Revelation 13:2 — Compare Translations

7 translations compared side by side

Odia - 1840
"ଏହି ପଶୁ ଚିତାବାଘ ଭଳି ଥିଲା। କିନ୍ତୁ ତା'ର ପାଦ ଭାଲୁ ପରି ଓ ପାଟି ସିଂହ ପରି ଥିଲା। ସହେି ବିଶାଳ ସାପ ସମୁଦ୍ରକୂଳ ରେ ରହି ତା'ର ସମସ୍ତ କ୍ଷମତା, ସିଂହାସନ ଓ ମହାନ ଅଧିକାର ତାହାକୁ ଦଲୋ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏହି ଯେଉଁ ପଶୁକୁ ଦେଖିଲି, ତାହା ଚିତାବାଘ ପରି, ତାହାର ପାଦ ଭାଲୁର ପାଦ ପରି ଓ ପାଟି ସିଂହର ପାଟି ପରି । ସେହି ସର୍ପ ତାହାକୁ ଆପଣା ପରାକ୍ରମ, ସିଂହାସନ ଓ ମହାକ୍ଷମତା ସମର୍ପଣ କଲା ।
Odia BSI (ପବିତ୍ର ବାଇବଲ (CL) NT (BSI))
ପଶୁଟି ଗୋଟିଏ ଚିତାବାଘ ପରି ଦେଖାଯାଉଥିଲା। ତାହାର ପାଦ ଭାଲୁ ପାଦ ପରି ଏବଂ ପାଟି ସିଂହ ପାଟି ପରି। ପୂର୍ବବର୍ଣ୍ଣିତ ଲୋହିତ ବର୍ଣ୍ଣର ବିକଟାଳ ସର୍ପ ଏହି ପଶୁକୁ ନିଜର ଶକ୍ତି, ସିଂହାସନ ଓ ଅଶେଷ କ୍ଷମତା ସମର୍ପଣ କଲା।
Odia Bible ERV 2004 (ପବିତ୍ର ବାଇବଲ)
ଏହି ପଶୁ ଚିତାବାଘ ଭଳି ଥିଲା। କିନ୍ତୁ ତା’ର ପାଦ ଭାଲୁ ପରି ଓ ପାଟି ସିଂହ ପରି ଥିଲା। ସେହି ବିଶାଳ ସାପ ସମୁଦ୍ରକୂଳରେ ରହି ତା’ର ସମସ୍ତ କ୍ଷମତା, ସିଂହାସନ ଓ ମହାନ ଅଧିକାର ତାହାକୁ ଦେଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏହି ଯେଉଁ ପଶୁକୁ ମୁଁ ଦେଖିଲି, ତାହା ଚିତାବାଘ ପରି, ତାହାର ପାଦ ଭାଲୁର ପାଦ ପରି ଓ ପାଟି ସିଂହର ପାଟି ପରି। ସେହି ସର୍ପ ତାହାକୁ ଆପଣା ପରାକ୍ରମ, ସିଂହାସନ ଓ ମହାକ୍ଷମତା ସମର୍ପଣ କଲା।
Odia IRV 2017 (ଓଡିଆ ବାଇବେଲ)
ଏହି ଯେଉଁ ପଶୁକୁ ମୁଁ ଦେଖିଲି, ତାହା ଚିତାବାଘ ପରି, ତାହାର ପାଦ ଭାଲୁର ପାଦ ପରି ଓ ପାଟି ସିଂହର ପାଟି ପରି । ସେହି ସର୍ପ ତାହାକୁ ଆପଣା ପରାକ୍ରମ, ସିହାଂସନ ଓ ମହାକ୍ଷମତା ସମର୍ପଣ କଲା ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತೆ ಭಯಾನಕ್ ಜನಾವರ್ ಚಿಟ್ಟ್ಯಾ ವಾಗಾಚ್ಯಾ ಸರ್ಕೆ ದಿಸಿ, ತೆಚಿ ಪಾಯಾ ಅಸ್ವಾಲಾಚ್ಯಾ ಪಾಂಯಾಂಚ್ಯಾ ಸರ್ಕಿ ಹೊತ್ತಿ, ಅನಿ ತೆಚೆ ತೊಂಡ್ ಸಿವಾಚ್ಯಾ ತೊಂಡಾ ಸರ್ಕೆ ಹೊತ್ತೆ. ಭಯಾನಕ್ ಸಾಪಾನ್ ತ್ಯಾ ಭಯಾನಕ್ ಸಾಪ್ ಅಪ್ನಾಚೊ ಬಳ್, ಸಿವಾಸನ್, ಅನಿ ಅಪ್ನಾಚೊ ಮೊಟೊ ಅಧಿಕಾರ್ ದಿಲ್ಯಾನ್.