Revelation 12:10 — Compare Translations
7 translations compared side by side
Odia - 1840
"ତା'ପରେ ମୁଁ ସ୍ବର୍ଗ ରେ ଗୋଟିଏ ଉଚ୍ଚ ଧ୍ବନି ଏହା କହିବାର ଶୁଣିଲି, ବର୍ତ୍ତମାନ ଆମ୍ଭ ପରମେଶ୍ବରଙ୍କ ବିଜୟ, କ୍ଷମତା, ଓ ରାଜତ୍ବର ସମୟ ଉପସ୍ଥିତ। ତାହାଙ୍କର ଖ୍ରୀଷ୍ଟଙ୍କ ଶାସନ କରିବା ଅଧିକାର ସମୟ ମଧ୍ଯ ଉପସ୍ଥିତ ହାଇେଛି। କାରଣ ଆମ୍ଭମାନଙ୍କର ଭାଇମାନଙ୍କ ଅଭିଯୋଗକାରୀକୁ ବାହା ରେ ନିକ୍ଷପେ କରାଯାଇଛି। ସେ ଦିନରାତି ଆମ୍ଭ ପରମେଶ୍ବରଙ୍କ ସମ୍ମୁଖ ରେ ଆମ୍ଭ ଭାଇମାନଙ୍କ ବିଷୟ ରେ ଅଭିଯୋଗ କରୁଥିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେତେବେଳେ ମୁଁ ସ୍ଵର୍ଗରେ ଏହି ଉଚ୍ଚ ସ୍ଵର ଶୁଣିଲି, ବର୍ତ୍ତମାନ ଆମ୍ଭମାନଙ୍କ ଈଶ୍ଵରଙ୍କ ପରିତ୍ରାଣ, ପରାକ୍ରମ ଓ ରାଜ୍ୟ ପୁଣି ତାହାଙ୍କ ଖ୍ରୀଷ୍ଟଙ୍କର କର୍ତ୍ତାପଣ ଉପସ୍ଥିତ ହୋଇଅଛି, କାରଣ ଆମ୍ଭମାନଙ୍କ ଭ୍ରାତୃଗଣଙ୍କ ଅପବାଦକ, ଯେ ଦିବାରାତ୍ର ସେମାନଙ୍କ ବିରୁଦ୍ଧରେ ଆମ୍ଭମାନଙ୍କ ଈଶ୍ଵରଙ୍କ ଛାମୁରେ ଅଭିଯୋଗ କରୁଥିଲା, ସେ ତଳେ ନିକ୍ଷିପ୍ତ ହୋଇଅଛି ।
Odia BSI (ପବିତ୍ର ବାଇବଲ (CL) NT (BSI))
ତାହାପରେ ମୁଁ ସ୍ୱର୍ଗରେ ଉଚ୍ଚ ଧ୍ୱନିରେ ଉଚ୍ଚାରିତ ଏକ ବାଣୀ ଶୁଣିଲି: “ବର୍ତ୍ତମାନ ଈଶ୍ୱରଙ୍କ ପରିତ୍ରାଣ ଉପସ୍ଥିତ। ତାଙ୍କର ରାଜଶକ୍ତି ପରାକ୍ରମ ଓ ତାଙ୍କ ମସୀହଙ୍କ କ୍ଷମତା ପ୍ରଦର୍ଶିତ ହୋଇଛି - ଯେଉଁ କୁଚକ୍ରୀ ଦିବାରାତ୍ର ଈଶ୍ୱରଙ୍କ ସମ୍ମୁଖରେ ଠିଆହୋଇ, ଆମ ଭାଇମାନଙ୍କ ବିରୁଦ୍ଧରେ ମିଥ୍ୟା ଅଭିଯୋଗ କରୁଥିଲା, ସେ ଆଜି ସ୍ୱର୍ଗରୁ ବିତାଡ଼ିତ ହୋଇଛି।
Odia Bible ERV 2004 (ପବିତ୍ର ବାଇବଲ)
ତା’ପରେ ମୁଁ ସ୍ୱର୍ଗରେ ଗୋଟିଏ ଉଚ୍ଚ ଧ୍ୱନି ଏହା କହିବାର ଶୁଣିଲି, “ବର୍ତ୍ତମାନ ଆମ୍ଭ ପରମେଶ୍ୱରଙ୍କ ବିଜୟ, କ୍ଷମତା, ଓ ରାଜତ୍ୱର ସମୟ ଉପସ୍ଥିତ। ତାହାଙ୍କର ଖ୍ରୀଷ୍ଟଙ୍କ ଶାସନ କରିବା ଅଧିକାର ସମୟ ମଧ୍ୟ ଉପସ୍ଥିତ ହୋଇଛି। କାରଣ ଆମ୍ଭମାନଙ୍କର ଭାଇମାନଙ୍କ ଅଭିଯୋଗକାରୀକୁ ବାହାରେ ନିକ୍ଷେପ କରାଯାଇଛି। ସେ ଦିନରାତି ଆମ୍ଭ ପରମେଶ୍ୱରଙ୍କ ସମ୍ମୁଖରେ ଆମ୍ଭ ଭାଇମାନଙ୍କ ବିଷୟରେ ଅଭିଯୋଗ କରୁଥିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେତେବେଳେ ମୁଁ ସ୍ୱର୍ଗରେ ଏହି ଉଚ୍ଚସ୍ୱର ଶୁଣିଲି, “ବର୍ତ୍ତମାନ ଆମ୍ଭମାନଙ୍କ ଈଶ୍ବରଙ୍କ ପରିତ୍ରାଣ, ପରାକ୍ରମ ଓ ରାଜ୍ୟ ପୁଣି, ତାହାଙ୍କ ଖ୍ରୀଷ୍ଟଙ୍କର କର୍ତ୍ତାପଣ ଉପସ୍ଥିତ ହୋଇଅଛି, କାରଣ ଆମ୍ଭମାନଙ୍କ ଭାଇମାନଙ୍କ ଅପବାଦକ, ଯେ ଦିବାରାତ୍ର ସେମାନଙ୍କ ବିରୁଦ୍ଧରେ ଆମ୍ଭମାନଙ୍କ ଈଶ୍ବରଙ୍କ ଛାମୁରେ ଅଭିଯୋଗ କରୁଥିଲା, ସେ ତଳେ ନିକ୍ଷିପ୍ତ ହୋଇଅଛି।
Odia IRV 2017 (ଓଡିଆ ବାଇବେଲ)
ସେତେବେଳେ ମୁଁ ସ୍ୱର୍ଗରେ ଏହି ଉଚ୍ଚ ସ୍ୱର ଶୁଣିଲି, ବର୍ତ୍ତମାନ ଆମ୍ଭମାନଙ୍କ ଈଶ୍ୱରଙ୍କ ପରିତ୍ରାଣ,ପରାକ୍ରମ ଓ ରାଜ୍ୟ ପୁଣି, ତାହାଙ୍କ ଖ୍ରୀଷ୍ଟଙ୍କର କର୍ତ୍ତାପଣ ଉପସ୍ଥିତ ହୋଇଅଛି, କାରଣ ଆମ୍ଭମାନଙ୍କ ଭାଇଗଣଙ୍କ ଅପବାଦକ, ଯେ ଦିବାରାତ୍ର ସେମାନଙ୍କ ବିରୁଦ୍ଧରେ ଆମ୍ଭମାନଙ୍କ ଈଶ୍ୱରଙ୍କ ଛାମୁରେ ଅଭିଯୋଗ କରୁଥିଲା, ସେ ତଳେ ନିକ୍ଷିପ୍ତ ହୋଇଅଛି ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತನ್ನಾ ಸರ್ಗಾತ್ ಮೊಟೊ ಧನ್ ಮಿಯಾ ಆಯಿಕ್ಲೊ, “ಅತ್ತಾ ದೆವಾಚಿ ಸುಟ್ಕಾ ಯೆಲಾ! ಅತ್ತಾ ದೆವಾನ್ ಎಕ್ ರಾಜಾ ಸರ್ಕೊ ಅಪ್ಲೊ ಬಳ್ ದಾಕ್ವುಲ್ಯಾನಾಯ್! ಅತ್ತಾ ತ್ಯೆಚ್ಯಾ ಕ್ರಿಸ್ತಾನ್ ಅಪ್ನಾಚೊ ಅಧಿಕಾರ್ ದಾಕ್ವುಲ್ಯಾನಾಯ್! ದೆವಾಚ್ಯಾ ಇದ್ರಾಕ್ ಇಬೆ ರ್ಹಾವ್ನ್ ವಿಶ್ವಾಸ್, ಹೊತ್ಯಾ ಭಾವ್ ಭೆನಿಕ್ನಿ ಕರ್ತಲ್ಯಾಕ್ನಿ ದಿಸ್ ಅನಿ ರಾತ್ ಪಸ್ವುತಲ್ಯಾಕ್ ಸರ್ಗಾತ್ನಾ ಕಾಡುನ್ ಭಾಯ್ರ್ ಟಾಕುನ್ ಹೊಲ್ಲೆ ಹಾಯ್.