Nehemiah 13:5 — Compare Translations
5 translations compared side by side
Odia - 1840
"ତେଣୁ ସେ ତାକୁ ଏକ ବଡ କଠାେରୀ ଦଲୋ। ସହେି କଠାେରୀକୁ ପୂର୍ବେ ଲୋକମାନେ ସହେି ସ୍ଥାନ ରେ ଶସ୍ଯ ନବୈେଦ୍ଯ, ସୁଗନ୍ଧ ଏବଂ ଅନ୍ଯାନ୍ଯ ସାମଗ୍ରୀ, ଲବେୀୟ ଓ ଗାଯକ ଓ ଦ୍ବାରପାଳମାନଙ୍କ ନିମନ୍ତେ ଶସ୍ଯ, ଦ୍ରାକ୍ଷାରସ ଓ ତୈଲର ଦଶମାଂଶ, ଆଉ ଯାଜକମାନଙ୍କ ନିମନ୍ତେ ଉପହାର ରଖିବା ରେ ବ୍ଯବହୃତ ହେଉଥିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତାହା ନିମନ୍ତେ ଏକ ବୃହତ୍ କୋଠରି ପ୍ରସ୍ତୁତ କରିଥିଲା, ମାତ୍ର ପୂର୍ବେ ଲୋକମାନେ ସେହି ସ୍ଥାନରେ ଭକ୍ଷ୍ୟ-ନୈବେଦ୍ୟ, କୁନ୍ଦୁରୁ ଓ ପାତ୍ରାଦି ଓ ଆଜ୍ଞା ପ୍ରମାଣେ ଲେବୀୟ ଓ ଗାୟକ ଓ ଦ୍ଵାରପାଳମାନଙ୍କ ନିମନ୍ତେ ଦେୟ ଶସ୍ୟ, ଦ୍ରାକ୍ଷାରସ ଓ ତୈଳର ଦଶମାଂଶ; ଆଉ, ଯାଜକମାନଙ୍କ ନିମନ୍ତେ ଉତ୍ତୋଳନୀୟ ଉପହାର ରଖୁଥିଲେ ।
Odia Bible ERV 2004 (ପବିତ୍ର ବାଇବଲ)
ତେଣୁ ସେ ତାକୁ ଏକ ବଡ଼ କୋଠରୀ ଦେଲା। ସେହି କୋଠରୀକୁ ପୂର୍ବେ ଲୋକମାନେ ସେହି ସ୍ଥାନରେ ଶସ୍ୟ ନୈବେଦ୍ୟ, ସୁଗନ୍ଧ ଏବଂ ଅନ୍ୟାନ୍ୟ ସାମଗ୍ରୀ, ଲେବୀୟ ଓ ଗାୟକ ଓ ଦ୍ୱାରପାଳମାନଙ୍କ ନିମନ୍ତେ ଶସ୍ୟ, ଦ୍ରାକ୍ଷାରସ ଓ ତୈଳର ଦଶମାଂଶ, ଆଉ ଯାଜକମାନଙ୍କ ନିମନ୍ତେ ଉପହାର ରଖିବାରେ ବ୍ୟବହୃତ ହେଉଥିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଇଲୀୟାଶୀବ ଟୋବୀୟ ନିମନ୍ତେ ଏକ ବୃହତ କୋଠରି ପ୍ରସ୍ତୁତ କରିଥିଲା, ମାତ୍ର ପୂର୍ବେ ଲୋକମାନେ ସେହି ସ୍ଥାନରେ ଭକ୍ଷ୍ୟ ନୈବେଦ୍ୟ, କୁନ୍ଦୁରୁ ଓ ପାତ୍ରାଦି ଓ ଆଜ୍ଞା ପ୍ରମାଣେ ଲେବୀୟ ଓ ଗାୟକ ଓ ଦ୍ୱାରପାଳମାନଙ୍କ ନିମନ୍ତେ ଦେୟ ଶସ୍ୟ, ଦ୍ରାକ୍ଷାରସ ଓ ତୈଳର ଦଶମାଂଶ; ଆଉ, ଯାଜକମାନଙ୍କ ନିମନ୍ତେ ଉତ୍ତୋଳନୀୟ ଉପହାର ରଖୁଥିଲେ।
Odia IRV 2017 (ଓଡିଆ ବାଇବେଲ)
ଇଲୀୟାଶୀବ ଟୋବୀୟ ନିମନ୍ତେ ଏକ ବୃହତ୍ କୋଠରି ପ୍ରସ୍ତୁତ କରିଥିଲା, ମାତ୍ର ପୂର୍ବେ ଲୋକମାନେ ସେହି ସ୍ଥାନରେ ଭକ୍ଷ୍ୟ-ନୈବେଦ୍ୟ, କୁନ୍ଦୁରୁ ଓ ପାତ୍ରାଦି ଓ ଆଜ୍ଞା ପ୍ରମାଣେ ଲେବୀୟ ଓ ଗାୟକ ଓ ଦ୍ୱାରପାଳମାନଙ୍କ ନିମନ୍ତେ ଦେୟ ଶସ୍ୟ, ଦ୍ରାକ୍ଷାରସ ଓ ତୈଳର ଦଶମାଂଶ; ଆଉ, ଯାଜକମାନଙ୍କ ନିମନ୍ତେ ଉତ୍ତୋଳନୀୟ ଉପହାର ରଖୁଥିଲେ।