Matthew 8:29 — Compare Translations
7 translations compared side by side
Odia - 1840
"ସମାନଙ୍କେ ନିମନ୍ତେ କହେି ସହେି ବାଟେ ଯାଇପାରୁ ନଥିଲେ। ସମାନେେ ପାଟିକରି କହିଲେ, ହେ ପରମେଶ୍ବରଙ୍କ ପୁତ୍ର! ତୁମ୍ଭେ ଆମ୍ଭଠାରୁ କ'ଣ ଚାହୁଁଛ? ଉପୟୁକ୍ତ ସମୟ ପୂର୍ବରୁ ତୁମ୍ଭେ କ'ଣ ଆମ୍ଭକୁ ଦଣ୍ଡ ଦବୋପାଇଁ ଆସିଛ?"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ ଦେଖ, ସେମାନେ ଚିତ୍କାର କରି କହିଲେ, ହେ ଈଶ୍ଵରଙ୍କ ପୁତ୍ର, ତୁମ୍ଭ ସାଙ୍ଗରେ ଆମ୍ଭମାନଙ୍କର କଅଣ ଅଛି? ସମୟ ନ ହେଉଣୁ ତୁମ୍ଭେ କି ଆମ୍ଭମାନଙ୍କୁ ଯନ୍ତ୍ରଣା ଦେବା ପାଇଁ ଏଠାକୁ ଆସିଲ?
Odia BSI (ପବିତ୍ର ବାଇବଲ (CL) NT (BSI))
ସେମାନେ ଯୀଶୁଙ୍କୁ ଦେଖିବା ମାତ୍ରେ ଚିକ୍ରାର କରି କହିଲେ, “ହେ ଈଶ୍ୱରଙ୍କ ପୁତ୍ର! ଆମଠାରୁ ତୁମେ ମ’ଣ ଚାହଁ? ଆମ ସମୟ ନ ହେଉଣୁ ଆମକୁ ମ’ଣ ଦଣ୍ଡ ଦେବାକୁ ଆସିଛ?”
Odia Bible ERV 2004 (ପବିତ୍ର ବାଇବଲ)
ସେମାନଙ୍କ ନିମନ୍ତେ କେହି ସେହି ବାଟେ ଯାଇପାରୁ ନ ଥିଲେ। ସେମାନେ ପାଟିକରି କହିଲେ, “ହେ ପରମେଶ୍ୱରଙ୍କ ପୁତ୍ର! ତୁମ୍ଭେ ଆମ୍ଭଠାରୁ କ’ଣ ଗ୍ଭହୁଁଛ? ଉପଯୁକ୍ତ ସମୟ ପୂର୍ବରୁ ତୁମ୍ଭେ କ’ଣ ଆମ୍ଭକୁ ଦଣ୍ଡ ଦେବା ପାଇଁ ଆସିଛ?”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ଦେଖ, ସେମାନେ ଚିତ୍କାର କରି କହିଲେ, ହେ ଈଶ୍ବରଙ୍କ ପୁତ୍ର, ତୁମ୍ଭ ସାଙ୍ଗରେ ଆମ୍ଭମାନଙ୍କ କଅଣ ଅଛି? ସମୟ ନ ହେଉଣୁ ତୁମ୍ଭେ କି ଆମ୍ଭମାନଙ୍କୁ ଯନ୍ତ୍ରଣା ଦେବା ପାଇଁ ଏଠାକୁ ଆସିଲ?
Odia IRV 2017 (ଓଡିଆ ବାଇବେଲ)
ଆଉ ଦେଖ, ସେମାନେ ଚିତ୍କାର କରି କହିଲେ, ହେ ଈଶ୍ୱରଙ୍କ ପୁତ୍ର, ତୁମ୍ଭ ସାଙ୍ଗରେ ଆମ୍ଭମାନଙ୍କ କ'ଣ ଅଛି? ସମୟ ନ ହେଉଣୁ ତୁମ୍ଭେ କି ଆମ୍ଭମାନଙ୍କୁ ଯନ୍ତ୍ରଣା ଦେବା ପାଇଁ ଏଠାକୁ ଆସିଲ?
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತೆನಿ ಎಗ್ದಮ್, “ದೆವಾಚ್ಯಾ ಲೆಕಾ ಅಮ್ಚ್ಯಾಕ್ನಾ ತುಕಾ ಕಾಯ್ ಪಾಜೆ? ಅಮ್ಚೊ ಎಳ್ ಯೆವ್ಚ್ಯಾ ಅದ್ದಿಚ್ ಅಮ್ಕಾ ಶಿಕ್ಷಾ ದಿವ್ಕ್ ಯೆಲೆ ಕಾಯ್?” ಮನುನ್ ಕಿಂಚ್ಲ್ಯಾನಿ.