Revelation 11:2 — Compare Translations

7 translations compared side by side

Odia - 1840
"କିନ୍ତୁ ମନ୍ଦିରର ବାହାର ଅଗଣା ମାପ ନାହିଁ। ତାହାକୁ ସହେିପରି ଛାଡ଼ି ଦିଅ, କାରଣ ତାହା ଅଣୟିହୁଦୀୟ ଦେଶଗୁଡ଼ିକର ଲୋକମାନଙ୍କୁ ଦିଆଯାଇଛି। ସହେି ଲୋକମାନେ ବଯାଳିଶମାସ ପର୍ୟ୍ଯନ୍ତ ପବିତ୍ର ନଗରକୁ ପଦଦଳିତ କରିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କିନ୍ତୁ ମନ୍ଦିରର ବାହାରେ ଥିବା ପ୍ରାଙ୍ଗଣକୁ ଛାଡ଼ିଦିଅ, ତାହା ମାପ ନାହିଁ, କାରଣ ତାହା ବିଜାତିମାନଙ୍କୁ ଦତ୍ତ ହୋଇଅଛି, ସେମାନେ ବୟାଳିଶ ମାସ ପର୍ଯ୍ୟନ୍ତ ପୁଣ୍ୟ ନଗରୀକୁ ପଦ ତଳେ ଦଳିତ କରିବେ ।
Odia BSI (ପବିତ୍ର ବାଇବଲ (CL) NT (BSI))
କିନ୍ତୁ ମନ୍ଦିରର ବାହାରେ ଥିବା ପ୍ରାଙ୍ଗଣକୁ ମାପ ନାହିଁ। କାରଣ, ତାହା ଅନ୍ୟ ଜାତିମାନଙ୍କୁ ଦାନ କରାଯାଇଛି। ସେମାନେ ବୟାଳିଶ ମାସ ପର୍ଯ୍ୟନ୍ତ ଏହି ପବିତ୍ର ନଗରୀକୁ ପଦଦଳିତ କରି ରଖିବେ।
Odia Bible ERV 2004 (ପବିତ୍ର ବାଇବଲ)
କିନ୍ତୁ ମନ୍ଦିରର ବାହାର ଅଗଣା ମାପ ନାହିଁ। ତାହାକୁ ସେହିପରି ଛାଡ଼ିଦିଅ, କାରଣ ତାହା ଅଣଯିହୂଦୀୟ ଦେଶଗୁଡ଼ିକର ଲୋକମାନଙ୍କୁ ଦିଆଯାଇଛି। ସେହି ଲୋକମାନେ ବୟାଳିଶ୍ ମାସ ପର୍ଯ୍ୟନ୍ତ ପବିତ୍ର ନଗରକୁ ପଦଦଳିତ କରିବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କିନ୍ତୁ ମନ୍ଦିରର ବାହାରେ ଥିବା ପ୍ରାଙ୍ଗଣକୁ ଛାଡ଼ିଦିଅ, ତାହା ମାପ ନାହିଁ, କାରଣ ତାହା ଅଣଯିହୁଦୀମାନଙ୍କୁ ଦିଆଯାଇଅଛି, ସେମାନେ ବୟାଳିଶ ମାସ ପର୍ଯ୍ୟନ୍ତ ପବିତ୍ର ନଗରୀକୁ ପାଦ ତଳେ ଦଳିତ କରିବେ।
Odia IRV 2017 (ଓଡିଆ ବାଇବେଲ)
କିନ୍ତୁ ମନ୍ଦିରର ବାହାରେ ଥିବା ପ୍ରାଙ୍ଗଣକୁ ଛାଡ଼ିଦିଅ, ତାହା ମାପ ନାହିଁ, କାରଣ ତାହା ଅଣଯିହୂଦୀମାନଙ୍କୁ ଦିଆଯାଇଅଛି, ସେମାନେ ବୟାଳିଶ ମାସ ପର୍ଯ୍ୟନ୍ତ ପବିତ୍ର ନଗରୀକୁ ପାଦ ତଳେ ଦଳିତ କରିବେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಖರೆ ಭಾಯ್ಲ್ಯಾ ಬಾಜುಕ್ ಮೆಜುನಕೊ, ಕಶ್ಯಾಕ್ ಮಟ್ಲ್ಯಾರ್ ತೆಂಕಾ ಚಾಳಿಸಾರ್ ದೊನ್ ಮ್ಹಯಿನೆ ಪವಿತ್ರ್ ಶಾರ್ ಜುದೆವ್ ನ್ಹಯ್ ಹೊತ್ಯಾ ಲೊಕಾಚ್ಯಾ ಹಾತಾತ್ ದಿವ್ನ್ ಹೊಲ್ಲೆ ಹಾಯ್.