Revelation 18:2 — Compare Translations
7 translations compared side by side
Odia - 1840
"ସେ ଦୂତ ବହୁତ ଉଚ୍ଚ ସ୍ବର ରେ ପାଟିକରି କହିଲେ:"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେ ମହା ଶଦ୍ଦ କରି ଉଚ୍ଚ ସ୍ଵରରେ କହିଲେ, ମହାନଗରୀ ବାବିଲ ପତିତ, ଅଧଃପତିତ ହୋଇଅଛି, ତାହା ଭୂତମାନଙ୍କ ବାସସ୍ଥାନ, ପୁଣି ଅଶୁଚି ଆତ୍ମାମାନଙ୍କର ଏବଂ ଅଶୁଚି ଓ ଘୃଣ୍ୟ ପକ୍ଷୀମାନଙ୍କର ଆଶ୍ରୟସ୍ଥାନ ହୋଇଅଛି ।
Odia BSI (ପବିତ୍ର ବାଇବଲ (CL) NT (BSI))
ସେ ଉଚ୍ଚ ସ୍ୱରରେ କହିଲେ, “ତାହାର ପତନ ଘଟିଛି। ମହାନ୍ ବାବିଲନ୍ ଧୂଳିସାତ୍ ହୋଇଛି! ତାହା ବର୍ତ୍ତମାନ ପିଶାଚ ଓ ଅଶୁଚି ପ୍ରେତାତ୍ମାମାନଙ୍କର ଆଶ୍ରୟସ୍ଥଳୀ ହୋଇଛି। ସମସ୍ତ ପ୍ରକାର ଅଶୁଚି ଓ ଘୃଣ୍ୟ ପକ୍ଷୀ ସେଠାରେ ବସା ବାନ୍ଧି ରହିଛନ୍ତି।
Odia Bible ERV 2004 (ପବିତ୍ର ବାଇବଲ)
ସେ ଦୂତ ବହୁତ ଉଚ୍ଚ ସ୍ୱରରେ ପାଟିକରି କହିଲେ: “ତା’ର ପତନ ହେଲା। ମହାନଗରୀ ବାବିଲର ପତନ ହୋଇଗଲା। ତାହା ଭୂତମାନଙ୍କର ବାସସ୍ଥଳୀ ହେଲା। ତାହା ପ୍ରତ୍ୟେକ ଭୂତାତ୍ମା, ପ୍ରତ୍ୟେକ ପ୍ରକାରର ଶୁଚି ପକ୍ଷୀ ଏବଂ ପ୍ରତ୍ୟେକ ଅଶୁଚି ତଥା ଘୃଣ୍ୟ ପଶୁଙ୍କ ଆଶ୍ରୟସ୍ଥଳ ହେଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେ ମହା ଶଦ୍ଦ କରି ଉଚ୍ଚସ୍ୱରରେ କହିଲେ, “ମହାନଗରୀ ବାବିଲ ପତିତ, ଅଧଃପତିତ ହୋଇଅଛି, ତାହା ଭୂତମାନଙ୍କ ବାସସ୍ଥାନ ପୁଣି, ଅଶୁଚି ଆତ୍ମାମାନଙ୍କର ଏବଂ ଅଶୁଚି ଓ ଘୃଣ୍ୟ ପକ୍ଷୀମାନଙ୍କର ଆଶ୍ରୟ-ସ୍ଥାନ ହୋଇଅଛି।
Odia IRV 2017 (ଓଡିଆ ବାଇବେଲ)
ସେ ମହା ଶଦ୍ଦ କରି ଉଚ୍ଚ ସ୍ଵରରେ କହିଲେ, ମହାନଗରୀ ବାବିଲ୍ ପତିତ, ଅଧଃପତିତ ହୋଇଅଛି, ତାହା ଭୂତମାନଙ୍କ ବାସସ୍ଥାନ ପୁଣି, ଅଶୁଚି ଆତ୍ମାମାନଙ୍କର ଏବଂ ଅଶୁଚି ଓ ଘୃଣ୍ୟ ପକ୍ଷୀମାନଙ୍କର ଆଶ୍ରୟସ୍ଥାନ ହୋଇଅଛି ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತೆನಿ ಮೊಟ್ಯಾ ಅವಾಜಾನ್. “ತಿ ಪಡುನ್ ಗೆಲಾ! ಮೊಟೆ ಬಾಬಿಲೊನ್ ಪಡುನ್ ಗೆಲೆ! ತೆ ಗಿರ್ಯಾಂಚೊ, ಅನಿ ಬುರ್ಶ್ಯಾ ಅತ್ಮ್ಯಾಂಚೊ ಠಿಕಾನೊ ಹೊವ್ನ್ ಹೊತ್ತೆ, ಹೊಯ್ ಸಗ್ಳ್ಯಾ ಥರಿಚಿ ಪೊಜ್ಡಿ, ಅನಿ ಬುರ್ಶಿ ಫಾಂಕ್ರಾ ತಿಚ್ಯಾ ಭುತ್ತುರ್ ರ್ಹಾತ್ಯಾತ್.