Numbers 8:19 — Compare Translations

5 translations compared side by side

Odia - 1840
"ମୁଁ ଇଶ୍ରାୟେଲର ଲୋକମାନଙ୍କ ମଧିଅରେ ଲବେୀୟମାନଙ୍କୁ ଦାନରୂପେ ହାରୋଣ ଓ ତା'ର ପୁତ୍ରଗଣଙ୍କୁ ଦଲେି। ସମାନେେ ସମାଗମ ତମ୍ବୁ ନିକଟରେ ଇଶ୍ରାୟେଲୀୟ ଲୋକ ବଦଳ ରେ ସବୋ ଓ ସମାନଙ୍କେ ପାଇଁ ପ୍ରାଯଶ୍ଚିତ କିରିବେ। ଏହି ପ୍ରକା ରେ ଇଶ୍ରାୟେଲର ଲୋକମାନେ ପବିତ୍ରସ୍ଥାନ ନିକଟକୁ ଆସିଲା ବେଳେ କୌଣସି ମହାମାରୀ ଆସିବ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ ଇସ୍ରାଏଲ-ସନ୍ତାନଗଣ ପବିତ୍ର ସ୍ଥାନ ନିକଟକୁ ଆସିବା ବେଳେ ଯେପରି ସେମାନଙ୍କ ମଧ୍ୟରେ ମାରୀ ଉପସ୍ଥିତ ନ ହୁଏ, ଏଥିପାଇଁ ଆମ୍ଭେ ସମାଗମ-ତମ୍ଵୁରେ ଇସ୍ରାଏଲ-ସନ୍ତାନଗଣ ବଦଳେ ସେବା ଓ ସେମାନଙ୍କ ନିମନ୍ତେ ପ୍ରାୟଶ୍ଚିତ୍ତ କରିବା ପାଇଁ ଇସ୍ରାଏଲ-ସନ୍ତାନଗଣ ମଧ୍ୟରୁ ଲେବୀୟମାନଙ୍କୁ ଦାନ ରୂପେ ହାରୋଣ ଓ ତାହାର ପୁତ୍ରଗଣଙ୍କୁ ଦେଲୁ ।
Odia Bible ERV 2004 (ପବିତ୍ର ବାଇବଲ)
ମୁଁ ଇସ୍ରାଏଲର ଲୋକମାନଙ୍କ ମଧ୍ୟରେ ଲେବୀୟମାନଙ୍କୁ ଦାନରୂପେ ହାରୋଣ ଓ ତା’ର ପୁତ୍ରଗଣଙ୍କୁ ଦେଲି। ସେମାନେ ସମାଗମ-ତମ୍ବୁ ନିକଟରେ ଇସ୍ରାଏଲୀୟ ଲୋକ ବଦଳରେ ସେବା ଓ ସେମାନଙ୍କ ପାଇଁ ପ୍ରାୟଶ୍ଚିତ କିରିବେ। ଏହି ପ୍ରକାରେ ଇସ୍ରାଏଲର ଲୋକମାନେ ପବିତ୍ର ସ୍ଥାନ ନିକଟକୁ ଆସିଲାବେଳେ କୌଣସି ମହାମାରୀ ଆସିବ ନାହିଁ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ଇସ୍ରାଏଲ-ସନ୍ତାନଗଣ ପବିତ୍ର ସ୍ଥାନ ନିକଟକୁ ଆସିବା ସମୟରେ ଯେପରି ସେମାନଙ୍କ ମଧ୍ୟରେ ମହାମାରୀ ଉପସ୍ଥିତ ନ ହୁଏ, ଏଥିପାଇଁ ଆମ୍ଭେ ସମାଗମ-ତମ୍ବୁରେ ଇସ୍ରାଏଲ-ସନ୍ତାନଗଣ ବଦଳେ ସେବା ଓ ସେମାନଙ୍କ ନିମନ୍ତେ ପ୍ରାୟଶ୍ଚିତ୍ତ କରିବା ପାଇଁ ଇସ୍ରାଏଲ-ସନ୍ତାନଗଣ ମଧ୍ୟରୁ ଲେବୀୟମାନଙ୍କୁ ଦାନ ରୂପେ ହାରୋଣ ଓ ତାହାର ପୁତ୍ରଗଣଙ୍କୁ ଦେଲୁ।”
Odia IRV 2017 (ଓଡିଆ ବାଇବେଲ)
ଆଉ ଇସ୍ରାଏଲ ସନ୍ତାନଗଣ ପବିତ୍ର ସ୍ଥାନ ନିକଟକୁ ଆସିବା ସମୟରେ ଯେପରି ସେମାନଙ୍କ ମଧ୍ୟରେ ମହାମାରୀ ଉପସ୍ଥିତ ନ ହୁଏ, ଏଥିପାଇଁ ଆମ୍ଭେ ସମାଗମ-ତମ୍ବୁରେ ଇସ୍ରାଏଲ ସନ୍ତାନଗଣ ବଦଳେ ସେବା ଓ ସେମାନଙ୍କ ନିମନ୍ତେ ପ୍ରାୟଶ୍ଚିତ୍ତ କରିବା ପାଇଁ ଇସ୍ରାଏଲ ସନ୍ତାନଗଣ ମଧ୍ୟରୁ ଲେବୀୟମାନଙ୍କୁ ଦାନ ରୂପେ ହାରୋଣ ଓ ତାହାର ପୁତ୍ରଗଣଙ୍କୁ ଦେଲୁ।