Revelation 4:8 — Compare Translations

7 translations compared side by side

Odia - 1840
"ପ୍ରେତ୍ୟକକଙ୍କର ଛଅଟି ଲଖାଏଁେ ଡ଼ଣୋ ଥିଲା। ଏହି ପ୍ରାଣୀମାନଙ୍କର ଭିତର ଓ ବାହାର ଚାରିପାଖ ଆଖି ରେ ପରିପୂର୍ଣ୍ଣ ଥିଲା। ସମାନେେ ଦିନରାତି ଅବିରତ କହୁଥିଲେ:"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପ୍ରତ୍ୟେକ ପ୍ରାଣୀର ଛଅ ଛଅ ପକ୍ଷ, ସେହି ପକ୍ଷଗୁଡ଼ିକର ବାହାର ଓ ଭିତର ଚକ୍ଷୁରେ ପରିପୂର୍ଣ୍ଣ । ସେମାନେ ଦିବାରାତ୍ର ବିଶ୍ରାମ ନ କରି କହୁଅଛନ୍ତି, ଯେ ସର୍ବଶକ୍ତିମାନ, ଯେ ଭୂତ, ବର୍ତ୍ତମାନ ଓ ଭବିଷ୍ୟତ, ସେହି ପ୍ରଭୁ ଈଶ୍ଵର ପବିତ୍ର, ପବିତ୍ର, ପବିତ୍ର ।
Odia BSI (ପବିତ୍ର ବାଇବଲ (CL) NT (BSI))
ପ୍ରତ୍ୟେକ ପ୍ରାଣୀର ଛଅଟି ଡ଼େଣା ଥିଲା ଏବଂ ସେଗୁଡ଼ିକର ବାହାର ଓ ଭିତର ମଧ୍ୟ ଚକ୍ଷୁରେ ପରିପୂର୍ଣ୍ଣ ଥିଲା। ସେମାନେ ଦିବାରାତ୍ରି, ଅବିଶ୍ରାନ୍ତ ଭାବରେ ଗାୟନ କରୁଥିଲେ:- “ପବିତ୍ର, ପବିତ୍ର, ପବିତ୍ର, ସର୍ବଶକ୍ତିମାନ୍ ପ୍ରଭୁ ଈଶ୍ୱର! ଆଦ୍ୟରୁ ବର୍ତ୍ତମାନ ପର୍ଯ୍ୟନ୍ତ ଯେ ସଦା ବିଦ୍ୟମାନ ଓ ପୁଣି ଥରେ ଯେ ଆଗମନ କରିବେ।”
Odia Bible ERV 2004 (ପବିତ୍ର ବାଇବଲ)
ପ୍ରତ୍ୟେକଙ୍କର ଛଅଟି ଲେଖାଏଁ ଡେଣା ଥିଲା। ଏହି ପ୍ରାଣୀମାନଙ୍କର ଭିତର ଓ ବାହାର ଗ୍ଭରିପାଖ ଆଖିରେ ପରିପୂର୍ଣ୍ଣ ଥିଲା। ସେମାନେ ଦିନରାତି ଅବିରତ କହୁଥିଲେ: “ସର୍ବଶକ୍ତିମାନ ପ୍ରଭୁ ପରମେଶ୍ୱର ପବିତ୍ର, ପବିତ୍ର, ପବିତ୍ର। ସେ ସର୍ବଦା ଅତୀତରେ ଥିଲେ, ବର୍ତ୍ତମାନ ଅଛନ୍ତି ଏବଂ ଭବିଷ୍ୟତରେ ରହିଥିବେ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପ୍ରତ୍ୟେକ ପ୍ରାଣୀର ଛଅ ଛଅ ପକ୍ଷ, ସେହି ପକ୍ଷଗୁଡ଼ିକର ବାହାର ଓ ଭିତର ଚକ୍ଷୁରେ ପରିପୂର୍ଣ୍ଣ। ସେମାନେ ଦିବାରାତ୍ର ବିଶ୍ରାମ ନ କରି କହୁଅଛନ୍ତି, “‘ଯେ ସର୍ବଶକ୍ତିମାନ, ଯେ ଅତୀତ, ବର୍ତ୍ତମାନ ଓ ଭବିଷ୍ୟତ,’ ସେହି ପ୍ରଭୁ ଈଶ୍ବର ପବିତ୍ର, ପବିତ୍ର, ପବିତ୍ର।”
Odia IRV 2017 (ଓଡିଆ ବାଇବେଲ)
ପ୍ରତ୍ୟେକ ପ୍ରାଣୀର ଛଅ ଛଅ ପକ୍ଷ, ସେହି ପକ୍ଷଗୁଡ଼ିକର ବାହାର ଓ ଭିତର ଚକ୍ଷୁରେ ପରିପୂର୍ଣ୍ଣ । ସେମାନେ ଦିବାରାତ୍ର ବିଶ୍ରାମ ନ କରି କହୁଅଛନ୍ତି, ଯେ ସର୍ବଶକ୍ତିମାନ, ଯେ ଅତୀତ, ବର୍ତ୍ତମାନ ଓ ଭବିଷ୍ୟତ, ସେହି ପ୍ରଭୁ ଈଶ୍ୱର ପବିତ୍ର, ପବିତ୍ର, ପବିତ୍ର ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತ್ಯಾ ಚಾರಿಬಿ ಸಾವ್ಜಾಕ್ನಿ ಸಾ-ಸಾ ಫಾಕಾಟೆ ಹೊತ್ತೆ, ಅನಿ ತೆಂಕಾ ಭಾಯ್ಲ್ಯಾ ಬಾಜುನ್‍ಬಿ ಭುತ್ತುರ್ಲ್ಯಾ ಬಾಜುನ್‍ಬಿ ಡೊಳೆಚ್ ಡೊಳೆ ಹೊತ್ತೆ. ದಿಸ್ ರಾತ್ ತೆನಿ, “ಪವಿತ್ರ್, ಪವಿತ್ರ್,ಪವಿತ್ರ್, ಸರ್ವ ಶಕ್ತಿಮಾನ್ ದೆವ್, ತೊ ಸಗ್ಳ್ಯಾನಿಕಿ ಮೊಟೊ, ಜೊ ಹೊತ್ತೊ, ಜೊ ಅತ್ತಾ ಹಾಯ್, ಅನಿಫಿಡೆ ತೊ ಯೆತಲೊ ಹಾಯ್”. ಮನುನ್ ಗಿತ್ ಗಾವ್ತಲೆ ಕನ್ನಾಬಿ ಬಂದ್ ಕರಿನಸಿತ್.