Revelation 2:10 — Compare Translations
7 translations compared side by side
Odia - 1840
"ତୁମ୍ଭ ପାଇଁ ଯେଉଁସବୁ ଦୁଃଖ ଆସୁଛି, ସେଥିପାଇଁ ଭୟ କର ନାହିଁ। ମୁଁ ଜାଣେ, ତୁମ୍ଭମାନଙ୍କ ଭିତରୁ କେତେ ଜଣଙ୍କୁ ଶୟତାନ କାରାଗାର ରେ ରଖିବ। ସେ ତୁମ୍ଭମାନଙ୍କୁ ପରୀକ୍ଷା କରିବା ପାଇଁ ଏପରି କରିବ। ତୁମ୍ଭମାନେେ ଦଶଦିନ ପର୍ୟ୍ଯନ୍ତ ଦୁଃଖକଷ୍ଟ ସହିବ। କିନ୍ତୁ ବିଶ୍ବସ୍ତ ରୁହ, କାରଣ ତୁମ୍ଭକୁ ହୁଏତ ମୃତ୍ଯୁବରଣ କରିବାକୁ ପଡ଼ିପା ରେ। ତୁମ୍ଭେ ଯଦି ବିଶ୍ବସ୍ତ ରହିବ, ତବେେ ମୁଁ ତୁମ୍ଭକୁ ଜୀବନରୂପକ ମୁକୁଟ ଦବେି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେଉଁସବୁଦୁଃଖ ଭୋଗ କରିବାକୁ ଯାଉଅଛ, ସେହିସବୁକୁ ଭୟ କର ନାହିଁ; ଦେଖ, ତୁମ୍ଭମାନଙ୍କ ପରୀକ୍ଷା ନିମନ୍ତେ ଶୟତାନ ତୁମ୍ଭମାନଙ୍କ ମଧ୍ୟରୁ କାହାରିକାହାରିକୁ କାରାଗାରରେ ନିକ୍ଷେପ କରିବ, ଆଉ ତୁମ୍ଭେମାନେ ଦଶ ଦିନ କ୍ଳେଶ ଭୋଗ କରିବ । ତୁମ୍ଭେ ମରଣ ପର୍ଯ୍ୟନ୍ତ ବିଶ୍ଵସ୍ତ ଥାଅ, ସେଥିରେ ଆମ୍ଭେ ତୁମ୍ଭକୁ ଜୀବନରୂପ ମୁକୁଟ।।ଦେବୁ ।
Odia BSI (ପବିତ୍ର ବାଇବଲ (CL) NT (BSI))
ତୁମେ ଯାହା କିଛି ଦୁଃଖ ଭୋଗ କରିବାକୁ ଯାଉଛ, ସେଥିପାଇଁ ଭୟ କର ନାହିଁ। ଶୁଣ! ତୁମ ମଧ୍ୟରୁ କେତେକଙ୍କୁ କାରାଗାରରେ ପକାଇ ଶୟତାନ ପରୀକ୍ଷା କରିବ। କିନ୍ତୁ ତୁମର ଏହି ଦୁର୍ଦ୍ଦଶା କେବଳ ଦଶ ଦିନ ବ୍ୟାପୀ ହେବ। ଏଥିରେ ମରଣର ଭୟ ଥିଲେ ମଧ୍ୟ ମୋ’ ପ୍ରତି ବିଶ୍ୱସ୍ତ ରହିଲେ, ମୁଁ ତୁମକୁ ଜୀବନରୂପ ମୁକୁଟ ଦେବି।
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭ ପାଇଁ ଯେଉଁସବୁ ଦୁଃଖ ଆସୁଛି, ସେଥିପାଇଁ ଭୟ କର ନାହିଁ। ମୁଁ ଜାଣେ, ତୁମ୍ଭମାନଙ୍କ ଭିତରୁ କେତେ ଜଣଙ୍କୁ ଶୟତାନ କାରାଗାରରେ ରଖିବ। ସେ ତୁମ୍ଭମାନଙ୍କୁ ପରୀକ୍ଷା କରିବା ପାଇଁ ଏପରି କରିବ। ତୁମ୍ଭେମାନେ ଦଶ ଦିନ ପର୍ଯ୍ୟନ୍ତ ଦୁଃଖ କଷ୍ଟ ସହିବ। କିନ୍ତୁ ବିଶ୍ୱସ୍ତ ରୁହ, କାରଣ ତୁମ୍ଭକୁ ହୁଏତ ମୃତ୍ୟୁବରଣ କରିବାକୁ ପଡ଼ିପାରେ। ତୁମ୍ଭେ ଯଦି ବିଶ୍ୱସ୍ତ ରହିବ, ତେବେ ମୁଁ ତୁମ୍ଭକୁ ଜୀବନରୂପକ ମୁକୁଟ ଦେବି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭେ ଯେଉଁ ସବୁ ଦୁଃଖଭୋଗ କରିବାକୁ ଯାଉଅଛ, ସେହିସବୁକୁ ଭୟ କର ନାହିଁ; ଦେଖ, ତୁମ୍ଭମାନଙ୍କ ପରୀକ୍ଷା ନିମନ୍ତେ ଶୟତାନ ତୁମ୍ଭମାନଙ୍କ ମଧ୍ୟରୁ କାହାରି କାହାରିକୁ କାରାଗାରରେ ନିକ୍ଷେପ କରିବ, ଆଉ ତୁମ୍ଭେମାନେ ଦଶ ଦିନ କ୍ଲେଶ ଭୋଗ କରିବ। ତୁମ୍ଭେ ମରଣ ପର୍ଯ୍ୟନ୍ତ ବିଶ୍ୱସ୍ତ ଥାଅ, ସେଥିରେ ଆମ୍ଭେ ତୁମ୍ଭକୁ ଜୀବନରୂପ ମୁକୁଟ ଦେବୁ।
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭେ ଯେଉଁ ସବୁ ଦୁଃଖଭୋଗ କରିବାକୁ ଯାଉଅଛ, ସେହିସବୁକୁ ଭୟ କର ନାହିଁ; ଦେଖ, ତୁମ୍ଭମାନଙ୍କ ପରୀକ୍ଷା ନିମନ୍ତେ ଶୟତାନ ତୁମ୍ଭମାନଙ୍କ ମଧ୍ୟରୁ କାହାରି କାହାରିକୁ କାରାଗାରରେ ନିକ୍ଷେପ କରିବ, ଆଉ ତୁମ୍ଭେମାନେ ଦଶଦିନ କ୍ଲେଶ ଭୋଗ କରିବ । ତୁମ୍ଭେ ମରଣ ପର୍ଯ୍ୟନ୍ତ ବିଶ୍ୱସ୍ତ ଥାଅ, ସେଥିରେ ଆମ୍ଭେ ତୁମ୍ଭକୁ ଜୀବନରୂପ ମୁକୁଟ ଦେବୁ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತುಮ್ಕಾ ಕಸ್ಟ್ ಸೊಸುಕ್ ಪಾಜೆ ಮನುನ್ ತುಮಿ ಭಿಂವ್ನಕಾಶಿ.ಆಯ್ಕಾ! ತುಮ್ಚ್ಯಾತ್ಲ್ಯಾ ಉಲ್ಲ್ಯಾಕ್ನಿ ಬಂದಿಖಾನ್ಯಾತ್ ಘಾಲಿ ಸರ್ಕೆ ಕರುನ್ ಗಿರೊ ತುಮ್ಚಿ ಪರಿಕ್ಷಾ ಕರ್ತಾ ಅನಿ ಧಾ ದಿಸಾತ್ನಿ ಮಟ್ಲ್ಯಾರ್ ತುಮ್ಚೊ ತರಾಸಾಚೊ ಎಳ್ ಸರ್ತಾ. ಮರಿ ಪತರ್ಬಿ ತುಮಿ ಮಾಕಾ ವಿಶ್ವಾಸಾನ್ ರ್ಹಾವಾ ಅನಿ ಜಿಕಲ್ಲ್ಯಾಚೆ ಮುಕುಟ್ ಮನುನ್ ಜಿವ್ ಮಿಯಾ ತುಮ್ಕಾ ದಿತಾ.