Revelation 3:7 — Compare Translations

7 translations compared side by side

Odia - 1840
"ଫିଲାଦେଲ୍ଫିଆସ୍ଥିତ ମଣ୍ଡଳୀର ଦୂତଙ୍କୁ ଏହା ଲେଖ:"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଫିଲାଦେଲ୍ଫିଆ ମଣ୍ତଳୀର ଦୂତ ନିକଟକୁ ଲେଖ: ଯେ ପବିତ୍ର ଓ ସତ୍ୟ, ଯାହାଙ୍କ ହସ୍ତରେ ଦାଉଦଙ୍କର କଞ୍ଚି ଅଛି, ଯେ ଫିଟାଇଲେ କେହି ବନ୍ଦ କରି ନ ପାରେ, ଆଉ ବନ୍ଦ କଲେ କେହି ଫିଟାଇ ନ ପାରେ,
Odia BSI (ପବିତ୍ର ବାଇବଲ (CL) NT (BSI))
“ଫିଲାଦେଲ୍ଫିଆରେ ଥିବା ମଣ୍ଡଳୀର ଦୂତଙ୍କ ନିକଟକୁ ଲେଖ: “ଯେ ସର୍ବତୋ ଭାବରେ ପବିତ୍ର ଓ ସତ୍ୟ ସ୍ୱରୂପ, ତାହାଙ୍କଠାରୁ ଏହି ବାର୍ତ୍ତା ଶୁଣ। ତାଙ୍କ ନିକଟରେ ଦାଉଦଙ୍କର ଚାବି ରହିଛି, ସେ ଯେଉଁ ଦ୍ୱାର ଖୋଲନ୍ତି, ଅନ୍ୟ କେହି ତାହା ବନ୍ଦ କରି ପାରିବ ନାହିଁ ଏବଂ ସେ ଯାହା ବନ୍ଦ କରନ୍ତି, ଅନ୍ୟ କେହି ତାହା ଖୋଲି ପାରିବ ନାହିଁ।
Odia Bible ERV 2004 (ପବିତ୍ର ବାଇବଲ)
ଫିଲାଦେ‌‌‌‌‌‌‌‌ଲ୍‌‌‌‌‌‌‌ଫିଆ ମଣ୍ଡଳୀକୁ ଯୀଶୁଙ୍କର ପତ୍ର “ଫିଲାଦେ‌‌‌‌‌‌‌‌ଲ୍‌‌‌‌‌‌‌ଫିଆସ୍ଥିତ ମଣ୍ଡଳୀର ଦୂତଙ୍କୁ ଏହା ଲେଖ: “ଯେ ପବିତ୍ର ଓ ସତ୍ୟ, ସେ ତୁମ୍ଭକୁ ଏହି କଥା ଲେଖୁଛନ୍ତି। ସେ ଦାଉଦଙ୍କ ଗ୍ଭବି ହାତରେ ଧରିଛନ୍ତି। ସେ ଯାହା ଖୋଲି ଦିଅନ୍ତି, ତାହା ବନ୍ଦ ହୋଇପାରେ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
“ଫିଲାଦେଲ୍‌ଫିଆ ମଣ୍ଡଳୀର ଦୂତ ନିକଟକୁ ଲେଖ: ଯେ ପବିତ୍ର ଓ ସତ୍ୟ, ଯାହାଙ୍କ ହସ୍ତରେ ଦାଉଦଙ୍କର ଚାବି ଅଛି, ଯେ ଫିଟାଇଲେ କେହି ବନ୍ଦ କରି ନ ପାରେ, ଆଉ ବନ୍ଦ କଲେ କେହି ଫିଟାଇ ନ ପାରେ,
Odia IRV 2017 (ଓଡିଆ ବାଇବେଲ)
ଫିଲାଦେଲ୍‌ଫିଆ ମଣ୍ଡଳୀର ଦୂତ ନିକଟକୁ ଲେଖ:- ଯେ ପବିତ୍ର ଓ ସତ୍ୟ, ଯାହାଙ୍କ ହସ୍ତରେ ଦାଉଦଙ୍କର ଚାବି ଅଛି, ଯେ ଫିଟାଇଲେ କେହି ବନ୍ଦ କରି ନ ପାରେ, ଆଉ ବନ୍ଦ କଲେ କେହି ଫିଟାଇ ନ ପାରେ,
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಫಿಲಾದಾಲ್ಫಿಯಾಚ್ಯಾ ದೆವಾಚ್ಯಾ ಲೊಕಾಂಚ್ಯಾ ತಾಂಡ್ಯಾಚ್ಯಾ ದೆವ್‍ದುತಾಕ್ ಲಿವ್. ಜೊ ಕೊನ್ ಪವಿತ್ರ್ ಅನಿ ಖರೊ ಹಾಯ್ ತೆಚೆಕ್ನಾ ಯೆಲ್ಲಿ ಬಾತ್ಮಿ ಹಿ. ದಾವಿದಾಕ್ ಸಮಂದ್‍ಪಡಲ್ಲ್ಯಾ ಸಗ್ಳ್ಯಾನಿ ಚಾವಿ ತೆಚೆಕ್ಡೆ ಹಾಯ್, ಅನಿ ತೆನಿ ದಾರ್ ಉಗಡ್ಲ್ಯಾನ್ ತರ್ ಕೊನಾಕ್‍ಬಿ ತೆ ಧಾಪುಕ್ ಹೊಯ್ನಾ, ಅನಿ ತೆನಿ ತೆ ಧಾಪ್ಲ್ಯಾನ್ ತರ್ ಕೊನಾಕ್‍ಬಿ ತೆ ಉಗ್ಡುಕ್ ಹೊಯ್ನಾ.