Numbers 11:31 — Compare Translations
5 translations compared side by side
Odia - 1840
"ଅନନ୍ତର ସଦାପ୍ରଭୁଙ୍କ ନିକଟରୁ ବାଯୁ ବହିଲା ଓ ତାହା ସମୁଦ୍ରରୁ ଭଟୋଇ ପକ୍ଷୀ ଆଣିଲା। ସମାନଙ୍କେର ସଂଖ୍ଯା ଏତେ ଅଧିକ ହେଲା ଯେ ସମାନେେ ଛାଉଣୀର ଚତୁର୍ବ୍ଦିଗ ରେ ଏପାଖେ ଦିନକର ପଥ ଓ ସେ ପାଖେ ଦିନକର ପଥ ପର୍ୟ୍ଯନ୍ତ ବ୍ଯାପି ରହିଲେ। ସମାନେେ ଭୂମିଠାରୁ ପ୍ରାଯ ଦୁଇ ପୁଟ ବହଳ ରେ ଗଦା ହଇେ ଗଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅନନ୍ତର ସଦାପ୍ରଭୁଙ୍କ ନିକଟରୁ ବାୟୁ ବହିଲା ଓ ତାହା ସମୁଦ୍ରରୁ ଭାଟୋଇ ପକ୍ଷୀ ଆଣିଲା, ପୁଣି ଛାଉଣିର ଚତୁର୍ଦ୍ଦିଗରେ ଏପାଖେ ଦିନକର ପଥ ଓ ସେପାଖେ ଦିନକର ପଥ ପର୍ଯ୍ୟନ୍ତ ସେମାନଙ୍କୁ ଭୂମିଠାରୁ ପ୍ରାୟ ଦୁଇ ହସ୍ତ ଊର୍ଦ୍ଧ୍ଵରେ ପକାଇଲା ।
Odia Bible ERV 2004 (ପବିତ୍ର ବାଇବଲ)
ଭାଟୋଇ ପକ୍ଷୀଙ୍କ ଆଗମନ ଅନନ୍ତର ସଦାପ୍ରଭୁଙ୍କ ନିକଟରୁ ବାୟୁ ବହିଲା ଓ ତାହା ସମୁଦ୍ରରୁ ଭାଟୋଇ ପକ୍ଷୀ ଆଣିଲା। ସେମାନଙ୍କର ସଂଖ୍ୟା ଏତେ ଅଧିକ ହେଲା ଯେ ସେମାନେ ଛାଉଣିର ଚତୁର୍ଦ୍ଦିଗରେ ଏପାଖେ ଦିନକର ପଥ ଓ ସେ ପାଖେ ଦିନକର ପଥ ପର୍ଯ୍ୟନ୍ତ ବ୍ୟାପି ରହିଲେ। ସେମାନେ ଭୂମିଠାରୁ ପ୍ରାୟ ଦୁଇ ଫୁଟ ବହଳରେ ଗଦା ହୋଇଗଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିଉତ୍ତାରେ ସଦାପ୍ରଭୁଙ୍କ ନିକଟରୁ ବାୟୁ ବହିଲା ଓ ତାହା ସମୁଦ୍ରରୁ ଭାଟୋଇ ପକ୍ଷୀ ଆଣିଲା, ପୁଣି, ଛାଉଣିର ଚତୁର୍ଦ୍ଦିଗରେ ଏପାଖେ ଦିନକର ପଥ ଓ ସେପାଖେ ଦିନକର ପଥ ପର୍ଯ୍ୟନ୍ତ ସେମାନଙ୍କୁ ଭୂମିଠାରୁ ପ୍ରାୟ ଦୁଇ ହସ୍ତ ଊର୍ଦ୍ଧ୍ୱରେ ପକାଇଲା।
Odia IRV 2017 (ଓଡିଆ ବାଇବେଲ)
ଏଥିଉତ୍ତାରେ ସଦାପ୍ରଭୁଙ୍କ ନିକଟରୁ ବାୟୁ ବହିଲା ଓ ତାହା ସମୁଦ୍ରରୁ ଭାଟୋଇ ପକ୍ଷୀ ଆଣିଲା, ପୁଣି, ଛାଉଣିର ଚତୁର୍ଦ୍ଦିଗରେ ଏପାଖେ ଦିନକର ପଥ ଓ ସେପାଖେ ଦିନକର ପଥ ପର୍ଯ୍ୟନ୍ତ ସେମାନଙ୍କୁ ଭୂମିଠାରୁ ପ୍ରାୟ ଦୁଇ ହସ୍ତ ଉର୍ଦ୍ଧ୍ୱରେ ପକାଇଲା।