Revelation 10:1 — Compare Translations
7 translations compared side by side
Odia - 1840
"ତା'ପରେ ମୁଁ ଜଣେ ଶକ୍ତିଶାଳୀ ଦୂତଙ୍କୁ ସ୍ବର୍ଗରୁ ଆସିବାର ଦେଖିଲି। ସେ ମେଘ ଦ୍ବାରା ଆଚ୍ଛାଦିତ ଥିଲେ। ତାହାଙ୍କ ମସ୍ତକରେ ମେଘଧନୁ ଶାେଭା ପାଉଥିଲା। ତାହାଙ୍କର ମୁଖ ସୂର୍ୟ୍ଯଙ୍କ ପରି ଉଜ୍ଜ୍ବଳ ଓ ପାଦ ଦୁଇଟି ଅଗ୍ନିସ୍ତମ୍ଭ ସଦୃଶ ଥିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତତ୍ପରେ ମୁଁ ଆଉ ଜଣେ ପରାକ୍ରମୀ ଦୂତଙ୍କୁ ସ୍ଵର୍ଗରୁ ଅବତରଣ କରିବାର ଦେଖିଲି; ସେ ମେଘବେଷ୍ଟିତ, ତାହାଙ୍କ ମସ୍ତକ ଉପରେ ମେଘଧନୁ, ତାହାଙ୍କ ମୁଖ ସୂର୍ଯ୍ୟ ସଦୃଶ ଓ ପାଦ ଅଗ୍ନିସ୍ତମ୍ଭ ତୁଲ୍ୟ;
Odia BSI (ପବିତ୍ର ବାଇବଲ (CL) NT (BSI))
ତାହାପରେ ମୁଁ ଦେଖିଲି, ଆଉ ଜଣେ ପରାକ୍ରାନ୍ତ ଦୂତ ସ୍ୱର୍ଗରୁ ଓହ୍ଲାଇ ଆସୁଛନ୍ତି। ସେ ମେଘରେ ଆଚ୍ଛାଦିତ ହୋଇଥିଲେ ଏବଂ ମେଘଧନୁ ତାଙ୍କ ମସ୍ତକକୁ ଘେରି ରହିଥିଲା। ତାଙ୍କର ମୁଖ ସୂର୍ଯ୍ୟ ପରି ଏବଂ ପାଦଦ୍ୱୟ ଅଗ୍ନି ସ୍ତମ୍ଭ ପରି ଦେଖାଯାଉଥିଲା।
Odia Bible ERV 2004 (ପବିତ୍ର ବାଇବଲ)
ସ୍ୱର୍ଗଦୂତ ଏବଂ କ୍ଷୁଦ୍ର ପୁସ୍ତକ ତା’ପରେ ମୁଁ ଜଣେ ଶକ୍ତିଶାଳୀ ଦୂତଙ୍କୁ ସ୍ୱର୍ଗରୁ ଆସିବାର ଦେଖିଲି। ସେ ମେଘ ଦ୍ୱାରା ଆଚ୍ଛାଦିତ ଥିଲେ। ତାହାଙ୍କ ମସ୍ତକରେ ମେଘଧନୁ ଶୋଭା ପାଉଥିଲା। ତାହାଙ୍କର ମୁଖ ସୂର୍ଯ୍ୟ ପରି ଉଜ୍ଜ୍ୱଳ ଓ ପାଦ ଦୁଇଟି ଅଗ୍ନିସ୍ତମ୍ଭ ସଦୃଶ ଥିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତତ୍ପରେ ମୁଁ ଆଉ ଜଣେ ପରାକ୍ରମୀ ଦୂତଙ୍କୁ ସ୍ୱର୍ଗରୁ ଅବତରଣ କରିବାର ଦେଖିଲି; ସେ ମେଘବେଷ୍ଟିତ, ତାହାଙ୍କ ମସ୍ତକ ଉପରେ ମେଘଧନୁ, ତାହାଙ୍କ ମୁଖ ସୂର୍ଯ୍ୟ ସଦୃଶ ଓ ପାଦ ଅଗ୍ନିସ୍ତମ୍ଭ ତୁଲ୍ୟ;
Odia IRV 2017 (ଓଡିଆ ବାଇବେଲ)
ତତ୍ପରେ ମୁଁ ଆଉ ଜଣେ ପରାକ୍ରମୀ ଦୂତଙ୍କୁ ସ୍ୱର୍ଗରୁ ଅବତରଣ କରିବାର ଦେଖିଲି; ସେ ମେଘବେଷ୍ଟିତ, ତାହାଙ୍କ ମସ୍ତକ ଉପରେ ମେଘଧନୁ, ତାହାଙ୍କ ମୁଖ ସୂର୍ଯ୍ୟ ସଦୃଶ ଓ ପାଦ ଅଗ୍ନିସ୍ତମ୍ଭ ତୁଲ୍ୟ;
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಮಾನಾ ಅನಿ ಎಕ್ ಮೊಟೊ ದೆವ್ದುತಾ ಸರ್ಗಾತ್ನಾ ಖಾಲ್ತಿ ಯೆತಲೊ ಮಿಯಾ ಬಗಟ್ಲೊ. ಎಕ್ ಮೊಡಾನ್ ತೆಕಾ ಲಪಟಲ್ಲೆ ಹೊತ್ತೆ ಅನಿ ತ್ಯೆಚ್ಯಾ ಟಕ್ಲ್ಯಾಚ್ಯಾ ಭೊತ್ಯಾನಿ ಕಾಮನ್ಬಿಲ್ಲ್ ಹೊತ್ತೆ; ತೆಚೆ ತೊಂಡ್ ದಿಸ್ ಸರ್ಕೆ ಹೊತ್ತೆ, ಅನಿ ತೆಚೆ ಡೊಕೆ ಆಗಿಚ್ಯಾ ಖಾಂಬ್ಯಾಂಚ್ಯಾ ಸರ್ಕೆ ಹೊತ್ತೆ.