Revelation 18:23 — Compare Translations
7 translations compared side by side
Odia - 1840
"ତୋ ପାଖ ରେ ଦୀପର ଆଲୋକ ଆଉ ଜଳିବ ନାହିଁ। ତୋ'ପାଖ ରେ ବରକନ୍ଯାଙ୍କର ଆନନ୍ଦର ଧ୍ବନି ଆଉ କବେେ ହେଲେ ଶୁଣାୟିବ ନାହିଁ। ତୋ'ର ବ୍ଯବସାଯୀମାନେ ପୃଥିବୀର ବହୁତ ମହାନ୍ ଲୋକ ଥିଲେ। ସମସ୍ତ ଦେଶଗୁଡ଼ିକ ତୋ'ର ଯାଦୁ ଶକ୍ତି ଦ୍ବାରା ପଥଭ୍ରଷ୍ଟ ହାଇେଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପ୍ରଦୀପର ଆଲୋକ ତୋʼ ମଧ୍ୟରେ ଆଉ କେବେ ହେଁ ପ୍ରଜ୍ଵଳିତ ହେବ ନାହିଁ, ପୁଣି ବରକନ୍ୟାଙ୍କ ଶଦ୍ଦ ତୋʼ ମଧ୍ୟରେ ଆଉ କେବେ ହେଁ ଶୁଣାଯିବ ନାହିଁ, କାରଣ ତୋହର ବଣିକମାନେ ପୃଥିବୀରେ ମହାନ ଥିଲେ, ଆଉ ତୋହର ମାୟାରେ ଜାତିସମୂହ ଭ୍ରାନ୍ତ ହୋଇଥିଲେ,
Odia BSI (ପବିତ୍ର ବାଇବଲ (CL) NT (BSI))
ତୋ’ ମଧ୍ୟରେ ଆଉ କେବେ ପ୍ରଦୀପ ଜଳିବ ନାହିଁ; କିମ୍ବା ବର କନ୍ୟାଙ୍କର ସମ୍ଭାଷଣ ଶୁଣାଯିବ ନାହିଁ। କାରଣ ତୋର ବ୍ୟବସାୟୀମାନେ ପୃଥିବୀରେ ମହାଶକ୍ତିଶାଳୀ ହୋଇ ରହିଥିଲେ, ତୋହର କୁହୁକ ଦ୍ୱାରା ତୁ ପୃଥିବୀର ସମସ୍ତଙ୍କୁ ପ୍ରବଞ୍ଚନା କରି ରଖିଥିଲୁ।”
Odia Bible ERV 2004 (ପବିତ୍ର ବାଇବଲ)
ତୋ’ ପାଖରେ ଦୀପର ଆଲୋକ ଆଉ ଜଳିବ ନାହିଁ। ତୋ’ ପାଖରେ ବରକନ୍ୟାଙ୍କର ଆନନ୍ଦର ଧ୍ୱନି ଆଉ କେବେ ହେଲେ ଶୁଣାଯିବ ନାହିଁ। ତୋ’ର ବ୍ୟବସାୟୀମାନେ ପୃଥିବୀର ବହୁତ ମହାନ୍ ଲୋକ ଥିଲେ। ସମସ୍ତ ଦେଶଗୁଡ଼ିକ ତୋ’ର ଯାଦୁ ଶକ୍ତି ଦ୍ୱାରା ପଥଭ୍ରଷ୍ଟ ହୋଇଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପ୍ରଦୀପର ଆଲୋକ, ତୋʼ ମଧ୍ୟରେ ଆଉ କେବେ ହେଁ ପ୍ରଜ୍ୱଳିତ ହେବ ନାହିଁ, ପୁଣି, ବର କନ୍ୟାଙ୍କ ଶବ୍ଦ, ତୋʼ ମଧ୍ୟରେ ଆଉ କେବେ ହେଁ ଶୁଣାଯିବ ନାହିଁ; କାରଣ ତୋହର ବଣିକମାନେ ପୃଥିବୀରେ ମହାନ ଥିଲେ, ଆଉ ତୋହର ମାୟାରେ ଜାତିସମୂହ ଭ୍ରାନ୍ତ ହୋଇଥିଲେ,
Odia IRV 2017 (ଓଡିଆ ବାଇବେଲ)
ପ୍ରଦୀପର ଆଲୋକ ତୋ ମଧ୍ୟରେ ଆଉ କେବେ ହେଁ ପ୍ରଜ୍ଜ୍ୱଳିତ ହେବ ନାହିଁ, ପୁଣି, ବର କନ୍ୟାଙ୍କ ଶବ୍ଦ ତୋ ମଧ୍ୟରେ ଆଉ କେବେ ହେଁ ଶୁଣାଯିବ ନାହିଁ; କାରଣ ତୋହର ବଣିକମାନେ ପୃଥିବୀରେ ମହାନ ଥିଲେ, ଆଉ ତୋହର ମାୟାରେ ଜାତିସମୂହ ଭ୍ରାନ୍ତ ହୋଇଥିଲେ,
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಅನಿಫಿಡೆ ಕನ್ನಾಚ್ ತುಜ್ಯಾ ಭುತ್ತುರ್ ಉಜ್ವೊಡ್ ದಿತಲೊ ದಿವೊ ಬಗುಕ್ ಗಾವಿನಾ, ಅನಿ ಫಿಡೆ ತುಜ್ಯಾ ಭುತ್ತುರ್ ನ್ಹವ್ರಾ ನ್ಹವ್ರಿಚೊ ಆವಾಜ್ ಆಯ್ಕೊ ಯೆಯ್ನಾ, ತುಜ್ಯಾ ಭುತ್ತುರ್ ಯಾಪಾರ್ ಕರ್ತಲೆ ಜಗಾತ್ ಲೈ ಘಟ್ಮುಟ್ ಹೊತ್ತೆ, ಅನಿ ತುಜ್ಯಾ ಝುಟ್ಯಾ ಜಾದುವಾಂಚ್ಯಾ ವೈನಾ ತಿಯಾ ಜಗಾತ್ಲ್ಯಾ ಸಗ್ಳ್ಯಾ ಲೊಕಾಕ್ನಿ ಮಳ್ಳ್ ಕರ್ಲೆ!