Revelation 11:19 — Compare Translations
7 translations compared side by side
Odia - 1840
"ତା'ପରେ ସ୍ବର୍ଗ ରେ ପରମେଶ୍ବରଙ୍କ ମନ୍ଦିର ଖାଲିଗେଲା ଓ ସହେି ମନ୍ଦିରର ପବିତ୍ର ନିୟମସିନ୍ଦୁକ ଦଖାଗେଲା। ଏହି ପବିତ୍ର ସିନ୍ଦୁକରେ ସହେି ଚୁକ୍ତି ଥିଲା, ଯାହାକୁ ପରମେଶ୍ବର ଲୋକମାନଙ୍କୁ ଦଇେଥିଲେ। ତା'ପରେ ସଠାେରେ ବିଜୁଳିର ଆଲୋକ ଝଲସି ଉଠିଲା, ତଥା ମହା କୋଳାହଳ, ବଜ୍ର ନାଦ, ଭୂମିକମ୍ପ ଓ ପ୍ରବଳ କୁଆପଥର ବୃଷ୍ଟି ହେଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେତେବେଳେ ସ୍ଵର୍ଗରେ ଥିବା ଈଶ୍ଵରଙ୍କ ମନ୍ଦିର ଉନ୍ମୁକ୍ତ ହେଲା ଓ ତାହାଙ୍କ ମନ୍ଦିର ମଧ୍ୟରେ ତାହାଙ୍କ ନିୟମସିନ୍ଦୁକ ଦୃଷ୍ଟ ହେଲା, ପୁଣି ବିଦ୍ୟୁତ୍, ବିଭିନ୍ନ ସ୍ଵର, ମେଘଗର୍ଜ୍ଜନ, ଭୂମିକମ୍ପ ଓ ମହା ଶିଳାବୃଷ୍ଟି ହେଲା ।
Odia BSI (ପବିତ୍ର ବାଇବଲ (CL) NT (BSI))
ସ୍ୱର୍ଗରେ ଥିବା ଈଶ୍ୱରଙ୍କ ମନ୍ଦିର-ଦ୍ୱାର ଖୋଲିଲା ଓ ମନ୍ଦିରରେ ନିୟମ ସିନ୍ଦୁକ ଥିବାର ଦେଖାଗଲା। ତା’ପରେ ବିଜୁଳି ଚମକିଲା, ବଜ୍ରନାଦ, ଭୂମିକମ୍ପ ଓ ପ୍ରବଳ ଶିଳା ବୃଷ୍ଟି ହେଲା।
Odia Bible ERV 2004 (ପବିତ୍ର ବାଇବଲ)
ତା’ପରେ ସ୍ୱର୍ଗରେ ପରମେଶ୍ୱରଙ୍କ ମନ୍ଦିର ଖୋଲିଗଲା ଓ ସେହି ମନ୍ଦିରର ପବିତ୍ର ନିୟମସିନ୍ଦୁକ ଦେଖାଗଲା। ଏହି ପବିତ୍ର ସିନ୍ଦୁକରେ ସେହି ଚୁକ୍ତି ଥିଲା, ଯାହାକୁ ପରମେଶ୍ୱର ଲୋକମାନଙ୍କୁ ଦେଇଥିଲେ। ତା’ପରେ ସେଠାରେ ବିଜୁଳିର ଆଲୋକ ଝଲସି ଉଠିଲା, ତଥା ମହା କୋଳାହଳ, ବଜ୍ର ନାଦ, ଭୂମିକମ୍ପ ଓ ପ୍ରବଳ କୁଆପଥର ବୃଷ୍ଟି ହେଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେତେବେଳେ ସ୍ୱର୍ଗରେ ଥିବା ଈଶ୍ବରଙ୍କ ମନ୍ଦିର ଉନ୍ମୁକ୍ତ ହେଲା ଓ ତାହାଙ୍କ ମନ୍ଦିର ମଧ୍ୟରେ ତାହାଙ୍କ ନିୟମ-ସିନ୍ଦୁକ ଦେଖାଗଲା, ପୁଣି, ବିଦ୍ୟୁତ୍, ବିଭିନ୍ନ ସ୍ୱର, ମେଘଗର୍ଜ୍ଜନ, ଭୂମିକମ୍ପ ଓ ମହା ଶିଳାବୃଷ୍ଟି ହେଲା।
Odia IRV 2017 (ଓଡିଆ ବାଇବେଲ)
ସେତେବେଳେ ସ୍ୱର୍ଗରେ ଥିବା ଈଶ୍ୱରଙ୍କ ମନ୍ଦିର ଉନ୍ମୁକ୍ତ ହେଲା ଓ ତାହାଙ୍କ ମନ୍ଦିର ମଧ୍ୟରେ ତାହାଙ୍କ ନିୟମସିନ୍ଦୁକ ଦେଖାଗଲା, ପୁଣି, ବିଦ୍ୟୁତ୍, ବିଭିନ୍ନ ସ୍ୱର, ମେଘଗର୍ଜନ, ଭୂମିକମ୍ପ ଓ ମହା ଶିଳାବୃଷ୍ଟି ହେଲା ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತನ್ನಾ ಸರ್ಗಾತ್ ದೆವಾಚಿ ಗುಡಿ ಉಗಡ್ಲಿ ಅನಿ ಕರಾರಾಚೊ ಡಬ್ಬೊ ಥಯ್ ದಿಸ್ಲೊ. ತನ್ನಾ ಮಿಂಚ್ ಮಾರುಕ್ಲಾಗ್ಲೆ ಗಜ್ನಿಯಾಂಚೊ ಅವಾಜ್ ಹೊವ್ಕ್ ಲಾಗ್ಲೊ, ಅನಿ ಗುಡ್ಗುಡೊ ಉಟ್ಲೊ ಭುಕಂಪ್ ಹೊಲೊ, ಅನಿ ಘಾರ್ಬಿಯಾಂಚೊ ಪವ್ಸ್ ವೊತ್ಲೊ.