Revelation 3:17 — Compare Translations
7 translations compared side by side
Odia - 1840
"ତୁମ୍ଭେ କୁହ ଯେ, ତୁମ୍ଭେ ଧନୀ। ତୁମ୍ଭର ବହୁତ ଧନ ଅଛି ଓ ତୁମ୍ଭର କୌଣସି ଅଭାବ ନାହିଁ। କିନ୍ତୁ ତୁମ୍ଭେ ଜାଣି ନାହଁ ଯେ, ତୁମ୍ଭେ ପ୍ରକୃତ ରେ ଅଭାଗା, ଦୟନୀୟ, ଦରିଦ୍ର ଅନ୍ଧ ଓ ଉଲଗ୍ନ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେ କହୁଅଛ, ମୁଁ ଧନୀ, ମୋହର ବହୁତ ସମ୍ପତ୍ତି ଅଛି, ମୋହର କୌଣସି ଅଭାବ ନାହିଁ; ମାତ୍ର ତୁମ୍ଭେ ଯେ ଦୁର୍ଭାଗା, ଦୀନହୀନ, ଦରିଦ୍ର, ଅନ୍ଧ ଓ ଉଲଙ୍ଗ, ଏହା ଜାଣ ନାହିଁ;
Odia BSI (ପବିତ୍ର ବାଇବଲ (CL) NT (BSI))
ତୁମେ କହୁଛ, ‘ମୁଁ ଧନବାନ ଓ ସମୃଦ୍ଧିଶାଳୀ, ମୋର ଯାହା ପ୍ରୟୋଜନ, ସବୁ ଅଛି’; ଅଥଚ ପ୍ରକୃତରେ ତୁମେ କେଡ଼େ ଦୁର୍ଦ୍ଦଶାପନ୍ନ ଓ ଦୟନୀୟ, ଏହା ଜାଣ ନାହିଁ। ତୁମେ ଦରିଦ୍ର, ଉଲଗ୍ନ ଓ ଅନ୍ଧ।
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭେ କୁହ ଯେ, ତୁମ୍ଭେ ଧନୀ। ତୁମ୍ଭର ବହୁତ ଧନ ଅଛି ଓ ତୁମ୍ଭର କୌଣସି ଅଭାବ ନାହିଁ। କିନ୍ତୁ ତୁମ୍ଭେ ଜାଣି ନାହଁ ଯେ, ତୁମ୍ଭେ ପ୍ରକୃତରେ ଅଭାଗା, ଦୟନୀୟ, ଦରିଦ୍ର ଅନ୍ଧ ଓ ଉଲଗ୍ନ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭେ କହୁଅଛ, ମୁଁ ଧନୀ, ମୋହର ବହୁତ ସମ୍ପତ୍ତି ଅଛି, ମୋହର କୌଣସି ଅଭାବ ନାହିଁ; ମାତ୍ର ତୁମ୍ଭେ ଯେ ଦୁର୍ଭାଗା, ଦୀନହୀନ, ଦରିଦ୍ର, ଅନ୍ଧ ଓ ଉଲଗ୍ନ, ଏହା ଜାଣ ନାହିଁ;
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭେ କହୁଅଛ, ମୁଁ ଧନୀ, ମୋହର ବହୁତ ସମ୍ପତ୍ତି ଅଛି, ମୋହର କୌଣସି ଅଭାବ ନାହିଁ; ମାତ୍ର ତୁମ୍ଭେ ଯେ ଦୁର୍ଭାଗା, ଦୀନହୀନ, ଦରିଦ୍ର, ଅନ୍ଧ ଓ ଉଲଙ୍ଗ, ଏହା ଜାଣ ନାହିଁ;
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತಿಯಾ ಮಿಯಾ ಸಾವ್ಕಾರ್, ಲೈ ಆಸ್ತಿ ಅಸಲ್ಲೊ; ಮಾಜ್ಯಾಕ್ಡೆ ಮಾಕಾ ಗರಜ್ ಹೊತ್ತೆ ಸಗ್ಳೆ ಹಾಯ್ ಮನ್ತೆಯ್. ಖರೆ ತುಜಿ ಗತ್ ಕಾಯ್, ತಿಯಾ ಕಸ್ಲ್ಯಾ ಪರಿಸ್ತಿತಿತ್ ಪಡ್ಲೆ ಮನುನ್ ತುಕಾ ಗೊತ್ತ್ ನಾ. ತಿಯಾ ಗರಿಬ್, ನಾಗ್ಡೊ ಅನಿ ಕುಡ್ಡೊ ಹೊವ್ನ್ ಹಾಸ್.