Philippians 3:5 — Compare Translations
7 translations compared side by side
Odia - 1840
"ମାରେ ଜନ୍ମ ହବୋର ଆଠ ଦିନପରେ, ମାରେସୁନ୍ନତ କରାଯାଇଥିଲା। ମୁଁ ଜଣେ ଇଶ୍ରାୟେଲୀୟ ଲୋକ। ମୁଁ ବିନ୍ଯାମିନଙ୍କ ବଂଶଧର। ଏବ୍ରୀୟ ପିତାମାତାଙ୍କଠାରୁ ଜନ୍ମିଥିବାରୁ ମୁଁ ଜଣେ ଏବ୍ରୀୟ ଅଟେ। ମାେ ପାଇଁ ମାଶାଙ୍କେ ବ୍ଯବସ୍ଥା ଆଜି ଗୁରୁତ୍ବପୂର୍ଣ୍ଣ, ସେ ଦୃଷ୍ଟିରୁ ମୁଁ ଜଣେ ଫାରୁଶୀ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମୁଁ ଅଷ୍ଟମ ଦିନରେ ସୁନ୍ନତପ୍ରାପ୍ତ, ଇସ୍ରାଏଲ ବଂଶଜାତ, ବିନ୍ୟାମୀନ ଗୋଷ୍ଠୀୟ, ଏବ୍ରୀୟ-ରକ୍ତଜାତ ଜଣେ ଏବ୍ରୀୟ, ବ୍ୟବସ୍ଥା ପାଳନ ସମ୍ଵନ୍ଧରେ ଜଣେ ଫାରୂଶୀ,
Odia BSI (ପବିତ୍ର ବାଇବଲ (CL) NT (BSI))
ମୋ’ ଜନ୍ମର ଅଷ୍ଟମ ଦିନରେ ମୁଁ ସୁନ୍ନତ୍ ହୋଇଥିଲି। ଜାତିରେ ମୁଁ ଜଣେ ଇଶ୍ରାଏଲୀୟ, ବେଞ୍ଜାମିନ୍ ବଂଶଜ ବିଶୁଦ୍ଧ ଏବ୍ରୀୟ। ଇହୁଦୀମାନଙ୍କ ବ୍ୟବସ୍ଥା ପାଳନ ଦୃଷ୍ଟିରୁ ମୁଁ ଜଣେ ଫାରୁଶୀ ଥିଲି
Odia Bible ERV 2004 (ପବିତ୍ର ବାଇବଲ)
ମୋର ଜନ୍ମ ହେବାର ଆଠ ଦିନପରେ, ମୋର ସୁନ୍ନତ କରାଯାଇଥିଲା। ମୁଁ ଜଣେ ଇସ୍ରାଏଲୀୟ ଲୋକ। ମୁଁ ବିନ୍ୟାମିନଙ୍କ ବଂଶଧର। ଏବ୍ରୀୟ ପିତାମାତାଙ୍କଠାରୁ ଜନ୍ମିଥିବାରୁ ମୁଁ ଜଣେ ଏବ୍ରୀୟ ଅଟେ। ମୋ’ ପାଇଁ ମୋଶାଙ୍କ ବ୍ୟବସ୍ଥା ଆଜି ଗୁରୁତ୍ୱପୂର୍ଣ୍ଣ, ସେ ଦୃଷ୍ଟିରୁ ମୁଁ ଜଣେ ଫାରୂଶୀ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମୁଁ ଅଷ୍ଟମ ଦିନରେ ସୁନ୍ନତ ପ୍ରାପ୍ତ, ଇସ୍ରାଏଲ ବଂଶଜାତ, ବିନ୍ୟାମୀନ୍ ଗୋଷ୍ଠୀୟ, ଏବ୍ରୀୟ-ରକ୍ତଜାତ ଜଣେ ଏବ୍ରୀୟ, ମୋଶାଙ୍କ ବ୍ୟବସ୍ଥା ପାଳନ ସମ୍ବନ୍ଧରେ ଜଣେ ଫାରୂଶୀ,
Odia IRV 2017 (ଓଡିଆ ବାଇବେଲ)
ମୁଁ ଅଷ୍ଟମ ଦିନରେ ସୁନ୍ନତ ପ୍ରାପ୍ତ, ଇସ୍ରାଏଲ ବଂଶଜାତ, ବିନ୍ୟାମୀନ ଗୋଷ୍ଠୀୟ, ଏବ୍ରୀୟ-ରକ୍ତଜାତ ଜଣେ ଏବ୍ରୀୟ, ମୋଶାଙ୍କ ବ୍ୟବସ୍ଥା ପାଳନ ସମ୍ବନ୍ଧରେ ଜଣେ ଫାରୂଶୀ,
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಮಿಯಾ ಉಪಾಜಲ್ಲ್ಯಾ ಆಟುಚ್ ದಿಸಾತ್ ಮಾಕಾ ಸುನ್ನತಿ ಕರ್ಲ್ಯಾನಿ, ಮಿಯಾ ಇಸ್ರಾಯೆಲ್ ಘರಾನಾಚೊ, ಭೆನ್ಯಾಮಿನಾಚ್ಯಾ ಜಾತಿಚೊ, ಇಬ್ರಿಯಾಂಚ್ಯಾಕ್ನಾ ಉಪಾಜಲ್ಲೊ ಇಬ್ರಿಯಾ, ಅನಿ ಖಾಯ್ದ್ಯಾಂಚ್ಯಾ ಸಾರ್ಕೆ ಬಗಟ್ಲ್ಯಾರ್ ಮಿಯಾ ಫಾರಿಜೆವಾಂಚೊ,