Revelation 13:14 — Compare Translations

7 translations compared side by side

Odia - 1840
"ଦ୍ବିତୀୟ ପଶୁ ପୃଥିବୀର ଲୋକଙ୍କୁ ବୋକା ବନାଏ। ଆଶ୍ଚର୍ୟ୍ଯ କାର୍ୟ୍ଯ ଦଖାେଏ। ସେ ଯେଉଁ କ୍ଷମତା ପାଇଥିଲା, ତା ସହିତ ସେ ପ୍ରଥମ ପଶୁକୁ ରକ୍ଷା କରିବା ପାଇଁ ଏହି ସବୁ ଆଶ୍ଚର୍ୟ୍ଯକର୍ମମାନ କଲେ। ଦ୍ବିତୀୟ ପଶୁ ପ୍ରଥମ ପଶୁକୁ ସମ୍ମାନ ଦବୋ ପାଇଁ ପୃଥିବୀର ଲୋକମାନଙ୍କୁ ଗୋଟିଏ ମୂର୍ତ୍ତି ତିଆରି କରିବା ପାଇଁ ଆଦେଶ ଦଲୋ। ଏହି ପଶୁ ଖଣ୍ଡା ରେ ଆଘାତ ପାଇ ସୁଦ୍ଧା ମରି ନ ଥିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ ସେହି ପଶୁର ସାକ୍ଷାତରେ ଯେଉଁ ଆଣ୍ଗର୍ଯ୍ୟ କର୍ମ କରିବାକୁ ସେ କ୍ଷମତା ପ୍ରାପ୍ତ ହୋଇଥିଲା, ତଦ୍ଦ୍ଵାରା ସେ ପୃଥିବୀ ନିବାସୀମାନଙ୍କୁ ଭ୍ରାନ୍ତ କରି, ଯେଉଁ ପଶୁ ଖଡ଼୍‍ଗ ଦ୍ଵାରା ଆହତ ହେଲେ ହେଁ ବଞ୍ଚିଥିଲା, ତାହାର ଏକ ପ୍ରତିମା ନିର୍ମାଣ କରିବାକୁ ସେମାନଙ୍କୁ କହେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଏବଂ ପ୍ରଥମ ପଶୁର ଉପସ୍ଥିତିରେ ଏହିପରି ବହୁ ଅଲୌକିକ କର୍ମମାନ କରି ପୃଥ୍ୱୀବାସୀ ସମସ୍ତଙ୍କୁ ପ୍ରତାରଣା କଲା। ଖଡ଼୍ଗାହତ ହୋଇ ଆରୋଗ୍ୟ ଲାଭ କରିଥିବା ପ୍ରଥମ ପଶୁଟିର ସମ୍ମାନାର୍ଥେ ତାହାର ଏକ ପ୍ରତିମୂର୍ତ୍ତି ନିର୍ମାଣ କରିବା ପାଇଁ ଦ୍ୱିତୀୟ ପଶୁଟି ଲୋକମାନଙ୍କୁ ଆଦେଶ ଦେଲା।
Odia Bible ERV 2004 (ପବିତ୍ର ବାଇବଲ)
ଦ୍ୱିତୀୟ ପଶୁ ପୃଥିବୀର ଲୋକଙ୍କୁ ବୋକା ବନାଏ। ଆଶ୍ଚର୍ଯ୍ୟ କାର୍ଯ୍ୟ ଦେଖାଏ। ସେ ଯେଉଁ କ୍ଷମତା ପାଇଥିଲା, ତା’ ସହିତ ସେ ପ୍ରଥମ ପଶୁକୁ ରକ୍ଷା କରିବା ପାଇଁ ଏହିସବୁ ଆଶ୍ଚର୍ଯ୍ୟକର୍ମମାନ କରେ। ଦ୍ୱିତୀୟ ପଶୁ ପ୍ରଥମ ପଶୁକୁ ସମ୍ମାନ ଦେବା ପାଇଁ ପୃଥିବୀର ଲୋକମାନଙ୍କୁ ଗୋଟିଏ ମୂର୍ତ୍ତି ତିଆରି କରିବା ପାଇଁ ଆଦେଶ ଦେଲା। ଏହି ପଶୁ ଖଣ୍ଡାରେ ଆଘାତ ପାଇ ସୁଦ୍ଧା ମରି ନ ଥିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ସେହି ପଶୁର ସାକ୍ଷାତରେ ଯେଉଁ ଆଶ୍ଚର୍ଯ୍ୟକର୍ମ କରିବାକୁ ସେ କ୍ଷମତା ପ୍ରାପ୍ତ ହୋଇଥିଲା, ତଦ୍ୱାରା ସେ ପୃଥିବୀନିବାସୀମାନଙ୍କୁ ଭ୍ରାନ୍ତ କରି, ଯେଉଁ ପଶୁ ଖଡ୍ଗ ଦ୍ୱାରା ଆହତ ହେଲେ ହେଁ ବଞ୍ଚିଥିଲା, ତାହାର ଏକ ପ୍ରତିମା ନିର୍ମାଣ କରିବାକୁ ସେମାନଙ୍କୁ କହେ।
Odia IRV 2017 (ଓଡିଆ ବାଇବେଲ)
ଆଉ ସେହି ପଶୁର ସାକ୍ଷାତରେ ଯେଉଁ ଆଶ୍ଚର୍ଯ୍ୟକର୍ମ କରିବାକୁ ସେ କ୍ଷମତା ପ୍ରାପ୍ତ ହୋଇଥିଲା, ତଦ୍ୱାରା ସେ ପୃଥିବୀନିବାସୀମାନଙ୍କୁ ଭ୍ରାନ୍ତ କରି, ଯେଉଁ ପଶୁ ଖଡ଼୍ଗ ଦ୍ୱାରା ଆହତ ହେଲେ ହେଁ ବଞ୍ଚିଥିଲା, ତାହାର ଏକ ପ୍ରତିମା ନିର୍ମାଣ କରିବାକୁ ସେମାନଙ୍କୁ କହେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಅನಿ ಪಯ್ಲೆಚ್ಯಾ ಜನಾವರಾಚ್ಯಾ ಇದ್ರಾಕ್ ಅಜಾಪ್ ಕಾಮಾ ಕರ್ತಲೊ ಅದಿಕಾರ್ ಹೊತ್ತ್ಯಾ ಬಳಾನ್ ಜಿಮ್ನಿ ವರ್ತಿ ಹೊತ್ತ್ಯಾ ಸಗ್ಳ್ಯಾ ಲೊಕಾಕ್ನಿ ತೆನಿ ಪಶ್ವುಲ್ಯಾನ್ ತ್ಯಾ ಜನಾವರಾನ್ ತ್ಯಾ ಮೊಟ್ಯಾ ಚಾಕ್ವಾನಿ ಮಾರುನ್ ಘಾಯ್ ಹೊವ್ನ್ ಅಜುನ್ ಝಿತ್ತೆ ಹೊತ್ತ್ಯಾ ಜನಾವರಾಚ್ಯಾ ಯಾದಿಸಾಟ್ನಿ ಅನಿ ತ್ಯೆಚ್ಯಾ ಗೌರವಾಸಾಟ್ನಿ ಮುರ್ತಿಯಾ ಕರಾ ಮನುನ್ ಹುಕುಮ್ ದಿಲ್ಯಾನ್.