NT (BSI))
“ପ୍ରାର୍ଥନା କରିବାବେଳେ ଛଳ ଧାର୍ମିକମାନଙ୍କ ପରି ହୁଅ ନାହିଁ। ସମସ୍ତେ ଯେପରି ଦେଖିପାରିବେ, ସେଥିପାଇଁ ଉପାସନା ଗୃହ ଓ ରାସ୍ତାଛକମାନଙ୍କରେ ଠିଆହୋଇ ସେମାନେ ପ୍ରାର୍ଥନା କରିବାକୁ ଭଲ ପାଆନ୍ତି। ମୁଁ ତୁମ୍ଭମାନଙ୍କୁ ନିଶ୍ଚିତଭାବେ କହୁଛି ଯେ ସେମାନେ ନିଜର ପୁରସ୍କାର ପାଇ ସାରିଛନ୍ତି।
Odia Bible ERV 2004 (ପବିତ୍ର ବାଇବଲ)
ପ୍ରାର୍ଥନା ବିଷୟରେ ଯୀଶୁଙ୍କ ଶିକ୍ଷା “ତୁମ୍ଭେ ପ୍ରାର୍ଥନା କଲାବେଳେ କପଟୀମାନଙ୍କ ପରି ହୁଅ ନାହିଁ। କାରଣ ସେମାନେ ଯିହୂଦୀ ସମାଜଗୃହ ଓ ଗଳି-ମୁଣ୍ଡରେ ଠିଆହୋଇ ବଡ଼ ପାଟିରେ ପ୍ରାର୍ଥନା କରିବାକୁ ଭଲ ପାଆନ୍ତି, ଯେପରି ଲୋକେ ତାହାଙ୍କୁ ଦେଖି ପାରିବେ। ମୁଁ ତୁମ୍ଭକୁ ସତ୍ୟ କହୁଛି ଯେ ସେମାନଙ୍କୁ ତା’ର ପୁରା ପ୍ରତିଫଳ ଦିଆଯାଇ ସାରିଲାଣି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପ୍ରାର୍ଥନା କରିବା ସମୟରେ କପଟୀମାନଙ୍କ ପରି ହୁଅ ନାହିଁ, କାରଣ ସେମାନେ ଲୋକ ଦେଖାଇବା ପାଇଁ ସମାଜଗୃହ ଓ ଛକକୋଣରେ ଠିଆ ହୋଇ ପ୍ରାର୍ଥନା କରିବାକୁ ଭଲ ପାଆନ୍ତି; ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ସେମାନେ ଆପଣା ଆପଣା ପୁରସ୍କାର ପାଇଅଛନ୍ତି।
Odia IRV 2017 (ଓଡିଆ ବାଇବେଲ)
ପ୍ରାର୍ଥନା କରିବା ସମୟରେ କପଟୀମାନଙ୍କ ପରି ହୁଅ ନାହିଁ, କାରଣ ସେମାନେ ଲୋକ ଦେଖାଇବା ପାଇଁ ସମାଜଗୃହ ଓ ଛକକୋଣରେ ଠିଆ ହୋଇ ପ୍ରାର୍ଥନା କରିବାକୁ ଭଲପାନ୍ତି; ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ସେମାନେ ଆପଣା ଆପଣା ପୁରସ୍କାର ପାଇଅଛନ୍ତି ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
“ತುಮಿ ಮಾಗ್ನಿ ಕರ್‍ತಾನಾ, ಕುಸ್ಡ್ಯಾ ಲೊಕಾಂಚ್ಯಾ ಸರ್ಕೆ ಕರುನಕಾಸಿ! ಸಗ್ಳ್ಯಾ ಲೊಕಾನಿ ಬಗಿ ಸರ್ಕೆ ಸಿನಾಗೊಗಾತ್ನಿ, ಅನಿ ವನಿಯಾತ್ನಿ ಇಬೆ ರ್‍ಹವ್ನ್ ಮಾಗ್ನಿ ಕರುಕ್ ತೆಂಕಾ ಲೈ ಕುಶಿ. ಮಿಯಾ ಖರೆಚ್ ಸಾಂಗ್ತಾ, ತೆಂಚೆ ಭೊಮಾನ್ ತೆಂಕಾ ಅದ್ದಿಚ್ ಗಾವುನ್ ಹೊಲಾ,