Nehemiah 5:8 — Compare Translations
5 translations compared side by side
Odia - 1840
"ଏବଂ ମୁଁ ସହେି ଲୋକମାନଙ୍କୁ କହିଲି, 'ଆମ୍ଭର ୟିହୁଦୀଯ ଭାଇମାନେ ଅନ୍ୟ ଦେଶୀଯ ଲୋକଙ୍କ ନିକଟରେ ବିକା ୟାଇଥିଲେ, ଆମ୍ଭମାନେେ ସମାନଙ୍କେୁ ଆପଣା ସାଧ୍ଯ ଅନୁସାରେ ମୁକ୍ତ କରିଅଛୁ। ଏବେ ତୁମ୍ଭମାନେେ ତୁମ୍ଭମାନଙ୍କର ଭାଇମାନଙ୍କୁ ବିକ୍ରୀ କରୁଛ ଏବଂ ଆମ୍ଭମାନେେ ସମାନଙ୍କେୁ ପୁଣି କିଣିବୁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ, ମୁଁ ସେମାନଙ୍କୁ କହିଲି, ଆମ୍ଭମାନଙ୍କର ଯିହୁଦୀୟ ଭାଇମାନେ ଅନ୍ୟ ଦେଶୀୟମାନଙ୍କ ନିକଟରେ ବିକା ଯାଇଥିଲେ, ଆମ୍ଭେମାନେ ସେମାନଙ୍କୁ ଆପଣା ସାଧ୍ୟାନୁସାରେ ମୁକ୍ତ କରିଅଛୁ, ଏବେ ତୁମ୍ଭେମାନେ କʼଣ ଆପଣା ଭାଇମାନଙ୍କୁ ବିକିବ? ଓ ସେମାନେ କʼଣ ଆମ୍ଭମାନଙ୍କ ନିକଟରେ ବିକାଯିବେ? ଏଥିରେ ସେମାନେ ନୀରବ ହେଲେ, କିଛି ଉତ୍ତର ଦେଇ ପାରିଲେ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ଏବଂ ମୁଁ ସେହି ଲୋକମାନଙ୍କୁ କହିଲି, “ଆମ୍ଭର ଯିହୁଦୀୟ ଭାଇମାନେ ଅନ୍ୟ ଦେଶୀୟ ଲୋକଙ୍କ ନିକଟରେ ବିକା ଯାଇଥିଲେ, ଆମ୍ଭେମାନେ ସେମାନଙ୍କୁ ଆପଣା ସାଧ୍ୟ ଅନୁସାରେ ମୁକ୍ତ କରିଅଛୁ। ଏବେ ତୁମ୍ଭେମାନେ ତୁମ୍ଭମାନଙ୍କର ଭାଇମାନଙ୍କୁ ପୁଣି ଥରେ ବିକ୍ରୀ କରୁଛ।” ଏଥିରେ ସେମାନେ ନୀରବ ରହିଲେ। ସେମାନେ କିଛି ଉତ୍ତର ଦେଇପାରିଲେ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ, ମୁଁ ସେମାନଙ୍କୁ କହିଲି, “ଆମ୍ଭମାନଙ୍କର ଯିହୁଦୀୟ ଭାଇମାନେ ଅନ୍ୟ ଦେଶୀୟମାନଙ୍କ ନିକଟରେ ବିକା ଯାଇଥିଲେ, ଆମ୍ଭେମାନେ ସେମାନଙ୍କୁ ଆପଣା ସାମର୍ଥ୍ୟରେ ମୁକ୍ତ କରିଅଛୁ, ଏବେ ତୁମ୍ଭେମାନେ କʼଣ ଆପଣା ଭାଇମାନଙ୍କୁ ବିକ୍ରି କରିବ? ଓ ସେମାନେ କʼଣ ଆମ୍ଭମାନଙ୍କ ନିକଟରେ ବିକାଯିବେ?” ଏଥିରେ ସେମାନେ ନୀରବ ହେଲେ, କିଛି ଉତ୍ତର ଦେଇ ପାରିଲେ ନାହିଁ।
Odia IRV 2017 (ଓଡିଆ ବାଇବେଲ)
ଆଉ, ମୁଁ ସେମାନଙ୍କୁ କହିଲି, “ଆମ୍ଭମାନଙ୍କର ଯିହୁଦୀୟ ଭାଇମାନେ ଅନ୍ୟ ଦେଶୀୟମାନଙ୍କ ନିକଟରେ ବିକା ଯାଇଥିଲେ, ଆମ୍ଭେମାନେ ସେମାନଙ୍କୁ ଆପଣା ସାମର୍ଥ୍ୟରେ ମୁକ୍ତ କରିଅଛୁ, ଏବେ ତୁମ୍ଭେମାନେ କ’ଣ ଆପଣା ଭାଇମାନଙ୍କୁ ବିକ୍ରି କରିବ? ଓ ସେମାନେ କ’ଣ ଆମ୍ଭମାନଙ୍କ ନିକଟରେ ବିକାଯିବେ?” ଏଥିରେ ସେମାନେ ନୀରବ ହେଲେ, କିଛି ଉତ୍ତର ଦେଇ ପାରିଲେ ନାହିଁ।