Revelation 19:2 — Compare Translations
7 translations compared side by side
Odia - 1840
"ତାହାଙ୍କର ବିଚାରଗୁଡ଼ିକ ସତ୍ଯ ଓ ଯଥାର୍ଥ। ସେ ମହା ବେଶ୍ଯାକୁ ଦଣ୍ଡ ଦଇେଛନ୍ତି। ସହେି ବେଶ୍ଯା ତା'ର ୟୌନଗତ ପାପରେ ପୃଥିବୀକୁ ଭ୍ରଷ୍ଟ କରିଦଇେଅଛି। ପରମେଶ୍ବର ତାହାଙ୍କ ସବେକମାନଙ୍କର ରକ୍ତ ହତେୁ ତାହାକୁ ଦଣ୍ଡ ଦଇେଛନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ତାହାଙ୍କ ବିଚାର ସତ୍ୟ ଓ ନ୍ୟାଯ୍ୟ; ଯେଉଁ ମହାବେଶ୍ୟା ଆପଣା ବ୍ୟଭିଚାର ଦ୍ଵାରା ପୃଥିବୀକୁ ଭ୍ରଷ୍ଟ କରିଥିଲା, ସେ ତାହାକୁ ଦଣ୍ତ ଦେଇ ଆପଣା ଦାସମାନଙ୍କ ରକ୍ତପାତର ପରିଶୋଧ ତାହାଠାରୁ ନେଇଅଛନ୍ତି ।
Odia BSI (ପବିତ୍ର ବାଇବଲ (CL) NT (BSI))
ତାଙ୍କର ବିଚାର ଯଥାର୍ଥ ଓ ନ୍ୟାୟୋଚିତ। ଭ୍ରଷ୍ଟାଚାର ଦ୍ୱାରା ପୃଥିବୀକୁ କଳୁଷିତ କରୁଥିବା ବେଶ୍ୟା ପ୍ରତି ସେ ବିହିତ ଦଣ୍ଡ ବିଧାନ କରିଛନ୍ତି। ଈଶ୍ୱରଙ୍କ ସେବକମାନଙ୍କୁ ହତ୍ୟା କରି ଥିବାରୁ ତାକୁ ସେ ଶାସ୍ତି ଦେଇଛନ୍ତି।”
Odia Bible ERV 2004 (ପବିତ୍ର ବାଇବଲ)
ତାହାଙ୍କର ବିଗ୍ଭରଗୁଡ଼ିକ ସତ୍ୟ ଓ ଯଥାର୍ଥ। ସେ ମହା ବେଶ୍ୟାକୁ ଦଣ୍ଡ ଦେଇଛନ୍ତି। ସେହି ବେଶ୍ୟା ତା’ର ଯୌନଗତ ପାପରେ ପୃଥିବୀକୁ ଭ୍ରଷ୍ଟ କରି ଦେଇଅଛି। ପରମେଶ୍ୱର ତାହାଙ୍କ ସେବକମାନଙ୍କର ରକ୍ତ ହେତୁ ତାହାକୁ ଦଣ୍ଡ ଦେଇଛନ୍ତି।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ତାହାଙ୍କ ବିଚାର ସତ୍ୟ ଓ ନ୍ୟାୟ; ଯେଉଁ ମହା ବେଶ୍ୟା ଆପଣା ବ୍ୟଭିଚାର ଦ୍ୱାରା, ପୃଥିବୀକୁ ଭ୍ରଷ୍ଟ କରିଥିଲା, ସେ ତାହାକୁ ଦଣ୍ଡ ଦେଇ ଆପଣା ଦାସମାନଙ୍କ ରକ୍ତପାତର ପରିଶୋଧ ତାହାଠାରୁ ନେଇଅଛନ୍ତି।”
Odia IRV 2017 (ଓଡିଆ ବାଇବେଲ)
କାରଣ ତାହାଙ୍କ ବିଚାର ସତ୍ୟ ଓ ନ୍ୟାଯ୍ୟ; ଯେଉଁ ମହା ବେଶ୍ୟା ଆପଣା ବ୍ୟଭିଚାର ଦ୍ୱାରା ପୃଥିବୀକୁ ଭ୍ରଷ୍ଟ କରିଥିଲା, ସେ ତାହାକୁ ଦଣ୍ଡ ଦେଇ ଆପଣା ଦାସମାନଙ୍କ ରକ୍ତପାତର ପରିଶୋଧ ତାହାଠାରୁ ନେଇଅଛନ୍ତି ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
“ತೆಚಿ ನಿರ್ನಯಾ ಸಮಾ ಅನಿ ಖರಿ ಹಾತ್! ತೆನಿ ಜಿಮ್ನಿ ವರ್ತಿ ಅಪ್ನಾಚ್ಯಾ ಬುರ್ಶ್ಯಾ ಚಾಲಿನ್ ವೆಭಿಚಾರಾಚೆ ಕಾಮ್ ಕರ್ತಲಿಕ್ ಚುಕಿದಾರ್ ಮನುನ್ ಠರ್ವುಲ್ಯಾನಾಯ್. ದೆವಾನ್ ತಿಕಾ ಶಿಕ್ಷಾ ಲಾವ್ಲ್ಯಾನ್, ಕಶ್ಯಾಕ್ ಮಟ್ಲ್ಯಾರ್ ತೆನಿ ತ್ಯೆಚ್ಯಾ ಸೆವಕಾಕ್ನಿ ಜಿವಾನಿ ಮಾರಲ್ಲಿನ್”, ಮಟ್ಲ್ಯಾನಿ.