Revelation 19:10 — Compare Translations
7 translations compared side by side
Odia - 1840
"ତା'ପରେ ମୁଁ ଦୂତଙ୍କୁ ପ୍ରଣାମ କରିବା ପାଇଁ ତାହାଙ୍କ ପାଦତଳେ ପଡ଼ିଗଲି। କିନ୍ତୁ ସେ ମାେତେ କହିଲେ, ମାେତେ ପ୍ରଣାମ କର ନାହିଁ। ମୁଁ ତୁମ୍ଭର ଓ ତୁମ୍ଭ ଖ୍ରୀଷ୍ଟ ବିଶ୍ବାସୀ ଓ ଯୀଶୁଙ୍କର ସାକ୍ଷୀ ଭାଇମାନଙ୍କ ପରି ପରମେଶ୍ବରଙ୍କର ଜଣେ ସବେକ ମାତ୍ର। ତେଣୁ ପରମେଶ୍ବରଙ୍କୁ ଉପାସନା କର! କାରଣ ଯୀଶୁଙ୍କ ପାଇଁ ସାକ୍ଷ୍ଯ ଦେଉଛି ଭବିଷ୍ଯତ୍ ବାଣୀର ମୂଳ ଆତ୍ମା ସ୍ବରୂପ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁରେ ମୁଁ ତାହାଙ୍କୁ ପ୍ରଣାମ କରିବା ନିମନ୍ତେ ତାହାଙ୍କ ପାଦ ତଳେ ଉବୁଡ଼ ହେଲି । ସେଥିରେ ସେ ମୋତେ କହିଲେ, ସାବଧାନ, ଏହା କର ନାହିଁ, ମୁଁ ତୁମ୍ଭର ଓ ଯୀଶୁଙ୍କ ସାକ୍ଷୀ ଯେ ତୁମ୍ଭର ଭ୍ରାତୃଗଣ, ସେମାନଙ୍କର ସହଦାସ; ଈଶ୍ଵରଙ୍କୁ ପ୍ରଣାମ କର । ଯୀଶୁଙ୍କ ବିଷୟକ ସାକ୍ଷ୍ୟ ତ ଭାବବାଣୀର ସାର ।
Odia BSI (ପବିତ୍ର ବାଇବଲ (CL) NT (BSI))
ସେହି ଦୂତଙ୍କୁ ପୂଜା କରିବା ପାଇଁ ମୁଁ ତାଙ୍କ ପାଦ ତଳେ ପଡ଼ିଗଲି। କିନ୍ତୁ ସେ ମୋତେ କହିଲେ, “ସେପରି କର ନାହିଁ। ତୁମ ପରି ଓ ତୁମ ଭାଇମାନଙ୍କ ପରି ମୁଁ ଯୀଶୁଙ୍କର ଜଣେ ଦାସ ମାତ୍ର। ତୁମ୍ଭମାନଙ୍କ ପରି ମୁଁ ମଧ୍ୟ ଯୀଶୁ ପ୍ରକାଶ କରିଥିବା ସତ୍ୟକୁ ଗ୍ରହଣ କରିଛି। କେବଳ ଈଶ୍ୱରଙ୍କର ପୂଜା କର। କେବଳ ଯୀଶୁ ପ୍ରକାଶ କରିଥିାବ ସତ୍ୟ, ଭାବବାଦୀମାନଙ୍କୁ ପ୍ରେରଣା ଦିଏ।”
Odia Bible ERV 2004 (ପବିତ୍ର ବାଇବଲ)
ତା’ପରେ ମୁଁ ଦୂତଙ୍କୁ ପ୍ରଣାମ କରିବା ପାଇଁ ତାହାଙ୍କ ପାଦତଳେ ପଡ଼ିଗଲି। କିନ୍ତୁ ସେ ମୋତେ କହିଲେ, “ମୋତେ ପ୍ରଣାମ କର ନାହିଁ। ମୁଁ ତୁମ୍ଭର ଓ ତୁମ୍ଭ ଖ୍ରୀଷ୍ଟ ବିଶ୍ୱାସୀ ଓ ଯୀଶୁଙ୍କର ସାକ୍ଷୀ ଭାଇମାନଙ୍କ ପରି ପରମେଶ୍ୱରଙ୍କର ଜଣେ ସେବକ ମାତ୍ର। ତେଣୁ ପରମେଶ୍ୱରଙ୍କୁ ଉପାସନା କର! କାରଣ ଯୀଶୁଙ୍କ ପାଇଁ ସାକ୍ଷ୍ୟ ହେଉଛି ଭବିଷ୍ୟଦ୍ବାଣୀର ମୂଳ ଆତ୍ମା ସ୍ୱରୂପ।’’
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁରେ ମୁଁ ତାହାଙ୍କୁ ପ୍ରଣାମ କରିବା ନିମନ୍ତେ ତାହାଙ୍କ ପାଦ ତଳେ ଉବୁଡ଼ ହେଲି। ସେଥିରେ ସେ ମୋତେ କହିଲେ, “ସାବଧାନ, ଏହା କର ନାହିଁ, ମୁଁ ତୁମ୍ଭର ଓ ଯୀଶୁଙ୍କ ସାକ୍ଷୀ ଯେ ତୁମ୍ଭର ଭାଇମାନେ, ସେମାନଙ୍କର ସହଦାସ; ଈଶ୍ବରଙ୍କୁ ପ୍ରଣାମ କର। ଯୀଶୁଙ୍କ ବିଷୟକ ସାକ୍ଷ୍ୟ ତ ସାର।”
Odia IRV 2017 (ଓଡିଆ ବାଇବେଲ)
ତହିଁରେ ମୁଁ ତାହାଙ୍କୁ ପ୍ରଣାମ କରିବା ନିମନ୍ତେ ତାହାଙ୍କ ପାଦ ତଳେ ଉବୁଡ଼ ହେଲି । ସେଥିରେ ସେ ମୋତେ କହିଲେ, ସାବଧାନ, ଏହା କର ନାହିଁ, ମୁଁ ତୁମ୍ଭର ଓ ଯୀଶୁଙ୍କ ସାକ୍ଷୀ ଯେ ତୁମ୍ଭର ଭାଇଗଣ, ସେମାନଙ୍କର ସହଦାସ; ଈଶ୍ୱରଙ୍କୁ ପ୍ରଣାମ କର । ଯୀଶୁଙ୍କ ବିଷୟକ ସାକ୍ଷ୍ୟ ତ ସାର ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಮಿಯಾ ತ್ಯೆಚ್ಯಾ ಪಾಂಯಾತ್ನಿ ಪಡುನ್ ತೆಚೆ ಆರಾದನ್ ಕರ್ಲೊ, ಖರೆ ತೆನಿ, “ತಸೆ ಕರುನಕೊ! ಮಿಯಾಬಿ ತುಜ್ಯಾ ಸರ್ಕೊ ವಿಶ್ವಾಸಾತ್ ಹೊತ್ತ್ಯಾ ಸಗ್ಳ್ಯಾಂಚ್ಯಾ ಸರ್ಕೊ ಅನಿ ಜೆಜುನ್ ದಾಕ್ವುನ್ ದಿಲ್ಲ್ಯಾ ಖರ್ಯಾಚ್ಯಾ ಸರ್ಕೆ ಚಲ್ತಲ್ಯಾಂಚ್ಯಾ ಸರ್ಕೊ ಎಕ್ ಸೆವಕ್, ದೆವಾಚೆ ಆರಾದನ್ ಕರ್!” ಮನುನ್ ಸಾಂಗಟ್ಲ್ಯಾನ್. ಕಶ್ಯಾಕ್ ಮಟ್ಲ್ಯಾರ್ ಜೆಜುನ್ ದಿಲ್ಲಿ ಹಿ ಸಾಕ್ಷಿ ಪ್ರವಾದ್ಯಾನಿ ದಿಲ್ಲ್ಯಾ ಸಾಕ್ಷಿಯಾಂಚೊ ಜಿವ್ ಹೊವ್ನ್ ಹಾಯ್.